ବଡ଼ ଖବର: ପୁଣି ଆସୁଛି ବାତ୍ୟା!

ଭୁବନେଶ୍ୱର: ଗୋଟିଏ ବାତ୍ୟାର ଦୁଃଖ ନଯାଉଣୁ ପୁଣି ମାଡ଼ି ଆସୁଛି ଆଉ ଏକ ବାତ୍ୟା । ଆଗାମୀ ୬ ଘଣ୍ଟା ମଧ୍ୟରେ ଅବପାତ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ୨୪ ଘଣ୍ଟାରେ ବଙ୍ଗୋପସାଗରରେ ପୁଣି ଏକ ବାତ୍ୟା ସମ୍ଭାବନା ରହିଛି । ବାତ୍ୟା ସୃଷ୍ଟିରେ ପରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ୨ ତାରିଖ ସନ୍ଧ୍ୟାବେଳକୁ ଆନ୍ଧ୍ର ଉପକୂଳ ପାଖାପାଖି ପହଞ୍ଚିବାର ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ପାଶ୍ୱର୍ ଆନ୍ଧ୍ର ଉପକୂଳ ପାଖାପାଖି ପହଞ୍ଚିବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଆଗାମୀ ୬ ରୁ ୧୨ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂ ହେବା ସହ ନଭେମ୍ବର ୨ ତାରିଖ ସନ୍ଧ୍ୟା ସୁଦ୍ଧା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହେବ । ଏହାର ପ୍ରଭାବରେ ଆନ୍ଧ୍ର ଉପକୂଳ ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶାରେ ବର୍ଷା ଓ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ରହିଛି ।

  • Related Posts

    ଗଞ୍ଜାମକୁ ଅତିରିକ୍ତ ୨୦ କୋଟି ଟଙ୍କା ରିଲିଫ୍ ସହାୟତା

    ବ୍ରହ୍ମପୁର: ବାତ୍ୟା ‘ଅର୍ଣ୍ଣବ’ ଓ ପରବର୍ତ୍ତୀ ପ୍ରବଳ ବର୍ଷା ଯୋଗୁଁ ଗଞ୍ଜାମ ସମେତ ଦକ୍ଷିଣ ଓଡ଼ିଶାରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଓ ବ୍ୟାପକ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅପରାହ୍ନରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା…

    Continue reading
    ୨୦୨୭ର ସରକାରୀ ଛୁଟି ତାଲିକା ଜାଣନ୍ତୁ

    ଭୁବନେଶ୍ୱର: ଆସନ୍ତା ୨୦୨୭ ବର୍ଷ ପାଇଁ ସରକାରୀ ଛୁଟି  ତାରିଖ ପ୍ରକାଶ ପାଇଛି । ପର୍ବପର୍ବାଣୀ, ସ୍ମରଣୀୟ ଦିବସ ପାଇଁ ରାଜ୍ୟର ସମସ୍ତ  ସରକାରୀ କାର୍ଯ୍ୟାଳୟ ଏବଂ ରାଜସ୍ୱ ଓ ମ୍ୟାଜିଷ୍ଟେରିଆଲ୍‌ କୋର୍ଟ (କାର୍ଯନିର୍ବାହୀ)  ପାଇଁ ଛୁଟି ଘୋଷଣା କରାଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି