ବନ୍ୟା ମୁକାବିଲା:ସିଡିଏମ୍‌ ଓ ପିଏଚ୍‌ଓ ଜିଲ୍ଲା ମୁଖ୍ୟାଳୟ ଛାଡ଼ିବେ ନାହିଁ

ଭୁବନେଶ୍ଵର: ରାଜ୍ୟରେ ବନ୍ୟା ସ୍ଥିତି ମୁକାବିଲା ପାଇଁ ଆଲର୍ଟରେ ସ୍ବାସ୍ଥ୍ୟ ବିଭାଗ। ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ବସିଲା ସମୀକ୍ଷା ବୈଠକ। ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଏବଂ ସିଡିଏମଓ ମାନଙ୍କ ସହ ଆଲୋଚନା ହୋଇଛି। ଭିସି ମାଧ୍ୟମରେ ସମସ୍ତ ଅଧିକାରୀମାନେ ଯୋଡ଼ି ହେବା ସହ ବନ୍ୟା ମୁକାବିଲା ନେଇ ଆଲୋଚନା ହୋଇଛି। ସମସ୍ତ ସିଡିଏମଓ ମାନଙ୍କୁ ଅଲର୍ଟ ରହିବାକୁ ନିର୍ଦେଶ ଜାରି କରାଯାଇଛି। ଗର୍ଭବତୀ ମହିଳାଙ୍କୁ ସ୍ଥାନାନ୍ତର କରାଯିବ । ପାଣି ଘେରରେ ଥିବା ଲୋକଙ୍କ ପାଖରେ ସ୍ବାସ୍ଥ୍ୟ ସେବା ପହଞ୍ଚାଯିବ। ସାପ କାମୁଡ଼ା ପାଇଁ ପର୍ଯ୍ୟାପ୍ତ ପରିମାଣର ଆଣ୍ଟି ସ୍ନେକ୍ ଭେନମ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଡାକ୍ତର ଟିମକୁ ଅଲର୍ଟ କରାଯିବା ସହ ବନ୍ୟା ପ୍ରଭାବିତ ଅଞ୍ଚଳରେ ମୁତୟନ କରାଯିବ। କୋଭିଡକୁ ସତର୍କତାକୁ ମଧ୍ୟ ଦୃଷ୍ଟିରେ ରଖିଛି ସ୍ବାସ୍ଥ୍ୟ ବିଭାଗ। କେନ୍ଦ୍ର ସରକାରଙ୍କ ଗାଇଡ୍ ଲାଇନକୁ ଅନୁପାଳନ କରାଯିବ ବୋଲି କହିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ।

ରାଜ୍ୟରେ ବନ୍ୟା ପ୍ରଭାବିତ ଜିଲ୍ଲାରେ ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରସୂତି, ଶିଶୁ, ବୟସ୍କ ଓ ଦିବ୍ୟାଙ୍ଗଙ୍କ ସ୍ୱାସ୍ଥ୍ୟପ୍ରତି ସ୍ୱତନ୍ତ୍ର ଭାବେ ଯତ୍ନ ନିଆଯିବ । ରିଲିଫ୍‌ କ୍ୟାମ୍ପରେ ନିୟମିତ ସେମାନଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ହେବ । ଆସନ୍ନ ପ୍ରସବାଙ୍କୁ ଆବଶ୍ୟକ ସ୍ଥଳେ ନିକଟସ୍ଥ ମେଡିକାଲକୁ ସ୍ଥାନାନ୍ତର କରାଯିବ । ସମସ୍ତ ସମ୍ପୃକ୍ତ ବିଭାଗ ସହ ସମନ୍ୱୟ ରଖି କାର୍ଯ୍ୟ କରିବା ପାଇଁ ସ୍ୱାସ୍ଥ୍ୟ ବିଭାଗ କମିଶନର-ତଥା-ଶାସନ ସଚିବ ଅଶ୍ୱତୀ ଏସ୍‌ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଏମ୍‌ବିବିଏସ ଡାକ୍ତର ମୁତୟନ, ଜେନେରେଟର ରଖିବା, ଜଳବନ୍ଦୀ ଡାକ୍ତରଖାନାରେ ପମ୍ପସେଟ ଲଗାଇ ଜଳ ନିଷ୍କାସନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପର୍ଯ୍ୟାପ୍ତ ପରିମାଣ ଜରୁରି ଔଷଧ, ଓଆର୍‌ଏସ୍‌, ବ୍ଲିଚିଂ ପାଉଡର, ହାଲୋଜେନ ବଟିକା, ସାପ କାମୁଡ଼ା ପ୍ରତିଷେଧକ ଔଷଧ ଓ ଅନ୍ୟାନ୍ୟ ଆବଶ୍ୟକ ସାମଗ୍ରୀ ମହଜୁଦ୍‌ ସୁନିଶ୍ଚିତ କରିବାକୁ କୁହାଯାଇଛି। ବିଶୁଦ୍ଧ ପାନୀୟ ଜଳ, ଖାଦ୍ୟ ସୁରକ୍ଷା, ପରିମଳ ବ୍ୟବସ୍ଥା ଓ ଜନସଚେତନତା କାର୍ଯ୍ୟକ୍ରମକୁ ଅଧିକ ଜୋରଦାର କରାଯିବ । ସିଡିଏମ୍‌ ଓ ପିଏଚ୍‌ଓ ଜିଲ୍ଲା ମୁଖ୍ୟାଳୟ ଛାଡ଼ିବେ ନାହିଁ । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ କଣ୍ଟ୍ରୋଲ ରୁମ ସମସ୍ତ ପ୍ରଭାବିତ ଅଞ୍ଚଳ ସହ ଯୋଗାଯୋଗ ରଖି ଆବଶ୍ୟକ ପଦକ୍ଷେପ ନେବାକୁ ସ୍ୱାସ୍ଥ୍ୟ ବିଭାଗ କମିଶନର ନିର୍ଦ୍ଦେଶ ଦେଇଛନ୍ତି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ