ବଡ଼ଦାଣ୍ଡରେ ମିଳିବନି ରନ୍ଧା ଖାଦ୍ୟ

ପୁରୀ: ଏ ବର୍ଷ ରଥଯାତ୍ରାରେ ବଡ଼ଦାଣ୍ଡରେ ଆଦୌ ରନ୍ଧା ଖାଦ୍ୟ ଦିଆଯିବ ନାହିଁ । କିନ୍ତୁ ଶୁଖିଲା ଖାଦ୍ୟ ବଣ୍ଟା ଯାଇପାରିବ । ଫଳରେ ପରିବେଶ ଅସ୍ୱାସ୍ଥ୍ୟକର ହେବ ନାହିଁ । ଶୁକ୍ରବାର ପୁରୀ ସର୍କିଟ ହାଉସ୍ଠାରେ ନଗର ଉନ୍ନୟନ ବିଭାଗର ରଥଯାତ୍ରା ପ୍ରସ୍ତୁତି ଓ ପରିଚାଳନା ନେଇ ହୋଇଥିବା ସମୀକ୍ଷା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।ଦିନ ପରେ ରଥଯାତ୍ରାର ପ୍ରାଶାସନିକ ପ୍ରସ୍ତୁତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । ଏହାର ୧୦ ଦିନ ପରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଏହାକୁ ସୁପରିଚାଳନା ନିମନ୍ତେ ପୁରୀ ମହାନଗର ନିଗମ କର୍ତ୍ତୃପକ୍ଷ କେତେଦୂର ପ୍ରସ୍ତୁତ ହୋଇଛନ୍ତି ତାହାର ସମୀକ୍ଷା କରିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀ । ସହରକୁ ସଫାସୁତୁରା ରଖିବା, ସୁସ୍ଥ ପରିବେଶ ସୃଷ୍ଟି କରିବା, ଶୌଚାଳୟ ବ୍ୟବସ୍ଥା କରିବା, ପାର୍କିଂ, ଆଲୋକୀକରଣ ଇତ୍ୟାଦି ସମସ୍ତ କାର୍ଯ୍ୟର ସୁପରିଚାଳନା ପାଇଁ ଶ୍ରୀମତୀ ପାଢ଼ୀ ନିର୍ଦ୍ଦେଶ ଦେଇଛନ୍ତି ।

ପ୍ରଶାସନିକ ସୂଚନା ମୁତାବକ, ସହରର ସମସ୍ତ ନଳାକୁ ସଫା କରାଯାଇଛି । ବଡ଼ଦାଣ୍ଡର ଉଭୟ ପାଶ୍ୱର୍ ଡ୍ରେନ୍ ଗୁଡ଼ିକ ଜାଗୃତି ୱେଲଫେୟାର ସଂସ୍ଥା ଦ୍ୱାରା ସଫା କରାଯାଇଛି । ୨୪ଟି ପାର୍କିଂ ସ୍ଥଳ ପାଇଁ ବ୍ୟବସ୍ଥା କରାଯାଇଛି । ସହରର ସମସ୍ତ ସାହି, ଗଳି ରାସ୍ତା ମରାମତି କାମ ଓ ଛୋଟ ଗାତ ମରାମତି କାମ ସମ୍ପୂର୍ଣ୍ଣ ହୋଇଛି । ବୁଲାଗୋରୁଙ୍କୁ ନିୟନ୍ତ୍ରଣ କରିବା ପାଇଁ କାଞ୍ଜିଆହୁଦାର ବ୍ୟବସ୍ଥା କରାଯାଇଛି । ବର୍ଷାକୁ ଆଖି ଆଗରେ ରଖି ୩୦ଟି ଖାଲୁଆ ଅଞ୍ଚଳରୁ ଜଳ ନିଷ୍କାସନ କରିବା ନିମନ୍ତେ ଚିହ୍ନଟ ପ୍ରକ୍ରିୟା ସରିଛି । ଏହି ସ୍ଥାନମାନଙ୍କରେ ଉଚ୍ଚ ଶକ୍ତି ସଂପନ୍ନ ପମ୍ପ ସେଟ୍ ରଖାଯାଇଛି ।

ବୈଠକରେ ପୁରୀ ମହାନଗର ନିଗମର କମିଶନର ସ୍ନେହା ଅରୁଗୁଳା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ସ୍ୱତନ୍ତ୍ର ସଚିବ ବିନୟ କୁମାର ଦାସ, ଅତିରିକ୍ତ ସଚିବ ଶୁଭାନନ୍ଦ ମହାପାତ୍ର, ପିକେଡିଏ ସେକ୍ରେଟାରୀ ଦିଲ୍ଲୀପ କୁମାର ମହାରଣା, ମହାନଗର ନିଗମର ଯୁଗ୍ମ ସଚିବ ଅଭିମନ୍ୟୁ ବେହେରା ପ୍ରମୁଖ ଯୋଗଦେଇଥିଲେ ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ