ବଡ଼ଭାଇଙ୍କୁ କାଠରେ ପିଟିପିଟି ହତ୍ୟା କଲେ ସାନଭାଇ

ପାଟଣାଗଡ଼: ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ ବାଲିପଟା ଗାଁରେ ଶନିବାର ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ସାମାନ୍ୟ କଥାକୁ କେନ୍ଦ୍ର କରି ସାନ ଭାଇ କାଠରେ ପିଟି ପିଟି ବଡ଼ ଭାଇଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ନନ୍ଦରାଜ ମାଝୀ(୨୮)। ଅଭିଯୁକ୍ତ ସାନ ଭାଇ ପ୍ରେମାନନ୍ଦ (୨୫)ଙ୍କୁ ପୋଲିସ ଅଟକ ରଖିଛି।

ସୂଚନା ଅନୁଯାୟୀ, ବାଲିପଟା ଗାଁରେ କୌଣସି କାରଣକୁ ନେଇ ଦୁଇ ଭାଇଙ୍କ ମଧ୍ୟରେ ବଚସା ହୋଇଥିଲା। ଏହା ପରେ ସାନ ଭାଇ ପ୍ରେମାନନ୍ଦ ଏକ କାଠରେ ବଡ଼ ଭାଇ ନନ୍ଦରାଜଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। କାଠ ମାଡ଼ରେ ନନ୍ଦରାଜ ଗୁରୁତର ହୋଇ ପଡ଼ିଥିଲେ। ତେବେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ଘଟଣା ସମ୍ପର୍କରେ ଖବର ପାଇ ପାଟଣାଗଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛ। ଏ ନେଇ ମାମଲା ରୁଜୁ କରିବା ସହ ଅଭିଯୁକ୍ତ ପ୍ରେମାନନ୍ଦଙ୍କୁ ଅଟକ ରଖି ଅଧିକ ପଚରାଉଚରା କରୁଛି। ଅନ୍ୟପକ୍ଷରେ ଅଭିଯୁକ୍ତ ପୂର୍ବରୁ ଏକ ଚୋରି ମାମଲାରେ ଜେଲ ଯାଇ ନିକଟରେ ଘରକୁ ଫେରିଥିବା ଜଣାପଡ଼ିଛି। ହତ୍ୟାକାଣ୍ଡର ପ୍ରକୃତ କାରଣ ଜାଣିବା ପାଇଁ ପୋଲିସ ତଦନ୍ତ ଜାରି ରଖିଛି।

  • Related Posts

    ଜଳସେଚନ ବିଭାଗର ବଡ଼ ତତ୍ପରତା: ୩ ଡ୍ୟାମ୍‌ରୁ ଜଳ ନିଷ୍କାସନ ଆରମ୍ଭ

    ଭୁବନେଶ୍ଵର : ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଜଳସେଚନ ବିଭାଗର ବଡ଼ ତତ୍ପରତା । ଗଞ୍ଜାମ, ଗଜପତି, କନ୍ଧମାଳରେ ବେଶୀ ବର୍ଷା ନେଇ EICଙ୍କ ସୂଚନା । ୨୧ରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ଅଛି । ସେଥିପାଇଁ…

    Continue reading
    ବିଧାନସଭା ପାଇଁ ଭୁବନେଶ୍ୱରରେ ଟ୍ରାଫିକ୍ କଟକଣା

    ଭୁବନେଶ୍ୱର:୧୮ରୁ ବିଧାନସଭାର ଅଷ୍ଟମ ଅଧିବେଶନ। ଭୁବନେଶ୍ୱରରେ ଟ୍ରାଫିକ୍ କଟକଣା ପାଇଁ ଘୋଷଣା । ଏନେଇ ବିଜ୍ଞପ୍ତି ଜାରି କଲା କମିଶନରେଟ୍ ପୋଲିସ୍ । ବିଧାନସଭା ଦେଇ ବା ସଂଲଗ୍ନ ରାସ୍ତାରେ ସର୍ବସାଧାରଣ ଯାତାୟତ ମନା । ବିଧାନସଭା ପରିସରରେ ସୁରକ୍ଷା ଦୃଷ୍ଟିରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !