ବନ୍ୟା ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ: ୮ ଲକ୍ଷ ଲୋକ ପ୍ରଭାବିତ

ଭୁବନେଶ୍ଵର : ବନ୍ୟାରେ ୮ ଲକ୍ଷ ଲୋକ ପ୍ରଭାବିତ। ଆକାଶ ମାର୍ଗରୁ ୧୨ଟି ବ୍ଲକର ସ୍ଥିତି ଅନୁଧ୍ୟାନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ସୂଚନା। ୨ ଲକ୍ଷ ୬୯ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ୧୭ ଓଡ୍ରାଫ୍, ୭ ଏନଡିଆରଏଫ୍, ୧୨୯ ଅଗ୍ନିଶମ ଟିମ୍ ନିୟୋଜିତ ହୋଇଛନ୍ତି। ଜିଲ୍ଲାପାଳମାନଙ୍କୁ ପାଣି ଛାଡ଼ିବାର ୩ ଦିନ ଭିତରେ କ୍ଷୟକ୍ଷତି ଆକଳନ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏସଡିଆରଏଫ୍ ରୁ ୨୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ବନ୍ୟା ପରବର୍ତ୍ତୀ ସ୍ଵାସ୍ଥ୍ୟ ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚଳିତ ବନ୍ୟାରେ ସତର୍କତା ପଦକ୍ଷେପ ନିଆଯାଇଛି। ଏଥିଯୋଗୁଁ ବଡ଼ ବିପର୍ୟ୍ୟୟକୁ ଟାଳି ଦିଆଯାଇଛି। ଦୟା, କୁଶଭଦ୍ରା, ଭାର୍ଗବୀ ଉପରେ ନଜର ରଖାଯାଇଛି। ପାଣି ଛାଡ଼ିଲାଣି, ଧୀରେ ଧୀରେ ସ୍ଥିତି ସୁଧୁରୁଛି।ସେ ଆହୁରି କହିଛନ୍ତି ଯେ, ବନ୍ୟା ପରବର୍ତ୍ତୀ ସ୍ୱାସ୍ଥ୍ୟ ସମସ୍ୟାର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି। ପାନୀୟ ଜଳ, ସ୍ୱାସ୍ଥ୍ୟସେବା, ବିଶୋଧନ ଓ ସ୍ୱଚ୍ଛତା ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି।

ମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ବିଭିନ୍ନ ନଦୀରେ ଜଳସ୍ତର କମିବା ଆରମ୍ଭ ହୋଇଛି ଏବଂ ଆସନ୍ତା ଦୁଇ ଦିନ ମଧ୍ୟରେ ବନ୍ୟା ସ୍ଥିତିରେ ଉଲ୍ଲେଖନୀୟ ସୁଧାର ଆସିବ ବୋଲି ଆଶା କରାଯାଉଛି। ରାଜ୍ୟ ସରକାର ପରିସ୍ଥିତି ଉପରେ ସତତ ନଜର ରଖିଥିବା ବେଳେ ପ୍ରଭାବିତ ଲୋକଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇବା ପାଇଁ ପ୍ରଶାସନକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ