ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା

ନୂଆଦିଲ୍ଲୀ/ଭୁବନେଶ୍ବର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ପୁରୀଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କୁ ଭେଟିଛନ୍ତି। ଶ୍ରୀମତୀ ପରିଡ଼ା ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଏମ୍ସ ଡାକ୍ତରୀ ଟିମ୍‌ ଓ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା ହୋଇଛନ୍ତି। ପୀଡିତାଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ରାଜ୍ୟ ସରକାର ସଂପୂର୍ଣ୍ଣ ଭାବେ ଅବଗତ ଅଛନ୍ତି। ରାଜ୍ୟ ସରକାର ଆବଶ୍ୟକ ସହଯୋଗ ଯୋଗାଇ ଦେବେ ବୋଲି ପରିବାର ଲୋକଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।
ବଳଙ୍ଗା ପୀଡ଼ିତାଙ୍କୁ ଭେଟିବା ନେଇ ଶ୍ରୀମତୀ ପରିଡ଼ା ସାମାଜିକ ଗଣମାଧ୍ୟମ ଜରିଆରେ ସୂଚନା ଦେଇଛନ୍ତି। ଏଥିରେ ସେ ଲେଖିଛନ୍ତି ଯେ, ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ମୋ ନିର୍ବାଚନ ମଣ୍ଡଳୀ କ୍ଷେତ୍ର ଅନ୍ତର୍ଗତ ବଳଙ୍ଗାର ପୀଡ଼ିତାଙ୍କୁ ଭେଟିବା ସହ ତାଙ୍କ ପରିବାରବର୍ଗ ଏବଂ ସମ୍ପର୍କୀୟଙ୍କ ସହ ଦେଖା କଲି। ଏହି ଗସ୍ତ ସମୟରେ, ତାଙ୍କୁ ଚିକିତ୍ସା ପ୍ରଦାନ କରୁଥିବା ଡାକ୍ତରୀ ଦଳ ଏବଂ ବିଶେଷଜ୍ଞମାନଙ୍କ ସହ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଏବଂ ଆଗାମୀ ଦିନରେ ହେବାକୁ ଥିବା ଚିକିତ୍ସା ବିଷୟରେ ଆଲୋଚନା କଲି। ସେ ଶୀଘ୍ର ସୁସ୍ଥ ହୋଇଯାଆନ୍ତୁ, ମହାପ୍ରଭୁଙ୍କ ନିକଟରେ ଏତିକି ପ୍ରାର୍ଥନା।
ସୂଚନାଯୋଗ୍ୟ, ପୁରୀଜିଲ୍ଲା ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଶନିବାର ପୂର୍ବାହ୍ଣରେ ନିଜ ସାଙ୍ଗ ଘରକୁ କୌଣସି କାମରେ ଯାଉଥିଲା। ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଯାଇଥିଲେ। ସେଠାରେ ନିଆଁ ଲଗାଇ ଦେଇଥିଲେ। ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦୌଡ଼ିବାରେ ଲାଗିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯିବା ପରେ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ କରାଯାଇଛି।

  • Related Posts

    କ୍ରୀଡ଼ା ପ୍ରତିଯୋଗିତାରେ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସଫଳତା

    ଦେବଗଡ଼:କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଭୁବନେଶ୍ୱର ଅଞ୍ଚଳସ୍ତରୀୟ ୫୫ତମ କ୍ରୀଡ଼ା ପ୍ରତିଯୋଗିତା ତିନିଦିନ ଧରି ଭୁବନେଶ୍ୱର କିଟ୍ ୟୁନିଭରସିଟି କ୍ୟାମ୍ପସରେ ଅନୁଷ୍ଠିତ ହୋଇଯାଇଛି।ଏଥିରେ ୪୩ଟି ବିଦ୍ୟାଳୟର ୧୭ ବର୍ଷରୁ କମ୍,୧୯ ବର୍ଷରୁ କମ୍ ବାଳକ ବାଳିକାମାନେ ଅଂଶ ଗ୍ରହଣ କରିଥିଲେ।ଏହି ପ୍ରତିଯୋଗିତାରେ ଦେବଗଡ଼…

    Continue reading
    ହର ଘର ତ୍ରିରଙ୍ଗା ଅଭିଯାନ ଅବସରରେ ବାଇକ୍ ରାଲି

    ଦେବଗଡ଼:ହର ଘର ତ୍ରିରଙ୍ଗା ଅଭିଯାନ ଅବସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ବାଇକ୍ ରାଲି ଅନୁଷ୍ଠିତ ହୋଇଯାଇଛି।ଉପଜିଲ୍ଲାପାଳଙ୍କ କାର୍ଯାଳୟ ଠାରୁ ଇଣ୍ଡୋର ଷ୍ଟାଡିୟମ ପର୍ଯ୍ୟନ୍ତ ଏହି ରାଲିକୁ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ମୁଖ୍ୟଅତିଥି,ଅତିରିକ୍ତ ଏସପି ଧିରଜ ଚୋପଦାର,ସ୍ୱତନ୍ତ୍ର ଉନ୍ନୟନ ପରିଷଦ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ