ବଣିକ୍‌ରେ କ୍ରାଇମବ୍ରାଞ୍ଚର ଚଢାଉ

​​​​​​​ଭୁବନେଶ୍ବର : ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ଗୁରୁବାର ଭୁବନେଶ୍ଵରର ଏକ ଘରୋଇ କୋଚିଂ ସେଣ୍ଟର ବଣିକରେ ଚଢ଼ାଉ କରାଯାଇଛି। କ୍ରାଇମବ୍ରାଞ୍ଚ ଅଧିକାରୀମାନେ ଉକ୍ତ କୋଚିଂ ସେଣ୍ଟରରେ ବିଭିନ୍ନ କାଗଜପତ୍ର ଯାଞ୍ଚ କରିଛନ୍ତି। ଆନ୍ଧ୍ରପ୍ରଦେଶର ବିଜୟନଗର ସ୍ଵତନ୍ତ୍ର କୋଚିଂ ପାଇଁ ଯାଉଥିବା ପରିକ୍ଷାର୍ଥୀମାନଙ୍କ ମଧ୍ୟରୁ କେତେ ଜ ଛାତ୍ରଛାତ୍ରୀ ଏହି କୋଚିଂ ସେଣ୍ଟର ବୋଲି ତଦନ୍ତରୁ ଜଣାପଡ଼ିବା ପରେ କ୍ରାଇମବ୍ରାଞ୍ଚ ଚଢ଼ାଉ କରିଛି।

ପୁଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷା ଜାଲିଆତି ଘଟଣାରେ ୧୧୯ ଜଣ ଗିରଫ ହୋଇଛନ୍ତି । ୧୧୪ ପରୀକ୍ଷାର୍ଥୀଙ୍କ ସହ ୫ ଜଣ ଦଲାଲଙ୍କୁ ଗିରଫ କରି ଜେଲ୍ ପଠାଇଛି । ବୁଧବାର ୧୧୯ ଜଣଙ୍କ ଜାମିନ ଆବେଦନ କରାଯାଇଥିବା ବେଳେ ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ କୋର୍ଟ ସମସ୍ତଙ୍କ ଜାମିନ ଖାରଜ କରିଛନ୍ତି ।

ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ପୋଲିସ ଏସ୍‌ଆଇ ପରୀକ୍ଷା ପରିଚାଳନା ଲାଗି କୋଲକାତାର ଆଇଟିଆଇ ସଂସ୍ଥାକୁ ଟେଣ୍ଡର ମିଳିଥିଲା । ପରେ ଏହି ସଂସ୍ଥା ହାଇଦ୍ରାବାଦର ସିଲିକନ୍‌ ଟେକ୍‌ଲାବ୍ ପ୍ରାଇଭେଟ୍ ଲିମିଟେଡ୍‌ ସଂସ୍ଥାକୁ ଦାୟିତ୍ବ ନ୍ୟସ୍ତ କରିଥିଲା । ସିଲିକନ୍‌ ଏହାକୁ ସବ୍‌ଲେଟ୍‌ରେ ବ୍ରହ୍ମପୁରର ପଞ୍ଚସଫ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ ସଂସ୍ଥାକୁ ଦାୟିତ୍ବ ଦେଇଥିଲା । ପଞ୍ଚସଫ୍ଟକୁ ଦାୟିତ୍ବ ମିଳିବା ପରେ ସଂସ୍ଥାର ନିର୍ଦ୍ଦେଶକ ଶଙ୍କର ପୃଷ୍ଟି ଦୁର୍ନୀତି ପାଇଁ ଯୋଜନା କରିଥିଲେ ।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ