ବର୍ଷାଙ୍କୁ ଅନୁଭବଙ୍କ ତରଫରୁ ମିଳିବନି ଭରଣପୋଷଣ

କଟକ: ଘରୋଇ ହିଂସା ଅଭିଯୋଗ ମାମଲାରୁ ମୁକ୍ତ ହେଲେ ସିନେ ଷ୍ଟାର ଅନୁଭବ ମହାନ୍ତି । ଅନୁଭବଙ୍କ ବିରୁଦ୍ଧରେ ତାଙ୍କ ପୂର୍ବ ପତ୍ନୀ ବର୍ଷା, ଘରୋଇ ହିଂସା ସମେତ ଅନ୍ୟ ଯେଉଁ ସବୁ ଅଭିଯୋଗ ଆଣି ଅଦାଲତଙ୍କ ଦ୍ୱାରସ୍ତ ହୋଇଥିଲେ ତାହା ଖାରଜ ହୋଇଛି । ଯେହେତୁ ମାମଲା ଯୋଗ୍ୟ ପ୍ରମାଣ କୋର୍ଟରେ ଦାଖଲ କରାଯାଇପାରିଲା ନାହିଁ, ତେଣୁ ବର୍ଷାଙ୍କୁ କ୍ଷତି ପୂରଣ ଅବା ଭରଣପୋଷଣ ଲାଗି ଅନୁଭବଙ୍କୁ କିଛି ଦେବାକୁ ହେବ ନାହିଁ ବୋଲି ଜେଏମ୍‌ଏଫ୍‌ସି କୋର୍ଟ କଟକ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି । ୨୦୨୨ ମସିହାରେ ବର୍ଷା ଅନୁଭବ ଏବଂ ତାଙ୍କ ପରିବାର ବିରୁଦ୍ଧରେ ଆଣିଥିଲେ ସଂଗୀନ ଅଭିଯୋଗ । ଶାଶୁଘରେ ତାଙ୍କୁ ପାରିବାରିକ ହିଂସାର ଶିକାର ହେବାକୁ ପଡୁଛି ବୋଲି ବର୍ଷା ଅଭିଯୋଗ କରି ଜେଏମ୍‌ଏଫ୍‌ସି କୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲେ । ତାଙ୍କୁ ମାନସିକ ଏବଂ ଶାରୀରିକ ନିର୍ୟାତନା ଦିଆଯାଉଛି, ତେଣୁ କ୍ଷତିପୂରଣ ବାବଦରେ ଏକ ନିର୍ଦ୍ଧିଷ୍ଟ ଅର୍ଥରାଶି ଦେବା ସହିତ ଭରଣପୋଷଣ ଲାଗି ଦାବି କରିଥିଲେ ବର୍ଷା । ଯାହାର ରାୟ ପ୍ରକାଶ କରିବା ସହିତ ବର୍ଷଙ୍କ ଆବେଦନକୁ ଖାରଜ କରିଛନ୍ତି କୋର୍ଟ ।
ସୂଚନାଯୋଗ୍ୟ, ବର୍ଷକ ପୂର୍ବରୁ ବର୍ଷା ଓ ଅନୁଭବଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଥିଲା । ୨୦୨୪ ଫେବ୍ରୁଆରୀ ୮ରେ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଏକ୍ସରେ ପୋଷ୍ଟ କରି ବର୍ଷାଙ୍କ ସହ ଛାଡ଼ପତ୍ର ହୋଇଥିବା ଅନୁଭବ ଘୋଷଣା କରିଥିଲେ । ଏହି ଷ୍ଟାର ଦମ୍ପତିଙ୍କ ପାରିବାରିକ ବିବାଦର ମୂଳ ମାମଲା ୨୦୨୦ ଜୁଲାଇ ୬ରେ ଅନୁଭବ ମହାନ୍ତିଙ୍କ ଦ୍ୱାରା ଦିଲ୍ଲୀର ପଟିଆଲା ହାଉସ ପରିବାର ଅଦାଲତରେ ରୁଜୁ ହୋଇଥିଲା । ଏହାପରେ ଏହି ମାମଲାକୁ କଟକ ପରିବାର ଅଦାଲତକୁ ସ୍ଥାନାନ୍ତରିତ କରିବା ପାଇଁ ବର୍ଷା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ତ ହୋଇଥିଲେ । ପରେ ସର୍ବୋଚ୍ଚ ଅଦାଲତ ଏହି ମାମଲା କଟକ ଅଦାଲତକୁ ସ୍ଥାନାନ୍ତରିତ କରିଥିଲେ । କଟକ ପରିବାର ଅଦାଲତଙ୍କ ନିର୍ଦ୍ଦେଶରେ ୨୦୨୧ ଏପ୍ରିଲ ୫ ତାରିଖରେ ପ୍ରଥମ ଥର ପାଇଁ ଉଭୟ ହାଜର ହୋଇଥିଲେ । ସେବେଠାରୁ ଉଭୟ ଉଭୟଙ୍କ ନାଁରେ ଅନେକ ମୋକଦ୍ଦମା ରୁଜୁ କରିଥିଲେ ।ତେବେ କଟକ ପରିବାର ଅଦାଲତରେ ବିବାହ ବିଚ୍ଛେଦ ଆବେଦନ ଖାରଜ ହେବା ପରେ ଅନୁଭବ ମହାନ୍ତି ଏହାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ । ୨୦୨୩ ଡିସେମ୍ବର ୨୧ରେ ହାଇକୋର୍ଟ ଅନୁଭବ ମହାନ୍ତିଙ୍କ ଆବେଦନକୁ ଗ୍ରହଣ କରି ମାମଲାର ଶୁଣାଣି କରିଥିଲେ। ପରେ ଉଭୟଙ୍କ ବିବାହ ବିଚ୍ଛେଦକୁ ଅନୁମତି ଦେଇଥିଲେ ।
୨୦୨୪ ଫେବ୍ରୁଆରୀ ୮ରେ ନିଜେ ଅନୁଭବ ଏକ୍ସ ହ୍ୟାଣ୍ଡେଲରେ ପୋଷ୍ଟ ସେୟାର କରି ବିବାହ ବିଚ୍ଛେଦ କଥା ଘୋଷଣା କରିଥିଲେ । ସେ ଲେଖିଥିଲେ, ”ଏହି ଲଢେଇରେ ମୋର ଏବଂ ମୋ ପରିବାର ସହ ରହିଥିବା ନେଇ ମୁଁ ସମସ୍ତଙ୍କୁ କୃତଜ୍ଞତା ଜଣାଉଛି । ଆଜି ମୋର ଛାଡପତ୍ରର ଆଦେଶ ପାଇଛି । ମୂଲ୍ୟହୀନ, ଅର୍ଥହୀନ, ହୃଦୟହୀନ ତଥା ଯନ୍ତ୍ରଣାଦାୟକ ଏବଂ ସର୍ବୋପରି ମୋର ମିଥ୍ୟା ବିବାହର ଶେଷ ହୋଇଛି । ବିବାହର ୧୦ ବର୍ଷ ପୂର୍ତ୍ତିର ଗୋଟିଏ ଦିନ ପୂର୍ବରୁ ଏହି ଛାଡପତ୍ର ହୋଇଛି । ତଥାପି ମୁଁ ବର୍ଷାଙ୍କ ଖୁସି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି ।”

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ