
ଦେବଗଡ଼:ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗ ଛାତ୍ର ଛାତ୍ରୀ ମାନଙ୍କ ସୁରକ୍ଷା କୁ ଦୃଷ୍ଟିରେ ରଖି ଦେବଗଡ ଜିଲ୍ଲାର ଆସନ୍ତାକାଲି(ବୁଧବାର) ଦିନ ସମସ୍ତ ଅଙ୍ଗନୱାଡି, ଘରୋଇ ଏବଂ ସରକାରୀ ସ୍କୁଲ କଲେଜ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁ । ଏହାସହିତ ଜିଲ୍ଲାର କେନ୍ଦ୍ରୀୟ ବିଦ୍ୟାଳୟ, ଆଦର୍ଶ ବିଦ୍ୟାଳୟ ମଧ୍ୟ ବନ୍ଦ ରହିବ ବୋଲି ଚିଠିରେ ଉଲ୍ଲେଖ ରହିଛି।ଦେବଗଡ ଜିଲ୍ଲାରେ ଲଗାଣ ବର୍ଷା ଲାଗିରହିଥିବାବେଳେ ଛାତ୍ରଛାତ୍ରୀମାନଙ୍କ ସୁରକ୍ଷା ଦୃଷ୍ଟିରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି।




