ବଳଙ୍ଗା ଘଟଣାରେ କ୍ଷୋଭ ପ୍ରକାଶ କଲେ ନବୀନ

ପୁରୀ: ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ଅଞ୍ଚଳରେ ନାବାଳିକା ପୋଡ଼ି ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କ୍ଷୋଭ ପ୍ରକାଶ କରିଛନ୍ତି। ସ୍ପଷ୍ଟ ଦିବାଲୋକରେ ପୀଡ଼ିତାଙ୍କୁ ହତ୍ୟା ଉଦ୍ୟମ ହୋଇଛି। ଏଫ୍‌ଏମ୍‌ କଲେଜରେ ଜଣେ ଯୁବତୀ ନ୍ୟାୟ ନ ପାଇ ସମସ୍ତ ଦ୍ୱାରରେ ଦ୍ୱାରସ୍ଥ ହେବା ପରେ ନିଜକୁ ନିଆଁ ଲଗାଇ ଆତ୍ମହତ୍ୟା କରିଥିବା ଭୟାବହ ଘଟଣାର ଏକ ସପ୍ତାହ ମଧ୍ୟରେ ଏବଂ ଗୋପାଳପୁରରେ ଘଟିଥିବା ଭୟଙ୍କର ଘଟଣାର ଏକ ମାସ ପରେ ଘଟିଛି। ପ୍ରତିଦିନ ଅକଳ୍ପନୀୟ ଘଟଣା ମହିଳାଙ୍କ ବିରୋଧରେ ଘଟୁଛି। ବର୍ତ୍ତମାନର ସରକାରରେ ଅପରାଧୀ ଭୟ କରୁ ନାହାନ୍ତି। ସରକାରଙ୍କ ଛତ୍ରଛାୟା ତଳେ ରହିଛନ୍ତି ଅପରାଧୀ। ଓଡ଼ିଶା ସରକାର ଗଭୀର ନିଦରୁ ଜାଗି ଅପରାଧୀମାନଙ୍କୁ ଗିରଫ କରିବା ପାଇଁ ତୁରନ୍ତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଏଭଳି ଘଟଣା ପୁନରାବୃତ୍ତି ନ ହେବ ସେ ନେଇ ସରକାର ପ୍ରୟାସ କରିବେ କି ବୋଲି ନବୀନ ପ୍ରଶ୍ନ କରିଛନ୍ତି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ବନ୍ଦ ହେଲା ବିଧାନସଭା: ବର୍ଷିଲା ବିଜେଡି

    ଭୁବନେଶ୍ବର: ରାତି ଆଧରେ ଆକସ୍ମିକ ବନ୍ଦ ହେଲା ବିଧାନସଭା । ଶେଷ କାର୍ୟ୍ୟ ଦିବସ ପୂର୍ବରୁ ଗୃହ କାର୍ୟ୍ୟ ବନ୍ଦ । ବିଧାନସଭାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଏଭଳି ହଠାତ୍ ବନ୍ଦ ନେଇ ରାଜ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ