ବସଚାରୁ ଯୁବକଙ୍କୁ ଗୁଳିମାଡ଼

ରାଉରକେଲା: ଆଜି ସକାଳେ  ରାଉରକେଲାର ଟ୍ରାଫିକ ଗେଟ୍ ମାର୍କେଟରେ ଯୁବକଙ୍କୁ ଗୁଳିମାଡ଼ । ଆହତ ଯୁବକ ଅଭ୍ୟାସ ରାୟଙ୍କୁ ଉଦ୍ଧାର କରାଯାଇ ଆରଜିଏଚ୍‌ରେ ଭର୍ତ୍ତି କରାଯାଇଛି। ରାଉରକେଲା ଟ୍ରାଫିକ ଗେଟ୍ ମାର୍କେଟ ନିକଟରେ କୌଣସି କଥାକୁ ନେଇ ୨ରୁ୩ ଜଣ ଯୁବକଙ୍କ ସହ ସଂପୃକ୍ତ ଯୁବକଙ୍କର ବଚସା ହୋଇଥିଲା। ପରେ ଏହି ବଚସା ଉଗ୍ରରୂପ ନେଇଥିଲା। ପରେ ଦୁର୍ବୃତ୍ତମାନେ ଯୁବକଙ୍କ ଉପରକୁ ଗୁଳିମାଡ଼ କରି ଫେରାର ମାରିଥିଲେ। ସେଠାରେ ଉପସ୍ଥିତ ଥିବା ସ୍ଥାନୀୟ ଲୋକେ ଯୁବକଙ୍କୁ ଉଦ୍ଧାର କରି ଆରଜିଏଚ୍‌ରେ ଭର୍ତ୍ତି କରିଥିଲେ। ଅଭ୍ୟାସଙ୍କ ଉପରକୁ ଦୁଇ ରାଉଣ୍ଡ ଗୁଳିମାଡ଼ ହୋଇଥିବା ସନ୍ଦେହ କରଯାଉଛି। ତେବେ କେଉଁ କାରଣ ପାଇଁ ଦୁର୍ବୃତ୍ତମାନେ ଯୁବକଙ୍କ ଉପରକୁ ଗୁଳିମାଡ଼ କଲେ ତାହା ଜଣାପଡ଼ି ନାହିଁ। ପୁଲିସ ଖୋକା ଜବତ କରିବା ସହ ଘଟଣାର ତଦନ୍ତ କରୁଛି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ