ବନ୍ୟାରେ ଉବୁଟୁବୁ ଉତ୍ତର ଓଡ଼ିଶା

ଭୁବନେଶ୍ବର: ଲଗାଣ ବର୍ଷା ଯୋଗୁଁ ଉବୁଟୁବୁ ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶା । ଚାରିଆଡେ କେବଳ ପାଣି ଆଉ ପାଣି । ବାଲେଶ୍ବର, ଯାଜପୁର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲା ସବୁଠୁ ଅଧିକ ପ୍ରଭାବିତ ହୋଇଛି । ତେବେ ସ୍ୱତନ୍ତ୍ର ରିଲିଫ କମିଶନର (SRC)ଙ୍କ ସୂଚନା ଅନୁଯାୟୀ ରାଜ୍ୟରେ ଏ ପର୍ଯ୍ୟନ୍ତ ୨୩,୬୫୧ରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ସେହିପରି ବାଲେଶ୍ୱର, ଯାଜପୁର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାରେ ମୋଟ ୧,୦୬,୦୧୨ ଜଣ ଲୋକ ବନ୍ୟା ଓ ଜଳବନ୍ଦୀ ପରିସ୍ଥିତି ଯୋଗୁଁ ପ୍ରଭାବିତ ହୋଇଛନ୍ତି । ପ୍ରବଳ ବର୍ଷା ଓ ବନ୍ୟାକୁ ଦୃଷ୍ଟିରେ ରଖି 11ଟି ଜିଲ୍ଲାରେ ସ୍କୁଲ, କଲେଜ ଓ ଅଙ୍ଗନବାଡି ବନ୍ଦ ।ବାଲେଶ୍ୱର ଜିଲ୍ଲାରେ ୧୨ଟି ବ୍ଲକ, ୯୫ଟି ଗ୍ରାମପଞ୍ଚାୟତ, ୩୫୭ଟି ଗାଁ ଓ ୪ଟି ସହରାଞ୍ଚଳ ପ୍ରଭାବିତ ହୋଇଛି । ଓଉପଡ଼ା ବ୍ଲକରେ ୩୦୦ଟି ଘର କ୍ଷତିଗ୍ରସ୍ତ ହୋଇଥିବା ବେଳେ ୩୦ଟି ରାସ୍ତା କ୍ଷତିଗ୍ରସ୍ତ ହୋଇଛି । ଜିଲ୍ଲାରେ ଓଡ୍ରାଫ, ମେଡିକାଲ, ଅଗ୍ନିଶମ ଓ ପଶୁ ଚିକିତ୍ସା ଦଳ ମୁତୟନ କରାଯାଇଥିବା ସହ ୫୨ଟି ମାଗଣା ରୋଷେଇ କେନ୍ଦ୍ରରେ ୮,୬୪୬ ଜଣଙ୍କୁ ଖାଦ୍ୟ ଯୋଗାଇ ଦିଆଯାଉଛି ।ପରିସ୍ଥିତିକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ସମ୍ବଲପୁରରେ ଓଡ୍ରାଫ ଓ ଏନଡିଆରଏଫ ଟିମ୍ ମୁତୟନ କରାଯାଇଛି । ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ବନ୍ୟା ପରିଚାଳନା ତଦାରଖ ପାଇଁ ବରିଷ୍ଠ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି । ରାଜ୍ୟ ଜରୁରୀକାଳୀନ ପରିଚାଳନା କେନ୍ଦ୍ର (SEOC) ୨୪ ଘଣ୍ଟା ଧରି ପରିସ୍ଥିତି ଉପରେ ନଜର ରଖିଥିବା ବେଳେ ମତ୍ସ୍ୟଜୀବୀଙ୍କୁ ଜୁଲାଇ ୨୯ ସକାଳ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବାକୁ ବାରଣ କରାଯାଇଛି ।ପ୍ରବଳ ବର୍ଷା ପାଇଁ ରାଜ୍ୟର ଅନେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ବିଶେଷ କରି 4 ଜିଲ୍ଲା ବେଶୀ ପ୍ରଭାବିତ ହୋଇଛନ୍ତି । ତେବେ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ଆଜି ରାଜ୍ୟର 11ଟି ଜିଲ୍ଲାରେ ସ୍କୁଲ, କଲେଜ ଓ ଅଙ୍ଗନବାଡି ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ