ବାଚସ୍ପତିଙ୍କୁ ଚିଠି ଲେଖିଲେ ବିଧାୟକ ପ୍ରକାଶ ସେଠୀ

କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟ ଚିଫ୍ ୱାର୍ଡେନ୍ ଏବଂ କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ମଧ୍ୟରେ ବଢିଲା କଳି । ଗୋଟିଏ ପଟେ ବିଧାୟକ କ୍ଷମା ମାଗନ୍ତୁ ବୋଲି ବିଶ୍ବବିଦ୍ୟାଳୟ ୱାର୍ଡେନ୍ ସଂଘ ଅଡି ବସିଛି । ଅନ୍ୟ ପଟେ ବିଧାୟକ ପ୍ରକାଶ ସେଠୀ ତାଙ୍କୁ ଚିଫ୍ ୱାର୍ଡେନ୍ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ଆଣି ବାଚସ୍ପତିଙ୍କୁ ଚିଠି ଲେଖିଛନ୍ତି ।ହଷ୍ଟେଲ ସମସ୍ୟା ନେଇ ଗତକାଲି ବୈଠକ ଚାଲିଥିବା ବେଳେ କଟକ ସଦର ବିଧାୟକ ପ୍ରକାଶ ସେଠୀ ଚିଫ୍ ୱାର୍ଡେନଙ୍କୁ ଦୁର୍ବବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଥିଲା। ଏହାପରେ ଏକାଧିକ ୱାର୍ଡେନ ହଷ୍ଟେଲ ଦାୟିତ୍ବରୁ ଓହରିଯିବା ସହ ଭିସିଙ୍କୁ ଭେଟି ସାମୂହିକ ଇସ୍ତଫା ପତ୍ର ଦେଇଛନ୍ତି। ଆଜି ୱାର୍ଡେନ୍ ସଂଘ, କ୍ୟାମ୍ପସ ପରିସରରେ ଏକ ପଦଯାତ୍ରାରେ ଯାଇ କୁଳପତିଙ୍କୁ ୪ ଦଫା ଦାବି ପତ୍ର ଦେଇଛନ୍ତି । ଏଥିସହିତ ବିଧାୟକ ସେଠୀ କ୍ଷମା ମାଗନ୍ତୁ ବୋଲି ସେମାନେ ଦାବି କରିଛନ୍ତି । ୱାର୍ଡେନ ସଂଘ ଦାବିକୁ ରେଭେନ୍ସା ବିଶ୍ବବିଦ୍ୟାଳୟ ଶିକ୍ଷକ ସଂଘ ମଧ୍ୟ ସମର୍ଥନ ଜଣାଇଛି ।
ଅନ୍ୟ ପକ୍ଷରେ ବିଧାୟକ ପ୍ରକାଶ ସେଠୀ ବିଶ୍ବବିଦ୍ୟାଳୟର ଚିଫ୍ ୱାର୍ଡେନ ସୁଦର୍ଶନ ମିଶ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ବାଚସ୍ପତିଙ୍କୁ ଚିଠି ଲେଖିଛନ୍ତି । ଏଥିରେ ସେ ଦର୍ଶାଇଛନ୍ତି ଯେ ଗତକାଲି ସେ ସିନେଟ ମେମ୍ବର ଭାବରେ ବିଶ୍ବବିଦ୍ୟାଳୟକୁ ଯାଇ ଛାତ୍ରମାନଙ୍କ ସହ ଆଲୋଚନା କରିଥିଲେ । ତେବେ ସେଠାରେ ତାଙ୍କୁ ଚିଫ୍ ୱାର୍ଡେନ୍ ଦୁର୍ବ୍ୟବହାର କରିଥିବା ପ୍ରକାଶ ସେଠୀ ଅଭିଯୋଗ କରିଛନ୍ତି ।
ଜଣେ ଲୋକପ୍ରତିନିଧିଙ୍କୁ ସର୍ବସାଧାରଣରେ ଦୁର୍ବ୍ୟବହାର କରିଥିବାରୁ ସରକାରୀ କର୍ମଚାରୀ ସୁଦର୍ଶନ ମିଶ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ସେ ଚିଠିରେ ଉଲ୍ଲେଖ କରିଛନ୍ତି । ତେବେ ୱାର୍ଡେନ ସଂଘର ଆନ୍ଦୋଳନକୁ ନେଇ ପ୍ରକାଶ ସେଠୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।

  • Related Posts

    ବିଧାନସଭା ଉପନିର୍ବାଚନରେ ପ୍ରଶାନ୍ତ କିଶୋର ଆଗୁଆ

    ପାଟନା: ବିହାର, ଗୁଜରାଟ ଏବଂ ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ ଆସନର ହୋଇଥିବା ଉପନର୍ବାଚନରେ ଫଳାଫଳ ଆଜି ପ୍ରକାଶ ପାଇବ । ଏ ନେଇ ଭୋଟ୍ ଗଣତି ଜାରି ରହିଛି । ଏଥିରେ ବିହାରର ବାଙ୍କୀପୁର, ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତିରେ ଜନ୍…

    Continue reading
    ବିପତ୍ତି ସମୟରେ ରାଜନୀତି ନକରି ସେବା ଉପରେ ଗୁରୁତ୍ୱ ଦିଅ: ରାଜସ୍ୱ ମନ୍ତ୍ରୀ

    ଓଡ଼ିଶାରେ ବନ୍ୟା ସ୍ଥିତିରେ ସୁଧାର, କ୍ଷୟକ୍ଷତି ଆକଳନ ଆରମ୍ଭ ଭୁବନେଶ୍ୱର: ବନ୍ୟା ସମୟରେ ଚାଲିଥିବା ରାଜନୈତିକ ବୟାନବାଜିକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, “ଯେଉଁମାନେ କେବଳ ବୟାନବାଜି କରନ୍ତି ସେମାନେ ପ୍ରକୃତରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ