ବର୍ଷା: ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସ୍କୁଲ ଦିନ ବନ୍ଦ

ଭୁବନେଶ୍ୱର: ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ମୟୂରଭଞ୍ଜ ଓ ବାଲେଶ୍ୱରକୁ ବନ୍ୟା ଭୟ ବଢ଼ିଯାଇଛି । ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ଜଳକା ନଦୀ ଫୁଲୁଛି । ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସ୍କୁଲ ଦିନ ବନ୍ଦ ରହିବ । ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ୩୦ ତାରିଖ ସୋମବାରଠୁ ୩ ଦିନ ଯାଏ ଜିଲ୍ଲାର ସମସ୍ତ ସ୍କୁଲ ଏବଂ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ରହିବ ବୋଲି ଜିଲ୍ଲାପାଳ ହେମକାନ୍ତ ସୟ ଘୋଷଣା କରିଛନ୍ତି । ଏଚ୍‌ଏସ୍‌ସି ସପ୍ଲିମେଣ୍ଟାରୀ ପରୀକ୍ଷା ଯଥାରୀତି ଚାଲୁ ରହିବ ବୋଲି ସୂଚନା ରହିଛି।

ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡରେ ବିଗତ ଦିନରେ ପ୍ରବଳ ବର୍ଷା ହୋଇଛି । ଯାହା ଫଳରେ ସୁବର୍ଣରେଖା, ବୁଢାବଳଙ୍ଗା ଓ ଜଳକାରେ ଜଳସ୍ତର ବଢିଛି । ଏହି ତିନି ନଦୀରେ ବନ୍ୟା ସ୍ଥିତି ଅଛି । ବାକି କୌଣସି ନଦୀରେ ବିପଦ ନାହିଁ । ବୈତରଣୀ ପାଇଁ ସମ୍ପୂର୍ଣ୍ଣ ସଜାଗ ଅଛି ଜଳ ସମ୍ପଦ ବିଭାଗ । ସୁବର୍ଣ୍ଣରେଖାରେ ବିପଦ ସଂକେତ ଠାରୁ ୧.୧୬ ମିଟର ଅଧିକ ଜଳ ପ୍ରଭାହିତ ହେଉଛି । ଏହା କ୍ରମାଗତ ଭାବେ ବଢ଼ୁଛି । ଆଜି ଦିନ ୧୨ସୁଦ୍ଧା ୧୧.୭ ମିଟର ହେବା ନେଇ ଆଶଙ୍କା ରହିଛି । ଧୀରେ ଧୀରେ ଏହା କମି ପାରେ । ପାଣିପାଗ ବିଭାଗର ଆକଳନ ଅନୁସାରେ ମୟୁରଭଞ୍ଜ ଓ ଝାଡ଼ଖଣ୍ଡରେ ଦୁଇ ଦିନ ପାଇଁ ରେଡ ୱାର୍ଣ୍ଣିଂ ଦିଆଯାଇଛି । ସେଠି ବର୍ଷା ହେଲେ ଉତ୍ତର ଓଡ଼ିଶାର ନଦୀ ଗୁଡିକରେ ଜଳସ୍ତର ବୃଦ୍ଧି ପାଇବ ।

ଝାଡ଼ଖଣ୍ଡ କେତେ ଜଳ ଛାଡିବ, ତା ଉପରେ ସୁବର୍ଣ୍ଣରେଖାର ଜଳସ୍ତର ନିର୍ଭର କରିବ । ବୁଢ଼ାବଳଙ୍ଗରେ ବିପଦ ସଂକେତ ୮.୧୩ ମିଟର । ସକାଳ ୯ ସୁଦ୍ଧା ଏହା ୭.୨୦ ମିଟର ରହିଛି । କ୍ରମାଗତ ଭାବେ ଜଳସ୍ତର କମିବାରେ ଲାଗିଛି । ସେଠି ବର୍ଷା ନ ହେଲେ ସେଭଳି ବଡ଼ ବନ୍ୟାର ଆଶଙ୍କା ନାହିଁ । ଜଳକାରେ ୬.୫ ମିଟର ବିପଦ ସଂକେତ । ବର୍ତ୍ତମାନ ୬.୮୪ ମିଟର ଜଳ ପ୍ରଭାହିତ ହେଉଛି । ଧୀରେ ଧୀରେ ଜଳସ୍ତର କମୁଛି ।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ