ବଳଙ୍ଗା ଘଟଣାରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ: ଧର୍ମେନ୍ଦ୍ର

ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗା ଅଞ୍ଚଳରେ ଆଜି ଘଟିଥିବା ଘଟଣା ନେଇ କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଃଖ ପ୍ରକାଶ କରିଛନ୍ତି। ଏନେଇ ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମରେ କ୍ଷୋଭ ପ୍ରକାଶ କରିବା ସହିତ ଲେଖିଛନ୍ତି, ଏହି ଅଭାବନୀୟ ଘଟଣାରେ ମୁଁ ଦୁଃଖିତ ଓ ମର୍ମାହତ। ଏହି ଘଟଣାକୁ ସରକାର ଗମ୍ଭୀରତାର ସହ ନେଇ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଏମ୍ସ ହସ୍ପିଟାଲରେ ନାବାଳିକାଙ୍କ ଚିକିତ୍ସା ଚାଲୁଅଛି। ତାଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ, ଏହା ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା।ନାବାଳିକାଙ୍କ ଦେହରେ ଦୁର୍ବୃତ୍ତ ନିଆଁ ଲଗାଇଦେବା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ଗୁରୁତର ନାବାଳିକାଙ୍କ ଦେହ ପ୍ରାୟ ୭୦ ପ୍ରତିଶତ ପୋଡ଼ିଯାଇଛି। ତାଙ୍କର ଏବେ ଏମ୍ସର ବର୍ଣ୍ଣ ୱାର୍ଡରେ ଚିକିତ୍ସା ଜାରି ରହିଛି। ହସ୍‌ପିଟାଲରେ ଅନେକ ରୋଗୀ ଥିବାରୁ ସାଧାରଣ ଲୋକଙ୍କ ଏକତ୍ରିତ ହେବା ଏବଂ ଶବ୍ଦ ସୃଷ୍ଟି କରିବା ଅନୁଚିତ। ଏହା ରୋଗୀଙ୍କ ସେବାରେ ବାଧା ସୃଷ୍ଟି କରିବ ଏବଂ ସଂକ୍ରମଣ ହାର ବୃଦ୍ଧି କରିବ। ତେଣୁ, ହସ୍ପିଟାଲ ପ୍ରବେଶ ସ୍ଥାନରୁ ଦୂରରେ ରହିବାକୁ ଏବଂ ହସ୍ପିଟାଲ ଲବି ଭିତରେ ଏକାଠି ନ ହେବାକୁ ଅନୁରୋଧ କରାଯାଉଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ