ବର୍ଷା ; ଆଜି ମାଲକାନଗିରି ଓ ନବରଙ୍ଗପୁରରେ ସ୍କୁଲ, ଅଙ୍ଗନବାଡ଼ି ଛୁଟି

ଭୁବନେଶ୍ୱର: ଆଜି ମାଲକାନଗିରି ଓ ନବରଙ୍ଗପୁରରେ ସ୍କୁଲ ଛୁଟି । ଅଙ୍ଗନବାଡ଼ି ସହ ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ । ଅତିପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଥିବାରୁ ସ୍କୁଲ ଛୁଟି ଘୋଷଣା । ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ରେଡ୍ ୱାର୍ଣ୍ଣିଂ ଜାରି କରିଛି ।ମାଲକାନଗିରିରେ ଆଜି ଜିଲ୍ଲାର ସବୁ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା ହୋଇଛି । ରେଡ୍ ଆଲର୍ଟ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ । ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲ୍ଲାରେ ଜୀବନଯାତ୍ରା ପ୍ରଭାବିତ ହୋଇଛି । କାଲିମେଳା ଓ ପଡିଆ ମୁଖ୍ୟରାସ୍ତାର କନ୍ୟାଶ୍ରମ ପୋଲ ଉପରେ ପାଣି ଚାଲୁଛି । କାଲିମେଳା ଓ ପଡିଆକୁ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ।ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ରେଡ୍‌ ଆଲର୍ଟ ଜାରି ହୋଇଛି । ଜିଲ୍ଲାର ସମସ୍ତ ବିଦ୍ୟାଳୟକୁ ଆଜି ଗୋଟିଏ ଦିନ ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ରହିଛି । ଏପଟେ ପ୍ରଶାସନ ପକ୍ଷରୁ ଜିଲ୍ଲାର ସମସ୍ତ ୧୦ ବିଡିଓ ଓ ତହସିଲଦାରଙ୍କୁ ସଜାଗ ନିର୍ଦ୍ଦେଶ ରହିଛି । ତଳିଆ ଅଞ୍ଚଳରେ ସମ୍ଭାବ୍ୟ ପାଣି ଜମିବା ଆଶଙ୍କାରେ ଓଡ୍ରାଫ୍ଟ ଟିମ ସଜାଗ ରହିଛନ୍ତି ।ଆଜି ଦକ୍ଷିଣ ଓଡ଼ିଶାରେ ନିର୍ଧୁମ ଛେଚିବ ବର୍ଷା । ଅତି ପ୍ରବଳରୁ ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ଜାରି ହୋଇଛି ରେଡ୍ ୱାର୍ଣ୍ଣିଂ । ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶା ଉପକୂଳରେ ଘୂର୍ଣ୍ଣିବଳୟ ପ୍ରଭାବରେ ରବିବାର ସକାଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଯାହା ଫଳରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ଆଜି ତାହା ଅବପାତର ରୂପ ନେବା ଫଳରେ ଦକ୍ଷିଣ ଓଡ଼ିଶାରେ ନିର୍ଧୁମ ବର୍ଷା ଛେଚିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।ଅତି ପ୍ରବଳରୁ ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ଜାରି ହୋଇଛି ରେଡ୍ ୱାର୍ଣ୍ଣିଂ । ମାଲକାନଗିରି, କୋରାପୁଟ ଏବଂ ନବରଙ୍ଗପୁର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଏହି ତିନି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି । ଆହୁରି ୩ ଦିନ ପ୍ରବଳ ବର୍ଷା । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ଏହା ଆସନ୍ତା ୨୪ ଘଣ୍ଟାରେ ଅଧିକା ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ୧୯ ତାରିଖ ସକାଳେ ଅବପାତଟି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବା । ପ୍ରଭାବରେ ଆସନ୍ତା ୩ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷର ସମ୍ଭାବନା ରହିଛି ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ