ବାଂଲାଦେଶରେ ଓକିଲ ମୃତ୍ୟୁ ମାମଲା : ୯ ହିନ୍ଦୁ ଗିରଫ

ହିଂସା ସମୟରେ ଜଣେ ଓକିଲଙ୍କ ମୃତ୍ୟୁ ମାମଲାରେ ୯ ଜଣଙ୍କୁ ଗିରଫ କରିଛି ବାଂଲାଦେଶ ପୁଲିସ। ସେମାନଙ୍କ ମଧ୍ୟରୁ ଅଧିକାଂଶ ହିନ୍ଦୁ ଅଛନ୍ତି। ନିକଟରେ ବାଂଲାଦେଶରେ ହିନ୍ଦୁ ଏବଂ ପୁଲିସ ମଧ୍ୟରେ ହୋଇଥିବା ସଂଘର୍ଷ ସମୟରେ ଜଣେ ଓକିଲଙ୍କ ମୃତ୍ୟୁ ହୋଇଥିଲା।

ଏହି ମାମଲାରେ ୪୬ ଜଣିଆ ଏକ ଗୋଷ୍ଠୀ ବିରୁଦ୍ଧରେ ମାମଲା ରୁଜୁ କରାଯାଇଥିଲା। ଆଜି ପୁଲିସ ସେମାନଙ୍କ ମଧ୍ୟରୁ ୯ ଜଣଙ୍କୁ ଗିରଫ କରିଛି, ଯେଉଁମାନଙ୍କ ମଧ୍ୟରେ ସର୍ବାଧିକ ହିନ୍ଦୁ ଥିବା ଜଣାପଡ଼ିଛି।
ପ୍ରକାଶ ଥାଉକି, ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ସରକାର ସମୟରେ ସଂରକ୍ଷଣକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଧୀରେ ଧୀରେ ସାମ୍ପ୍ରଦାୟିକ ହିଂସାରେ ପରିଣତ ହୋଇଛି। ବାଂଲାଦେଶରେ ରହୁଥିବା ସଂଖ୍ୟାଲଘୁ ସମ୍ପ୍ରଦାୟ ହିନ୍ଦୁମାନଙ୍କୁ ଟାର୍ଗେଟ କରୁଛନ୍ତି ଆନ୍ଦୋଳନକାରୀ।

ଏହାକୁ ନେଇ ନିକଟରେ ପୁଲିସ ଓ ହିନ୍ଦୁମାନଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ଏହି ସମୟରେ ଜଣେ ଓକିଲଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ISKCON ଉପରେ ପ୍ରତିବନ୍ଧକ ଲଗାଇବାକୁ ହାଇକୋର୍ଟରେ ଆବେଦନ କରାଯାଇଛି, ଯାହାକୁ କୋର୍ଟ ଖାରଜ କରି ଦେଇଛନ୍ତି।

ସେହିପରି ଆଜି ଇସ୍କନର ୧୭ ଜଣ ଇସ୍କନ ସଦସ୍ୟଙ୍କ ବ୍ୟାଙ୍କ ଖାତା ମଧ୍ୟ ଅଚଳ କରିଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏକ ମାସ ପର୍ଯ୍ୟନ୍ତ ସେମାନଙ୍କ ଖାତାରେ ସମସ୍ତ କାରବାର ବନ୍ଦ କରିବାକୁ କୁହାଯାଇଛି।

ସେପଟେ, ଦେଶଦ୍ରୋହ ଅଭିଯୋଗରେ ଇସ୍କନ ସଦସ୍ୟ ଚିନ୍ମୟ କୃଷ୍ଣ ଦାସ ପ୍ରଭୁଙ୍କ ଗିରଫ କରାଯାଇଛି। ସେ ଜାତୀୟ ପତାକାକୁ ଅବମାନନା କରିଥିବା ଅଭିଯୋଗ ହେବା ପରେ ପୁଲିସ ତାଙ୍କୁ ଗିରଫ କରିଛି।

  • Related Posts

    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading
    ଜଳିଗଲା ଘର: ଶାଶୁ ଏବଂ ବୋହୂ ଜୀବନ୍ତ ଦଗ୍ଧ

    ସୀତାପୁର: ଉତ୍ତର ପ୍ରଦେଶର ସୀତାପୁର ଜିଲ୍ଲାର ସଦରପୁର ଥାନା ଅଞ୍ଚଳର ସରାୟା ଚଲକାପୁର ଗାଁରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଦୁଃଖଦ ଘଟଣା ଘଟିଛି। ପ୍ରବଳ ଝଡ଼ ତୋଫାନ ମଧ୍ୟରେ ଏକ ଘରେ ନିଆଁ ଲାଗିଯାଇ ଦ୍ରୁତ ଗତିରେ ବ୍ୟାପି ଯାଇଥିଲା,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ