ବର୍ଷା: ମୟୂରଭଞ୍ଜ ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା: ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ ପ୍ରକାରର ବିଦ୍ୟାଳୟ ବନ୍ଦ ରହିବ । ଜିଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କ ତରଫରୁ ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ଯେ, ସେମାନେ ନିଜ ନିଜ କ୍ଷେତ୍ରରେ ଥିବା ସରକାରୀ, ସରକାରୀ ସହାୟକ ଓ ବେସରକାରୀ ବିଦ୍ୟାଳୟର(ପ୍ରାଥମିକରୁ ଉଚ୍ଚ ମାଧ୍ୟମିକ) ପ୍ରଧାନ ଶିକ୍ଷକ/ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ନିର୍ଦ୍ଦେଶ ଦେବେ ଯେପରି ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଆଜି ବିଦ୍ୟାଳୟ ବନ୍ଦ ରଖାଯାଏ। ତଥାପି ସମସ୍ତ ପ୍ରଧାନ ଶିକ୍ଷକ, ପ୍ରଧାନ ଶିକ୍ଷୟିତ୍ରୀ, ଅଧ୍ୟକ୍ଷ ଓ ଶିକ୍ଷକମାନେ ନିଜ ନିଜ ବିଦ୍ୟାଳୟକୁ ଯଥାସମୟରେ ଉପସ୍ଥିତ ହେବେ ଏବଂ କ୍ଲାସ ୱାଟ୍ସଆପ ଗ୍ରୁପ, ଫୋନ କଲ, ଏସଏମଏସ ଆଦି ଉପଲବ୍ଧ ଯୋଗାଯୋଗ ମାଧ୍ୟମରେ ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକଙ୍କୁ ବିଦ୍ୟାଳୟ ବନ୍ଦ ରହିବାର ସୂଚନା ପ୍ରସାର କରିବେ। ଯେପରି କୌଣସି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନ ଆସନ୍ତି। ଏହି ସୂଚନା ଜିଲା ଶିକ୍ଷା ଅଧିକାରୀ, ମୟୂରଭଞ୍ଜ ତରଫରୁ ଜାରି କରାଯାଇଛି।

  • Related Posts

    ବାଣୀବିହାର: ଅଣଛାତ୍ରଙ୍କୁକ୍ୟାମ୍ପସ ଛାଡ଼ି ଚାଲିଯିବାକୁ ସିପି-ଡିସିପିଙ୍କ ଅପିଲ୍

    ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର କ୍ୟାମ୍ପସରେ ଛାତ୍ର ଉତ୍ତେଜନା ଥମିବାର ନାଁ ନେଉନାହିଁ। କ୍ୟାମ୍ପସ ଭିତରକୁ ଅଣଛାତ୍ରଙ୍କ ପ୍ରବେଶକୁ ନେଇ ପରିସ୍ଥିତି ଅଶାନ୍ତ ରହିଛି, ଯାହାଫଳରେ ନିର୍ଦ୍ଧାରିତ ‘ହ୍ବାଏ ଆଇ ଷ୍ଟାଣ୍ଡ ଫର୍‌’ ବୈଠକ ମଧ୍ୟ ଆରମ୍ଭ ହୋଇପାରିନାହିଁ। କ୍ୟାମ୍ପସ ଅଡିଟୋରିୟମ…

    Continue reading
    ଝାରସୁଗୁଡ଼ା ବିମାନବନ୍ଦରର ବିକାଶ ଲାଗି କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି ୨୧୦୦ କୋଟି: ପ୍ରଦୀପ ପୁରୋହିତ

    ଝାରସୁଗୁଡ଼ା: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ବିକାଶ ଓ ସମ୍ପ୍ରସାରଣ ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ଏ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ରନ୍‌ୱେ ସମ୍ପ୍ରସାରଣ ପାଇଁ ୧୬୮.୮୮ ଏକର ଜମି ଅଧିଗ୍ରହଣ ପ୍ରକ୍ରିୟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି