ବର୍ବରକାଣ୍ଡ, ପିକ-ଅପ୍ ଭ୍ୟାନ୍‌ ଡ୍ରାଇଭରଙ୍କୁ ପିଟି ପିଟି ହତ୍ୟା

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲାରେ ବର୍ବରକାଣ୍ଡ । ଦୁର୍ଘଟଣାକୁ ନେଇ ଜଣେ ପିକ୍-ଅପ୍ ଭ୍ୟାନ୍ ଡ୍ରାଇଭରଙ୍କୁ ଅତି ନୃଶଂସ ଭାବରେ ପିଟି ପିଟି ହତ୍ୟା କରାଯାଇଛି । କିଛି ଟ୍ରକ୍ ଡ୍ରାଇଭର ପିକ୍-ଅପ୍ ଭ୍ୟାନ୍ ଡ୍ରାଇଭରଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକ ଜଣଙ୍କ ସୁନ୍ଦରଗଡ଼ର ଭସ୍ମା ଥାନା ସୀମା ଅନ୍ତର୍ଗତ ଗୁଲଥା ଗ୍ରାମର ରାଜେଶ ମୁଣ୍ଡା (34) ବୋଲି ଜଣାପଡ଼ିଛି ।ପୋଲିସର ପ୍ରାଥମିକ ସୂଚନା ଅନୁଯାୟୀ, ଗତକାଲି (ଶୁକ୍ରବାର) ଅପରାହ୍ନରେ ସୁନ୍ଦରଗଡ଼ କୋଲ୍ କରିଡର ରୋଡ୍‌ର ଖମାରବାହାଲ ଛକ ନିକଟରେ ରାଜେଶ ମୁଣ୍ଡାଙ୍କ ପିକ-ଅପ୍ ଭ୍ୟାନ୍, ପାଖରେ ଠିଆ ହୋଇଥିବା ଏକ ଟ୍ରକ୍ ଡ୍ରାଇଭରଙ୍କୁ ଧକ୍କା ଦେଇଥିଲା । ଫଳରେ ଟ୍ରକ ଡ୍ରାଇଭରଙ୍କ ଗୋଡ଼ରେ ଆଘାତ ଲାଗିଥିଲା । ଦୁର୍ଘଟଣାରେ ଉତ୍ତ୍ୟକ୍ତ ହୋଇ ଅନ୍ୟ ଟ୍ରକ୍ ଡ୍ରାଇଭରମାନେ ଏକାଠି ହୋଇ ରାଜେଶ ମୁଣ୍ଡାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ । ସେମାନେ ମାରଣାସ୍ତ୍ରରେ ନିର୍ମମ ଭାବରେ ରାଜେଶଙ୍କୁ ପିଟିଥିବା ଅଭିଯୋଗ ହୋଇଛି ।
ଆକ୍ରମଣ ପରେ, ଆହତ ଡ୍ରାଇଭର ରାଜେଶ ଘଟଣାସ୍ଥଳରେ ହିଁ ଅଚେତ ହୋଇପଡ଼ିଥିଲେ । ତାଙ୍କୁ ତୁରନ୍ତ ତାଙ୍କ ନିଜ ପିକ-ଅପ୍ ଗାଡ଼ିରେ ବସାଇ ସ୍ଥାନୀୟ ଲୋକ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନା (DHH)କୁ ନେଇଯାଇଥିଲେ । କିନ୍ତୁ, ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ହସ୍ପିଟାଲ କର୍ତ୍ତୃପକ୍ଷ ତୁରନ୍ତ ଭସ୍ମା ପୋଲିସ ଏବଂ ଟାଉନ ପୋଲିସକୁ ଖବର ଦେଇଥିଲେ ।ସୂଚନା ପାଇବା ପରେ, ଭସ୍ମା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ କରି ତଦନ୍ତ ଆରମ୍ଭ କରିଛି । ପୋଲିସ ଏପର୍ଯ୍ୟନ୍ତ ହତ୍ୟାକାଣ୍ଡରେ ସିଧାସଳଖ ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଥିବା ତିନି ଜଣ ଟ୍ରକ ଡ୍ରାଇଭରଙ୍କୁ ଅଟକ ରଖିଛି ।
ଡିଆଇଜି (ପଶ୍ଚିମ ରେଞ୍ଜ) ବ୍ରିଜେଶ କୁମାର ରାୟ କହିଛନ୍ତି, “ଏହି ଘଟଣାରେ ଅତି କମରେ ତିନି ଜଣ ଟ୍ରକ୍ ଡ୍ରାଇଭରଙ୍କୁ ଅଟକ ରଖାଯାଇଛି ଏବଂ ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଥିବା ଅନ୍ୟମାନଙ୍କୁ ଗିରଫ କରିବା ପାଇଁ ପ୍ରୟାସ ଜାରି ରହିଛି ।”ପୋଲିସ ସୂତ୍ର ଅନୁଯାୟୀ ପ୍ରାୟ 10 ଜଣ ଟ୍ରକ୍ ଡ୍ରାଇଭର ଆକ୍ରମଣରେ ସାମିଲ ଥିବା ଅଭିଯୋଗ ହୋଇଛି ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ