ବରିଷ୍ଠ ତୀର୍ଥଯାତ୍ରା- ବାରଣାସୀ-ଅଯୋଧ୍ୟା ଟ୍ରେନ୍‌ର ଶୁଭାରମ୍ଭ: ସାମିଲ ହେଲେ ୭୭୫ ଜଣ ବରିଷ୍ଠ ନାଗରିକ

ଭୁବନେଶ୍ୱର: ଭୁବନେଶ୍ୱର ନ୍ୟୁ ରେଳ ଷ୍ଟେସନ (ପଟିଆ) ଠାରେ ମୁଖ୍ୟମନ୍ତ୍ରୀ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅଧୀନରେ ୭୮୫ ଜଣ ଯୋଗ୍ୟ ତୀର୍ଥଯାତ୍ରୀଙ୍କୁ ଓଡିଶାରୁ ବାରଣାସୀ-ଅଯୋଧ୍ୟା ନେଇ ଯାଉଥିବା ଏକ ସ୍ୱତନ୍ତ୍ର ଟ୍ରେନ୍‌କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁଭାରମ୍ଭ କରିଛନ୍ତି।

ଚଳିତ ଆର୍ଥିକ ବର୍ଷର ପ୍ରଥମ ପର୍ଯ୍ୟାୟରେ ପୁରୀ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ଢେଙ୍କାନାଳ ଓ କେନ୍ଦ୍ରାପଡ଼ା ଜିଲ୍ଲାର ବରିଷ୍ଠ ନାଗରିକମାନଙ୍କର ବାରଣାସୀ-ଅଯୋଧ୍ୟା ଟ୍ରେନ୍‌ର ଶୁଭାରମ୍ଭ କରି ଶ୍ରୀମତୀ ପରିଡ଼ା କହିଛନ୍ତି ଯେ ପ୍ରଭୁ ଲିଙ୍ଗରାଜଙ୍କ ପୀଠରୁ କାଶୀ ବିଶ୍ୱନାଥ ଓ ଅଯୋଧ୍ୟା ପୀଠକୁ ଏହି ଯାତ୍ରା ସଫଳ ହେଉ । ଏହି ଯାତ୍ରା ଦ୍ୱାରା ବରିଷ୍ଠ ନାଗରିକମାନେ ଗଙ୍ଗା ଆଳତି, କାଶୀ ବିଶ୍ୱନାଥ ଦର୍ଶନ ଓ ଶ୍ରୀରାମଲାଲାଙ୍କ ସାନିଦ୍ଧ ଲାଭ କରିପାରିବେ । ବିଭିନ୍ନ ପର୍ଯ୍ୟାୟରେ ଭିନ୍ନ ଭିନ୍ନ ଜିଲ୍ଲାର ବରିଷ୍ଠ ନାଗରିକମାନେ ଦେଶର ବିଭିନ୍ନ ତୀର୍ଥସ୍ଥାନ ଯାତ୍ରା କରିବାର ସୌଭାଗ୍ୟ ହାସଲ କରିବା ସହ ସେହି ସ୍ଥାନର ସାଂସ୍କୃତିକ ଓ ଆଧ୍ୟାତ୍ମିକ ଗୁରୁତ୍ୱ ସମ୍ପର୍କରେ ଜାଣିପାରିବେ ବୋଲି ସେ ଉଲ୍ଲେଖ କରିଛନ୍ତି ।

ଏହି ପ୍ରଥମ ପର୍ଯ୍ୟାୟ ବରିଷ୍ଠ ତୀର୍ଥଯାତ୍ରାରେ ଖୋର୍ଦ୍ଧା ଜିଲ୍ଲାର ୧୬୯ ଜଣ, ଜଗତସିଂହପୁର ଜିଲ୍ଲାର ୮୫, କଟକ ଜିଲ୍ଲାର ୧୯୭, ପୁରୀରୁ ୧୨୭, କେନ୍ଦ୍ରାପଡ଼ାରୁ ୧୦୮ ଓ ଢେଙ୍କାନାଳ ଜିଲ୍ଲାର ୮୯ ଜଣଙ୍କୁ ମିଶାଇ ମୋଟ ୭୭୫ ଜଣ ବରିଷ୍ଠ ନାଗରିକ ଓ ସେମାନଙ୍କର ଭଲମନ୍ଦ ବୁଝିବା ପାଇଁ ୨୫ ଜଣ ଅଧିକାରୀ ସାମିଲ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୩୩୩ ଜଣ ମହିଳା ଓ ୪୩୨ ଜଣ ପୁରୁଷ ଅଛନ୍ତି ।

ଉକ୍ତ କାର୍ଯ୍ୟକ୍ରମରେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଓ କେନ୍ଦ୍ରାପଡ଼ା ବିଧାୟକ ଶ୍ରୀ ଗଣେଶ୍ୱର ବେହେରା ପ୍ରମୁଖ ତୀର୍ଥଯାତ୍ରୀମାନଙ୍କୁ ସମ୍ବୋଧିତ କରିବା ସହ ସେମାନଙ୍କର ସଫଳ ଯାତ୍ରା ପାଇଁ ଶୁଭକାମନା ଜଣାଇଥିଲେ । ଏହି ଅବସରରେ ପର୍ଯ୍ୟଟକମାନଙ୍କୁ ପ୍ରତୀକାତ୍ମକ ଭାବେ ରେଲ୍ୱେ ଟିକେଟ୍‌ ଓ କିଟ୍‌ ବ୍ୟାଗ୍‌ ପ୍ରଦାନ କରାଯାଇଥିଲା ।

ପର୍ଯ୍ୟଟନ ବିଭାଗ କମିଶନର ତଥା ଶାସନ ସଚିବ ଶ୍ରୀ ବଲୱନ୍ତ ସିଂହ, ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ଅମ୍ରିତ ଋତୁରାଜ, ଖୋର୍ଦ୍ଧା ରୋଡ୍‌ ଡିଭିଜନ୍‌ର ଅତିରିକ୍ତ ଡିଆର୍‌ଏମ୍‌ ଶ୍ରୀ ପ୍ରଦୀପ କୁମାର ବେହେରା, ଆଇଆର୍‌ସିଟିସିର ଆଞ୍ଚଳିକ ପରିଚାଳକ ଶ୍ରୀ ଅନୁଜ ଦତ୍ତ, ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ଶ୍ରୀ ଦୀପଙ୍କର ମହାପାତ୍ର ପ୍ରମୁଖ ନିଜ ନିଜର ବକ୍ତବ୍ୟ ରଖିଥିଲେ ।

ସୂଚନାଯୋଗ୍ୟଯେ, ୨୦୨୬-୨୭ ବର୍ଷରେ ମୋଟ ୧୦ ଟି ପର୍ଯ୍ୟାୟରେ ୮,୦୦୦ ବରିଷ୍ଠ ନାଗରିକ ଅଯୋଧ୍ୟା, ବାରାଣାସୀ, ହରିଦ୍ୱାର, ଋଷିକେଶ, ରାମେଶ୍ୱରମ ଓ ମଦୁରାଇ ଭ୍ରମଣ କରିବେ।

  • Related Posts

    ଚନ୍ଦ୍ରିକା ମୃତ୍ୟୁ ମାମଲା: ବୟଫ୍ରେଣ୍ଡଙ୍କୁ ମିଳିଲା ଜାମିନ

    କଟକ: ବହୁ ଚର୍ଚ୍ଚିତ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ଭୀମସେନ ପ୍ରସାଦ ଟୁଡୁଙ୍କୁ ହାଇକୋର୍ଟରୁ ସର୍ତ୍ତ ମୂଳକ ଜାମିନ ମିଳିଛି। ୫୦ ହଜାର ଟଙ୍କାର ଦୁଇ ଜଣ ଜାମିନଦାର ବଦଳରେ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ। ସାକ୍ଷୀମାନଙ୍କୁ…

    Continue reading
    ପୂର୍ବତନ ଜିଲ୍ଲାପାଳଙ୍କ ସମେତ ୩ ଜଣଙ୍କୁ ଜେଲ୍‌

    ଢେଙ୍କାନାଳ:ସରକାରୀ ଅର୍ଥ ଆତ୍ମସାତ୍‌ ଓ ଦୁର୍ନୀତି ମାମଲାରେ ଢେଙ୍କାନାଳର ପୂର୍ବତନ ଜିଲ୍ଲାପାଳଙ୍କ ସମେତ ୩ ଜଣଙ୍କୁ ଆଜି (୦୩.୦୯.୨୦୨୬) ଦୋଷୀ ସାବ୍ୟସ୍ତ କରିଛନ୍ତି ଢେଙ୍କାନାଳ ବିଶେଷ ଭିଜିଲାନ୍ସ ଆଦାଲତ। ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିମାନେ ହେଲେ: ନିତ୍ୟାନନ୍ଦ ମହାନ୍ତି, ଅବସରପ୍ରାପ୍ତ ଆଇ.ଏ.ଏସ୍‌…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ