ବର୍ଷାର ପ୍ରକୋପ: ୬ ଜିଲ୍ଲାକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର: ବାତ୍ୟା ‘ଅକଭାନ୍‌’ ପ୍ରଭାବରେ ଓଡ଼ିଶାରେ ବର୍ଷାର ପ୍ରକୋପ ବଢ଼ିବାକୁ ଯାଉଛି। ଉପକୂଳ ନିକଟତର ହେଉଥିବା ବାତ୍ୟା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଓଗଊ) ପକ୍ଷରୁ ଆଜି ଓ ଆସନ୍ତାକାଲି ପାଇଁ ଅନେକ ଜିଲ୍ଲାକୁ ରେଡ୍‌, ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆଜି ଭୀଷଣ ବର୍ଷା ଆଶଙ୍କାରେ ୬ଟି ଜିଲ୍ଲାକୁ ରେଡ୍‌ ଆଲର୍ଟ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ଗଜପତି, କନ୍ଧମାଳ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା। ସେହିପରି ଅତି ପ୍ରବଳ ବର୍ଷା ଆଶଙ୍କାରେ ୧୦ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେଗୁଡ଼ିକ ହେଉଛି ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ଖୋର୍ଦ୍ଧା, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି।

ଏହାବ୍ୟତୀତ କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେପଟେ ନଭେମ୍ବର ୨୦ ତାରିଖ ପାଇଁ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ଅତ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କାରେ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ୧୩ଟି ଉପକୂଳବର୍ତ୍ତୀ ଓ ଆଭ୍ୟନ୍ତରୀଣ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଏବଂ ଅନ୍ୟ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ବାତ୍ୟା ଅକଭାନ୍‌ର ଗତିପଥ ଓ ପ୍ରଭାବକୁ ନଜରରେ ରଖି ପାଣିପାଗ ବିଭାଗ ପକ୍ଷରୁ ନିୟମିତ ଅପଡେଟ୍‌ ଜାରି କରାଯାଉଛି । ତେଣୁ ସତର୍କ ରହିବା ସହ ପ୍ରଶାସନ ଓ ପାଣିପାଗ ବିଭାଗର ପରାମର୍ଶ ମାନିବାକୁ ଜରୁରୀ ।

  • Related Posts

    ବାତ୍ୟା ମୁକାବିଲା: ୩୮୮ ଅଗ୍ନିଶମ ଟିମ୍‌ ପ୍ରସ୍ତୁତ

    ଭୁବନେଶ୍ୱର:ବାତ୍ୟା ମୁକାବିଲା ପାଇଁ ଅଗ୍ନିଶମ ବିଭାଗର ବ୍ୟାପକ ପ୍ରସ୍ତୁତି । ଉଦ୍ଧାର କାର୍ୟ୍ୟକୁ ଅଧିକ ଗୁରୁତ୍ୱ ଦେଇ ପ୍ରସ୍ତୁତ ରହିଛନ୍ତି ଅଗ୍ନିଶମ ବାହିନୀ । ବର୍ଷା ଲାଗି ରହିଥିବାରୁ ସବୁ ଅଞ୍ଚଳରେ ଟିମ୍‌ଗୁଡ଼ିକୁ ସଜାଗ ରଖାଯାଇଛି । ଜୀବନ ବଞ୍ଚାଇବାକୁ ହେଲେ…

    Continue reading
    ୩୦ରେ ଅବସର ନେବେ ବିନୟତୋଷ ମିଶ୍ର

    ଭୁବନେଶ୍ଵର : ଖୁବ୍ ଶୀଘ୍ର ଓଡିଶା ପାଇବ ନୂଆ ଡିଜିପି। ଓଡ଼ିଶା ପୁଲିସ୍‌ ପ୍ରଶାସନରେ ବଡ଼ ପରିବର୍ତ୍ତନ ହେବ । ଆସନ୍ତା ୩୦ ତାରିଖରେ ବରିଷ୍ଠ ଆଇପିଏସ୍‌ ଅଧିକାରୀ ତଥା ଓଡ଼ିଶା ପୁଲିସର ଅନ୍ତରୀଣ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର ଅବସର ନେବେ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !