ବଡର ଟାଙ୍ଗିଆ ଚୋଟରେ ସାନ ଭାଇ ମୃତ

କାଲିମେଳା : ମାଲକାନଗିରି ଜିଲ୍ଲା କାଲିମେଳା ଥାନା ତାଟିଗୁଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ବଡ ଭାଇର ଟାଙ୍ଗିଆ ଚୋଟରେ ସାନ ଭାଇର ମୃତ୍ୟୁ ଘଟିଛି। ମୃତକ ତାଟିଗୁଡା ଗାଁର ଭୀମା ସୋଡ଼ୀ ବୋଲି ଜଣାପଡିଛି। ସୂଚନା ମୂତାବକ ତାଟିଗୁଡା ଗାଁର ଇର୍ମା ସୋଡ଼ୀ ଙ୍କ ମୃତ୍ୟୁ ପରେ ତାଙ୍କର ଦୁଇ ପୁଅ ବଡ ଭାଇ ମାଡା ଏବଂ ସାନ ଭାଇ ଭୀମାଙ୍କ ମଧ୍ୟରେ ଜମିଜମା ବିବାଦକୁ କେନ୍ଦ୍ର କରି ଶତ୍ରୁତା ଲାଗି ରହୁଥିଲା। ଏଥିପାଇଁ ଦୁଇ ଭାଇଙ୍କ ମଧ୍ୟରେ ବାରମ୍ବାର ଝଗଡ଼ା ଲାଗି ରହୁଥିଲା। ବର୍ତ୍ତମାନ ବାଦାମ ଚାଷ କୁ ନେଇ ଦୁଇ ଭାଇଙ୍କ ମଧରେ ମତାନ୍ତର ହେବାରୁ ବଚସା ହୋଇଥିଲା। ଗତ ରାତିରେ ଭୀମା ନିଜ ଜମିରେ ଥିବା କୁଡିଆ ଭିତରେ ଶୋଇଥିବା ସମୟରେ ମାଡା ସେଠାରେ ପହଁଚି ଟାଙ୍ଗିଆ ସାହାଯ୍ୟରେ ଭୀମା କୁ ଆକ୍ରମଣ କରି ହତ୍ୟା କରିଥିବା ଜଣାପଡିଛି । ହତ୍ୟାକାଣ୍ଡ ପରେ ମାଡା ନିଜ ଘରେ ଯାଇ ରହିଥିଲା । ଗୋଟିଏ ଦିନ ପରେ ହତ୍ୟାକାଣ୍ଡ ସମ୍ପର୍କରେ ଘର ଲୋକ ଜାଣି ପୁଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ବଡ ଭାଇକୁ ଅଟକ ରଖି ଅଧିକ ତଦନ୍ତ ଚଳାଇଛି। ହତ୍ୟାକାଣ୍ଡ ରେ ବ୍ୟବହୃତ ଟାଙ୍ଗିଆକୁ ମଧ୍ୟ ଜବତ କରିଛି ।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି