ବନ୍ୟା ପ୍ରପୀଡ଼ିତଙ୍କୁ ସହାୟତା ପ୍ରଦାନ ପାଇଁ ରାଜ୍ୟ ସରକାରଙ୍କର ଆନ୍ତରିକତା ନାହିଁ:ବିଜେଡି

ଅଧିକାଂଶ ବନ୍ୟା ଅଞ୍ଚଳରେ ଶୁଖିଲା ଖାଦ୍ୟ ପହଞ୍ଚି ନାହିଁ, ରନ୍ଧା ଖାଦ୍ୟ ପ୍ରଦାନ ପାଇଁ କୌଣସି ବ୍ୟବସ୍ଥା ନାହିଁ
ବନ୍ୟା ପାଇଁ ପୂର୍ବାନୁମାନ ଥିବା ସତ୍ତ୍ୱେ, ସରକାରଙ୍କ କୌଣସି ପୂର୍ବ ପ୍ରସ୍ତୁତି ନଥିଲା
ଭୁବନେଶ୍ୱର: ଲଗାଣ ବର୍ଷା ପରେ ରାଜ୍ୟରେ ବନ୍ୟା ସ୍ଥିତି ଦିନକୁ ଦିନ ଉକ୍ରଟ ହେଉଥିବା ବେଳେ ରାଜ୍ୟର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ଦିଲ୍ଲୀରେ ଥିବାକୁ ନେଇ ପ୍ରଶ୍ନ ଉଠାଇଛି ବିଜୁ ଜନତା ଦଳ । ରାଜ୍ୟର ଅନେକ ଅଞ୍ଚଳ ଜଳମଗ୍ନ ହୋଇଯିବା ପରେ ସେ ଅଞ୍ଚଳର ଲୋକ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ, ପ୍ରଭାବିତ ଲୋକ ମାନଙ୍କ ପାଖରେ ନିତ୍ୟ ଆବଶ୍ୟକୀୟ ଜିନିଷ ପହଞ୍ଚିପାରି ନାହିଁ । ଏଭଳି ଏକ ଘଡିସନ୍ଧି ମୁହୂର୍ତ୍ତରେ, ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ରହିବା, ବନ୍ୟା ପ୍ରପୀଡ଼ିତଙ୍କୁ ଆବଶ୍ୟକ ସହଯୋଗ ଯୋଗାଇଦେବା ପାଇଁ ଆନ୍ତରିକତା ନାହିଁ ବୋଲି ବିଜେଡି କହିଛି ।
ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ପ୍ରୀତି ରଞ୍ଜନ ଘଡ଼ାଇ କହିଥିଲେ ଯେ, ବନ୍ୟା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ କୌଣସି ପ୍ରସ୍ତୁତି ନଥିବା ପରି ସ୍ପଷ୍ଟ ଜଣାପଡୁଛି । ବନ୍ୟାରେ ପ୍ରଭାବିତ ଅଞ୍ଚଳରେ ଶୁଖିଲା ଖାଦ୍ୟ ପହଞ୍ଚାଇବା ସରକାରଙ୍କ ପ୍ରାଥମିକ ଦାୟିତ୍ୱ, ଯେଉଁଥିରେ ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି । ଏହାଛଡା କୌଣସି ଅଞ୍ଚଳରେ ରନ୍ଧା ଖାଦ୍ୟ ପ୍ରଦାନ କରାଯିବା ପାଇଁ କୌଣସି ବ୍ୟବସ୍ଥା ନାହିଁ । ରାଜ୍ୟରେ ଲଗାଣ ବର୍ଷାକୁ ନେଇ ଏଭଳି ସ୍ଥିତି ଉପୁଜିବା କିଛି ନୂଆ କଥା ନୁହେଁ । କିନ୍ତୁ ବନ୍ୟା ଆଶଙ୍କା ଉପୁଜିବା ପାଇଁ ପୂର୍ବ ସୂଚନା ଥିବା ସତ୍ତ୍ୱେ, ସରକାରଙ୍କ କୌଣସି ପୂର୍ବ ପ୍ରସ୍ତୁତି ନଥିଲା । ବନ୍ୟା ବା କୌଣସି ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ନବୀନ ସରକାରଙ୍କ ସମୟରେ ଏକ ସୁଦୃଢ଼ ବ୍ୟବସ୍ଥା ପ୍ରତିଷ୍ଠା ହୋଇଥିଲା । ଜିରୋ କାଜୁଆଲିଟି ନୀତି ଓ ବିପର୍ଯ୍ୟୟ ମୁକାବିଲା ପାଇଁ ଓଡିଶା ସମଗ୍ର ଦେଶ ତଥା ବିଶ୍ୱରେ ପ୍ରଶଂସିତ ହୋଇଥିଲା । କିନ୍ତୁ ରାଜ୍ୟରେ ସମସ୍ତ ବ୍ୟବସ୍ଥା ମହଜୁଦ ଥିବା ସତ୍ତ୍ୱେ, ରାଜ୍ୟ ସରକାରଙ୍କର ଇଚ୍ଛାଶକ୍ତି ଅଭାବ ଯୋଗୁଁ ବନ୍ୟା ପରିସ୍ଥିତିର ସଫଳ ମୁକାବିଲା କରିବାରେ ବିଜେପି ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ।
ଶ୍ରୀ ଘଡ଼ାଇ ଆହୁରି କହିଥିଲେ ଯେ, ବନ୍ୟାକୁ ନେଇ ରାଜ୍ୟ ଏକ ଘଡିସନ୍ଧି ମୁହୂର୍ତ୍ତ ଦେଇ ଗତି କରୁଥିଲା ବେଳେ, ରାଜ୍ୟର ମୁଖ୍ୟମନ୍ତ୍ରୀ ଏହାକୁ ମୁକାବିଲା କରିବା ପରିବର୍ତ୍ତେ ନିଜେ ଦିଲ୍ଲୀ ଗସ୍ତରେ ଅଛନ୍ତି । ବନ୍ୟା ମୁକାବିଲା ରାଜ୍ୟ ସରକାରଙ୍କ ପ୍ରାଥମିକତା ନାହିଁ ବୋଲି ଏଥିରୁ ସ୍ପଷ୍ଟ ହେଉଛି । ଦିଲ୍ଲୀରେ ବସି, ମୁଖ୍ୟମନ୍ତ୍ରୀ ବନ୍ୟା ପରିସ୍ଥିତି ଉପରେ ନଜର ରଖିଛୁ ବୋଲି ବିବୃତ୍ତି ଦେଇଛନ୍ତି । ସ୍ୱାଭାବିକ ଭାବେ ପ୍ରଶ୍ନ ଉଠୁଛି ଯେ, ବନ୍ୟା ପରିସ୍ଥିତି ମୁକାବିଲା ନା ଦିଲ୍ଲୀ ଗସ୍ତ, କେଉଁଟା ପ୍ରାଥମିକତା? ରାଜ୍ୟ ବିଜେପି ସରକାରଙ୍କ କାମ କେବଳ ବିବୃତିରେ ସୀମିତ । ବଡ଼ ବଡ଼ ବିବୃତ୍ତି ଆସୁଛି, କିନ୍ତୁ କାମ ଘର ଶୂନ । ବନ୍ୟାରେ ପ୍ରଭାବିତ ହୋଇ ହନ୍ତସନ୍ତ ହେଉଥିବା ଲକ୍ଷ ଲକ୍ଷ ଲୋକଙ୍କୁ ସହାୟତା ପ୍ରଦାନରେ ସରକାର ବିଫଳ ହୋଇଛନ୍ତି । ସରକାରଙ୍କ ଏହି ବିଫଳତା ପାଇଁ ରାଜ୍ୟବାସୀ କେବେ କ୍ଷମା ଦେବେ ନାହିଁ, ଉଚିତ ସମୟରେ ଉଚିତ ଜବାବ ଦେବେ ।

  • Related Posts

    ବିଧାନସଭା ଉପନିର୍ବାଚନରେ ପ୍ରଶାନ୍ତ କିଶୋର ଆଗୁଆ

    ପାଟନା: ବିହାର, ଗୁଜରାଟ ଏବଂ ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ ଆସନର ହୋଇଥିବା ଉପନର୍ବାଚନରେ ଫଳାଫଳ ଆଜି ପ୍ରକାଶ ପାଇବ । ଏ ନେଇ ଭୋଟ୍ ଗଣତି ଜାରି ରହିଛି । ଏଥିରେ ବିହାରର ବାଙ୍କୀପୁର, ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତିରେ ଜନ୍…

    Continue reading
    ବିପତ୍ତି ସମୟରେ ରାଜନୀତି ନକରି ସେବା ଉପରେ ଗୁରୁତ୍ୱ ଦିଅ: ରାଜସ୍ୱ ମନ୍ତ୍ରୀ

    ଓଡ଼ିଶାରେ ବନ୍ୟା ସ୍ଥିତିରେ ସୁଧାର, କ୍ଷୟକ୍ଷତି ଆକଳନ ଆରମ୍ଭ ଭୁବନେଶ୍ୱର: ବନ୍ୟା ସମୟରେ ଚାଲିଥିବା ରାଜନୈତିକ ବୟାନବାଜିକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, “ଯେଉଁମାନେ କେବଳ ବୟାନବାଜି କରନ୍ତି ସେମାନେ ପ୍ରକୃତରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ