ବଦଳିଲେ ଦୁଇ ଆଇଆଇସି

ବଲାଙ୍ଗୀର: ଦବଙ୍ଗଗିରିକୁ ନେଇ ବଲାଙ୍ଗୀର ଏସ୍‌ପି ଅଭିଳାଷ ଜୀ କଡ଼ା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କଣ୍ଟାବାଞ୍ଜି ଥାନାକୁ ମାଡ଼ି ବସିଥିବା ରଶ୍ମିତା ବେହେରାଙ୍କୁ ସଇଁତଳା ଥାନା ଏବଂ ସଇଁତଳା ଥାନା ଅଧିକାରୀ ରମେଶ ଚନ୍ଦ୍ର ବଢ଼େଇଙ୍କୁ ବଲାଙ୍ଗୀର ହେଡ୍‌କ୍ୱାର୍ଟରକୁ ବଦଳି କରାଯାଇଛି। କଣ୍ଟାବାଞ୍ଜି ଆଇଆଇସିଙ୍କ ସ୍ବାମୀଙ୍କ ଦାଦାଗିରି ଯୋଗୁ ସେ ବିବାଦକୁ ଆସିଥିଲେ। ଠିକ୍‌ ସେହିପରି ବଡ଼ମାଳ ଫାଣ୍ଡିରେ ଫାଣ୍ଡି ଅଧିକାରୀଙ୍କୁ ମାଡ଼ ଘଟଣାକୁ ନେଇ ବଦନାମ ହୋଇଥିଲା ସଇଁତଳା ପୋଲିସ।

କଣ୍ଟାବାଞ୍ଜିଠାରେ ମଙ୍ଗଳବାର ରାତିରେ ଜଣେ ଅଜଣା ବ୍ୟକ୍ତି ନିଜକୁ ପୋଲିସ ଅଧିକାରୀ ପରିଚୟ ଦେଇ ଭୁଜା ଠେଲାରେ ଭୁଜା ଖାଉଥିବା କିଛି ଲୋକଙ୍କୁ ମାଡ ମାରିଥିବା ଓ ପୋଲିସ ଗାଡି ଡକାଇ ଥାନାକୁ ଜବରଦସ୍ତି ନେଉଥିବା ଅଭିଯୋଗ ହୋଇଥିଲା। ସମ୍ପୃକ୍ତ ବ୍ୟକ୍ତି ଜଣକ ଜଣେ ମହିଳା ପୋଲିସ ଅଧିକାରୀଙ୍କ ସ୍ବାମୀ ବୋଲି ଜଣାପଡିବା ପରେ କଣ୍ଟାବାଞ୍ଜିରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା। ଲୋକେ କଣ୍ଟାବାଞ୍ଜି ଥାନା ଘେରାଉ କରିବା ସହ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ କରାଯିବ ବୋଲି ଥାନାରେ ଲିଖିତ ଭାବେ ଜଣାଇଥିଲେ। ଅଭିଯୋଗ ଆସିବା ପରେ ଆଜି ଏସ୍‌ପି କଡ଼ା କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ