ବଲାଙ୍ଗୀର ପ୍ରତି ଅବହେଳା ହୋଇଛି:ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର: ବିଭିନ୍ନ ସରକାର ଅମଳରେ ବଲାଙ୍ଗୀର ଜିଲା ପ୍ରତି ଅବହେଳା ହୋଇଛି। ବଲାଙ୍ଗୀରର ଯେତିକି ବିକାଶ ହେବା କଥା ହୋଇନାହିଁ। ତେବେ ଆମ ସରକାର ସମସ୍ତ ଅସମାନତା ଦୂର କରି ଜିଲାକୁ ସମୃଦ୍ଧ ଓ ବିକଶିତ ଜିଲା କରିବାକୁ ପ୍ରାଥମିକତା ଦେବ।  ବଲାଙ୍ଗୀର ଜିଲାର ଜଳସେଚନ, କୃଷି ଓ ସ୍ବାସ୍ଥ୍ୟସେବାକୁ ଗୁରୁତ୍ୱ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରବିବାର ବଲାଙ୍ଗୀର ସର୍କିଟ ହାଉସ ଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କହିଛନ୍ତି।

ଏହି ଖବରଦାତା ସମ୍ମିଳନୀରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସ୍ବାସ୍ଥ୍ୟମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ, ଲୋକସଭା ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓ, ଜିଲାପାଳ ଗୌରବ ଶିଓ୍ବାଜୀ ଇସଲଓ୍ବାର, ଏସ୍‌ପି ଋଷିକେଶ ଡାନଦେଓ ଖିଲାରୀ, ଭାଜପା ଜିଲା ସଭାପତି ଶିବାଜୀ ମହାନ୍ତି ଓ ଭାଜପା ନେତା ଗୋପାଲଜୀ ପାଣିଗ୍ରାହୀ ଉପସ୍ଥିତ ଥିଲେ। ଶନିବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ତୁଷୁରା ଏୟାରଷ୍ଟ୍ରିପ ସମ୍ପ୍ରସାରଣ ଓ ଉନ୍ନତିକରଣ, ବେଲପଡା ଅପର ଲାନ୍ଥ ଜଳସେଚନ ପ୍ରକଳ୍ପ, ପାଟଣାଗଡ଼ ବାଇପାସ ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ ଓ ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟ ଡାଇଲିସିସ ୟୁନିଟ୍‌ ଓ ବଲାଙ୍ଗୀର ନୂଆ ସର୍କିଟ ହାଉସର ଉଦଘାଟନ କରିଥିଲେ। ଖବରଦାତା ସମ୍ମିଳନୀ ପରେ ସେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି।

  • Related Posts

    ଛାତ୍ର ସଂସଦ ନିର୍ବାଚନ:ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ୟ୍ୟନ୍ତ ମତଦାନ

    ଭୁବନେଶ୍ବର: ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ଓଡ଼ିଶାରେ କଲେଜ ଏବଂ ବିଶ୍ବବିଦ୍ୟାଳଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ଅକ୍ଟୋବର ୧୫ ତାରିଖରେ ନିର୍ବାଚନ ହେବାକୁ ଥିବା ବେଳେ, ଅକ୍ଟୋବର ୧୬ ତାରିଖରେ ନବନିର୍ବାଚିତ ଛାତ୍ର…

    Continue reading
    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ