ବାଘ ଛାଲ ଧରି ବିକ୍ରି ପାଇଁ ନେଲା ବେଳେ ଧରିଲା ବନ ବିଭାଗ

କଲରାପତରିଆ ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ। ମୟୂରଭଞ୍ଜ ଜିଲ୍ଲାରୁ ଆସିଛି ଏପରି ଖବର। ବନ ବିଭାଗ ଜଣେ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ଅନ୍ୟ ୩ ଜଣ ଫେରାର ହୋଇଯାଇଛନ୍ତି। ସେମାନଙ୍କୁ ଧରିବା ପାଇଁ ଉଦ୍ୟମ ଚଳାଇଛି।
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍‌ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା। ଚଢ଼ଉ ସମ୍ପର୍କରେ ଜାଣିପାରି ୩ ଜଣ ତସ୍କର ଚମ୍ପଟ ମାରିଥିବା ବେଳେ ଜଣକୁ ମାଡ଼ି ବସିଥିଲା ବନ ବିଭାଗ। ବନ ବିଭାଗ ତା’ ପାଖରେ ଗୋଟିଏ କଲରାପତରିଆ ବାଘ ଛାଲ ଜବତ କରିଛି। ଫେରାର ଥିବା ଅଭିଯୁକ୍ତଙ୍କୁ ଧରିବା ପାଇଁ ବନ ବିଭାଗ ବିଭିନ୍ନ ସ୍ଥାନରେ ଚଢ଼ଉ କରୁଛି।
ଜବତ ହୋଇଥିବା କଲରାପତରିଆ ବାଘକୁ କେଉଁଠି ଶିକାର କରାଯାଇଥିଲା? ଶିକାର କରିଥିବା ବ୍ୟକ୍ତି କିଏ? ବିକ୍ରି କରୁଥିବା ବ୍ୟକ୍ତି ଶିକାର କରିଛି କି ନାହିଁ? ଏହି ରାକେଟରେ ଆଉ କେଉଁମାନେ ସମ୍ପୃକ୍ତ ରହିଛନ୍ତି? ଏମିତି ବିଭିନ୍ନ ଦିଗରୁ ବନ ବିଭାଗ ତଦନ୍ତ କରୁଛି। ସେପଟେ ସୁରକ୍ଷା ଦୃଷ୍ଟିରୁ ଗିରଫ ହୋଇଥିବା ବ୍ୟକ୍ତିଙ୍କ ନାଁ ପ୍ରକାଶ କରୁନାହିଁ ବନ ବିଭାଗ। ଶିକାରୀ ବା ତସ୍କରଙ୍କୁ ଧରିବା ପାଇଁ ଆଗକୁ ନିୟମିତ ଭାବେ ଏମିତି ଅପରେଶନ ହେବ ବୋଲି ବନ ବିଭାଗ କହିଛି।

Related Posts

ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

ବାମନାଳ:ବହୁ ଚର୍ଚ୍ଚିତ ବଳଙ୍ଗା ନାବାଳିକା ପୋଡ଼ି ମାରିବା ଉଦ୍ୟମ ଓ ଚିକିତ୍ସାଧୀନ ଅବସ୍ଥାରେ ରହସ୍ୟ ଜନକ ଭାବେ ପୀଡ଼ିତାଙ୍କ ମୃତ୍ୟୁକୁ ନେଇ ରାଜ୍ୟରେ ଚର୍ଚ୍ଚା ହେଉଥିବା ବେଳେ ଆସନ୍ତା ୭ତାରିଖରେ ବିଜେଡି ପକ୍ଷରୁ ୬ଘଣ୍ଟିଆ ଜିଲ୍ଲା ବନ୍ଦ ଡାକରା ନିମନ୍ତେ ଏକ…

ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

ଭୁବନେଶ୍ୱର: ଶ୍ରୀମନ୍ଦିରେ ବାରମ୍ବର ହିଡେନ୍‍ କ୍ୟାମେରା ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ । ବାରମ୍ବାର ହିଡେନ୍‍…

Leave a Reply

Your email address will not be published. Required fields are marked *

You Missed

ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍