ବର୍ଷାର ପରିମାଣ ବଢ଼ିବ: ଓଡ଼ିଶାକୁ ରେଡ୍‌ ଆଲର୍ଟ

ଭୁବନେଶ୍ବର: ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ 24 ଘଣ୍ଟାରେ ଉତ୍ତର ଦିଗରେ ଗତି କରିବା ସହ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି । ଭଦ୍ରକ, ବାଲେଶ୍ୱର, ଯାଜପୁର ଏବଂ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି ।

ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହା ସହିତ ଦକ୍ଷିଣପୂର୍ବ ଝାଡ଼ଖଣ୍ଡ ଉପରେ ସକ୍ରିୟ ଲଘୁଚାପ ସହ ଜଡିତ ଘୂର୍ଣ୍ଣିବଳୟ ଏବଂ ମୌସୁମୀ ନିମ୍ନ ଚାପ ରେଖାର ମିଳିତ ପରସ୍ପର ସହ ପ୍ରତିକ୍ରିୟା ପ୍ରଭାବରେ ରାଜ୍ୟରେ ବିସ୍ତୃତି ବର୍ଷା ସହ କିଛି ଜିଲ୍ଲାରେ ଭାରିରୁ ଅତି ଭାରି ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି ।

ଆଜି ସାରା ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଘଣ୍ଟାପ୍ରତି 30-40 କିମି ବେଗରେ ଝଡ଼ି ପବନ ବହିବ । ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ କେନ୍ଦ୍ରପଡ଼ା, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ଅନ୍ୟ ସବୁ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ରହିବ ।
ଆସନ୍ତାକାଲି (ଅଗଷ୍ଟ 17 ତାରିଖ)ରୁ ବର୍ଷାର ପରିମାଣ ବଢ଼ିବ । ଅତି ଭୀଷଣ ବର୍ଷା ପାଇଁ ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ଜଗତସିଂହପୁର, ଖୋରଧା, ନୟାଗଡ଼, ବୌଦ୍ଧ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡ଼ା ଓ ସନ୍ଦରଗଡ଼ ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କତା ଜାରି କରିଛି । ସାରା ରାଜ୍ୟରେ ବର୍ଷା ସହ ବଜ୍ରପାତ ଓ ଝଡି ପବନ ବହିବ ।ଆସନ୍ତା 18 ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ପ୍ରବେଶ ନକରିବା ପାଇଁ ସତର୍କ କରାଯାଇଛି ।

  • Related Posts

    ଗାନ୍ଧିମାର୍ଗରେ ଶିକ୍ଷକ-କର୍ମଚାରୀଙ୍କ ଧାରଣା

    ପୁଣି ରାଜରାସ୍ତାରେ ଗର୍ଜିଲେ ଗୁରୁ। ୪ ଦଫା ଦାବି ନେଇ ଗାନ୍ଧି ମାର୍ଗରେ ଗର୍ଜନ। ବାଧା ଦେଉଥିଲା ବର୍ଷା, ହକ୍ ପାଇଁ ଲଢୁଥିଲେ ଶିକ୍ଷକ। ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତି ପୁଣି ଆନ୍ଦୋଳନକୁ ଓହ୍ଲାଇଛି। ୨୦…

    Continue reading
    ବର୍ଷା: ମୟୂରଭଞ୍ଜ-ବାଲେଶ୍ୱର-କେନ୍ଦ୍ରାପଡ଼ାକୁ ରେଡ୍‌ ଆଲର୍ଟ

    ବଙ୍ଗୋପସାଗରରେ ଅବପାତ। ଆଜି ଅବପାତରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ। ଡିପ୍ରେସନ୍ ଏବେ ବାଲେଶ୍ବରରୁ ୧୮୦ କି.ମି. ଦୂରରେ ରହିଛି। ୨୪ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର ଆଡ଼କୁ ଅଗ୍ରସର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ରାଜ୍ୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ