ବନ୍ୟା ସ୍ଥିତି ନେଇ ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଆଜି ରାଜ୍ୟର ନଦୀଗୁଡ଼ିକରେ ବନ୍ୟା ସ୍ଥିତି ନେଇ ସମୀକ୍ଷା କରିଛନ୍ତି। ସମ୍ବଲପୁର ଜିଲ୍ଲାପାଳଙ୍କ ଭିସି ଚ୍ୟାମ୍ବରରେ ରାଜ୍ୟରେ ବନ୍ୟାସ୍ଥିତି ନେଇ ସମୀକ୍ଷା ବୈଠକରେ କହିଛନ୍ତି, ରାଜ୍ୟର ବିଭିନ୍ନ ନଦୀରସ୍ଥିତି ଉପରେ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ପଚାରି ବୁଝିଛି। ପାଣିପାଗ ବିଭାଗର ଆକଳନ ଅନୁସାରେ ମୟୂରଭଂଜ ଓ କେଉଁଝର ଦୁଇଟି ଜିଲ୍ଲା ରେଡ ଆଲର୍ଟରେ ଥିଲା। ହେଲେ ତାହା ବର୍ତ୍ତମାନ ବିପଦ ମୁକ୍ତ ରହିଛି। ବୁଢ଼ାବଳଙ୍ଗ ଓ ସୁବର୍ଣ୍ଣରେଖାର ଜଳପତ୍ତନ କମିବା ଆରମ୍ଭ ହେଲାଣି। ରିଲିଫ କେନ୍ଦ୍ରରୁ ଲୋକେ ଫେରିବା ଆରମ୍ଭ କଲେଣି । ଏଥର ଏହି ଜିଲ୍ଲାଗୁଡ଼ିକର କ୍ଷୟକ୍ଷତି ଆକଳନ ହେବ ଓ ଇନ୍ ପୁଟ ସବସିଡି ପ୍ରଦାନ କରାଯିବ।
ଶ୍ରୀ ପୂଜାରୀ କହିଛନ୍ତି, ବୁଢ଼ାବଳଙ୍ଗ ଓ ଜଳକା ନଦୀ ଉପରେ ନଜର ରହିଛି । ଏହାସହ ବାଲେଶ୍ଵର ଜିଲ୍ଲାରେ ବିପଦ ସଂକେତ ଏକ ମିଟର ଉପରେ ପାଣି ପ୍ରବାହିତ ହେବ ଆସନ୍ତାକାଲି ଏହି ପାଣି କମିବ ବୋଲି ବାଲେଶ୍ଵର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ରହିଛି ଯେ ସୂର୍ୟ୍ୟସ୍ଥ ପୂର୍ବରୁ ବନ୍ୟା ପ୍ରଭାବିତ ଆଶଙ୍କା ଥିବା ଲୋକଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯିବ। ମହିଳା ଓ ପୁରୁଷଙ୍କୁ ରହିବା ପାଇ ସ୍ଵତନ୍ତ୍ର ବ୍ୟବସ୍ଥା କରାଯିବ । ଆବଶ୍ୟକ ସାପ କାମୁଡ଼ା ଔଷଧ ଓ ପିଇବା ପାଣି ମେଡିସିନ ଓ ମେଡ଼ିକାଲ ଷ୍ଟାଫ ନିୟୋଜିତ ଅଛନ୍ତି । ସାପ କାମୁଡ଼ାର ଏକ ଘଣ୍ଟା ଭିତରେ ଯେମିତି ଔଷଧ ଯୋଗାଇ ହେବ, ଔଷଧ ମହଜୁତ ଅଛି। ସେହିପରି କାଉଡ଼ିଆମାନେ କିଭଳି ସ୍ୱଚ୍ଛ ପାଣି ପାଇ ପାରିବେ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

  • Related Posts

    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading
    ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ମୃତ

    ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବ୍ଲକ ଅନ୍ତର୍ଗତ ତିଖାଳି ଛକ ୩୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ପ୍ରାଣ ହରାଇଛନ୍ତି । ଆଜି ସକାଳ ୫ ଘଣ୍ଟା ୩୦ ମିନିଟ୍ ସମୟରେ ଅଜଣା ଟ୍ରକ ଧକ୍କା ଦେଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ