ବାଇକକୁ ଧକ୍କା ଦେଇ ଚମ୍ପଟ ମାରିବା ବେଳେ କାରରେ ନିଆଁ ଲାଗିଲା

ବାଇକ୍‌କୁ ଧକ୍କା ଦେଇ ଚମ୍ପଟ ମାରିବା ବେଳେ କାର୍‌ରେ ଲାଗିଲା ନିଆଁ। ଜୀବନ ବିକଳରେ ଗାଡ଼ି ଛାଡ଼ି ଚମ୍ପଟ ମାରିଲେ କାର୍‌ ଚାଳକ ଓ ତାଙ୍କ ସାଥୀ। ଆଜି ଏପରି ଦୁର୍ଘଟଣା ସୁବର୍ଣ୍ଣପୁର ଜିଲ୍ଲାରେ ଘଟିଛି। ନିଆଁ ଲିଭିବା ପରେ ପୁଲିସ୍‌ କାର୍‌ଟିକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି।
ବୀରମହାରାଜପୁର-ସୁବଳୟା ରାସ୍ତାର ଜଟେସିଂହା ସେତୁ ନିକଟରେ ଗୋଟିଏ ବାଇକ୍‌କୁ ଧକ୍କା ଦେଇଥିଲା ଏକ କାର୍‌। ପରେ କାରଟି ଦ୍ରୁତ ଗତିରେ ଫେରାର ହେବାକୁ ଚେଷ୍ଟା କରୁଥିଲା। ତେବେ ୨ରୁ ୩ କିମି ଗଲା ପରେ କାର୍‌ ଇଞ୍ଜିନ୍‌ରେ ନିଆଁ ଲାଗି ଯାଇଥିଲା। ଯେଉଁଥିପାଇଁ କାର ଚାଳକଙ୍କ ଅକଲ ଗୁଡୁମ୍‌ ହୋଇଯାଇଥିଲା। ତେଣୁ କାର୍‌କୁ ଆନନ୍ଦପୁର ଗାଁ ମୁଣ୍ଡରେ ଛାଡ଼ି ପଳାଇ ଯାଇଥିଲେ।
ଅନ୍ୟପକ୍ଷରେ କାର୍‌ ଇଞ୍ଜିନ୍‌ରେ ନିଆଁ ଲାଗିଥିବା ଦେଖି ଆନନ୍ଦପୁର ଗାଁ ଲୋକେ ଭୟଭୀତ ହୋଇଯାଇଥିଲେ। ଏନେଇ ବୀରମହାରାଜପୁର ଥାନା ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇ ଥିଲେ। ନିଆଁ ଲିଭିବା ପରେ ପୁଲିସ ଗାଡିଟିକୁ ଜବତ କରି ତଦନ୍ତ ଆରମ୍ଭ କରୁଛି। ବର୍ତ୍ତମାନ ସୁଦ୍ଧା ଗାଡ଼ି ମାଲିକଙ୍କ ପରିଚୟ ମିଳିପାରି ନାହିଁ। ନିଆଁ ଲାଗିଥିବା ଗାଡ଼ି ନମ୍ୱର(OD-23L-6032) ରହିଛି।

ସେପଟରେ କାର୍‌ ଧକ୍କାରେ ଆହତ ହୋଇଥିଲେ ବାଇକ୍‌ ଆରୋହୀ। ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ବୀରମହାରାଜପୁର ମେଡିକାଲ୍‌ରେ ଭର୍ତ୍ତି କରିଛନ୍ତି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ