ବଡ଼ ଧରଣର ଚୋରି: ୧୦ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କାର ଗହଣା

ସୋର: ବାଲେଶ୍ବର ଜିଲା ସୋର ବ୍ଲକରେ ବଡ଼ ଧରଣର ଚୋରି । ସୋର ବ୍ଲକ ମାଣତ୍ରୀ ପଞ୍ଚାୟତ ଦହିପୁର ଗ୍ରାମର ଜଣେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ଘରେ କେହି ନ ଥିବାବେଳେ ଦୁର୍ବୃତ୍ତମାନେ ଘରେ କଳାକନା ବୁଲେଇ ଦେଇଛନ୍ତି। ଘରେ କେହି ନ ଥିବା ବାଳେ ୧୦ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ସୁନା ଗହଣା ଓ ନଗଦ ୨ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି । ସେହିପରି ଜଣେ ଡାକ୍ତରଙ୍କ ଘରେ ଦୁର୍ବୃତ୍ତ ଚୋରି କରିବାକୁ ପଶିଥିଲେ, କିନ୍ତୁ ପୁଲିସ ଆସିବା ଭୟରେ ପଳାଇ ଯାଇଥିଲେ।

ଦହିପୁର ଗ୍ରାମର ଚୈତନ୍ୟ ପ୍ରଧାନ ଜଣେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ହୋଇଥିବା ବେଳେ ପାଞ୍ଚ ଦିନ ପୂର୍ବରୁ ସେ ଓ ତାଙ୍କ ପତ୍ନୀ ଉତ୍ତର ଭାରତ ଭ୍ରମଣ କରିବାକୁ ଯାଇଛନ୍ତି । ଘରେ ତାଙ୍କ ଶିକ୍ଷୟିତ୍ରୀ ଝିଅ ଓ ଜ୍ୱାଇଁ ଏହି ସମୟରେ ରୁହନ୍ତି । ଉଭୟ କିନ୍ତୁ ପୂର୍ବାହ୍ଣରେ ସ୍କୁଲକୁ ଯାଇ ଥିବାବେଳେ ଘରେ ତାଲା ପଡ଼ିଥିଲା । ଏହି ସୁଯୋଗରେ ଚୋରମାନେ ଘର ପଛ ପଟ ଝରକା ଗ୍ରିଲ୍‌ ଭାଙ୍ଗି ଭିତରେ ପଶି ନଗଦ ୨ ଲକ୍ଷ ଟଙ୍କା ସମେତ ୧୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଗହଣା ଚୋରି କରି ନେଇଥିଲେ । ଉଭୟ ସ୍ୱାମୀ ସ୍ତ୍ରୀ କର୍ମକ୍ଷେତ୍ରରୁ ଘରେ ପହଞ୍ଚିବା ପରେ ଘର ଭିତର ପଟୁ କବାଟ ଦିଆଯାଇଥିବା ଦେଖି ପଛ ପଟେ ଝରକା ଗ୍ରିଲ୍‌ ଭଙ୍ଗା ଯାଇଥିବା ଦେଖିଥିଲେ। ଫଳରେ ଭିତରେ ପଶି ଘରୁ ଚୋରି ହୋଇଥିବା ଜାଣିପାରି ସୋର ପୁଲିସକୁ ଖବର ଦେଇଥିଲେ। ଖବର ପାଇ ସୋର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରି ଫେରିଥିଲା। ଏ ବାବଦରେ ସନ୍ଧ୍ୟାରେ ହିରଣ୍ମୟୀ ସୋର ଥାନାରେ ଅଭିଯୋଗ କରିବା ପରେ ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ