ବଢିଲା ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଆକ୍ରମଣ ପରେ ବଢିଲା ସୁରକ୍ଷା ବ୍ୟବସ୍ଥା । କେନ୍ଦ୍ର ସରକାରଙ୍କ ପକ୍ଷରୁ ରେଖା ଗୁପ୍ତାଙ୍କୁ Z କ୍ୟାଟାଗୋରୀ ସୁରକ୍ଷା ପ୍ରଦାନ କରାଯାଇଛି । ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀଙ୍କ ଉପରେ ଆକ୍ରମଣ ପରେ ଏହି ନିଷ୍ପତ୍ତି ନିଆଯାଇଛି । କୁହାଯାଉଛି ଯେ ସୁରକ୍ଷାକୁ ଦୃଷ୍ଟିରେ ରଖି ଜନ ଅଭିଯୋଗ ଶୁଣାଣି ସମୟରେ କାହାକୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଆସିବାକୁ ଦିଆଯିବ ନାହିଁ । ଗୃହ ମନ୍ତ୍ରଣାଳୟ ରେଖା ଗୁପ୍ତାଙ୍କ ସୁରକ୍ଷା ବୃଦ୍ଧି କରିଛି ଏବଂ ତାଙ୍କୁ Z ସୁରକ୍ଷା ପ୍ରଦାନ କରାଯାଇଛି । ଏହା ସହିତ ସିଆରପିଏଫ୍‍ ଯବାନମାନେ ତାଙ୍କ ସହିତ ରହିବେ, ଯେଉଁମାନେ ସବୁବେଳେ ବୁଲେଟ୍‍ ପ୍ରୁଫ୍‍ ଜ୍ୟାକେଟ୍‍ ପିନ୍ଧି ରହିବେ ।
ବୁଧବାର ଜନ ଶୁଣାଣି ସମୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଆକ୍ରମଣ କରାଯାଇଥିଲା । ଏହି ଆକ୍ରମଣ ପରେ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଉପରେ ପ୍ରଶ୍ନ ଉଠିଥିଲା । ଏବେ ଦିଲ୍ଲୀ ପୁଲିସ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ପରିବର୍ତ୍ତନ କରିବ । ପୂର୍ବରୁ ଲୋକମାନେ ଯେଉଁଭଳି ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଯୋଗାଯୋଗ କରୁଥିଲେ, ଏବେଠାରୁ ସେମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କଠାରୁ ଦୂରରେ ରଖାଯିବ । ଏହା ବ୍ୟତୀତ ମୁଖ୍ୟମନ୍ତ୍ରୀଙ୍କ ପାଖରେ ପହଞ୍ଚିବାକୁ ଥିବା ଅଭିଯୋଗ ଗୁଡିକ ପୂର୍ବରୁ ଯାଞ୍ଚ କରାଯିବ ।

  • Related Posts

    ସାମ୍ବାଦିକଙ୍କ ପାଇଁ ଗାଇଡଲାଇନ ଜାରି

    ଆନ୍ଦୋଳନ ସମୟରେ ସାମ୍ବାଦିକଙ୍କ ସୁରକ୍ଷାକୁ ନେଇ ଚିନ୍ତା ପ୍ରକାଶ କରିଛି ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆ (ପିସିଆଇ)। ଏଭଳି ସମ୍ବେଦନଶୀଳ ପରିସ୍ଥିତିରେ ଖବର ସଂଗ୍ରହ କରୁଥିବା ସାମ୍ବାଦିକମାନେ କିପରି ନିଜର ସୁରକ୍ଷା ବଜାୟ ରଖିବେ, ବୃତ୍ତିଗତ ନିରପେକ୍ଷତା ଅବଲମ୍ବନ କରିବେ ଏବଂ…

    Continue reading
    ବୋନସ ଘୋଷଣା କଲେ କେନ୍ଦ୍ର ସରକାର

    ନୂଆଦିଲ୍ଲୀ: କେନ୍ଦ୍ର ସରକାର ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ କର୍ମଚାରୀଙ୍କୁ ୩୦ ଦିନର ‘ନନ-ପ୍ରଡକ୍ଟିଭିଟି ଲିଙ୍କଡ’ (ଆଡ-ହକ) ବୋନସ ପ୍ରଦାନ ପାଇଁ ଅନୁମୋଦନ ଦେଇଛନ୍ତି। ଏହି ବୋନସର ହିସାବ ମାସିକ ୭,୦୦୦ ଟଙ୍କାର ଦରମା ସୀମା ଆଧାରରେ କରାଯାଏ। ଅର୍ଥାତ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି