
ମାଲକାନଗିରି: ବାତ୍ୟା ‘ଅକଭାନ୍’ ପାଇଁ ମାଲକାନଗିରି ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ସ୍କୁଲ ଓ କଲେଜକୁ ମାଲକାନଗିରି ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି । ଆସନ୍ତା ୧୯ ଓ ୨୦ ତାରିଖ ଦିନ ଛାତ୍ରଛାତ୍ରୀଙ୍କ ଲାଗି ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି । ଛାତ୍ରଛାତ୍ରୀଙ୍କ ପାଇଁ ଛୁଟି ଘୋଷଣା ହୋଇଥିବା ବେଳେ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କୁ ବିଦ୍ୟାଳୟରେ ଉପସ୍ଥିତ ରହିବା ଲାଗି ନିର୍ଦ୍ଦେଶ ଦିଆଯାଇଛି । ସେହିପରି ବାତ୍ୟା ଆଶଙ୍କା ଯୋଗୁଁ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ମଧ୍ୟ ବାତିଲ କରିଛନ୍ତି ଜିଲ୍ଲାପାଳ ।
ନଭେମ୍ବର ୨୦ ତାରିଖ ମଧ୍ୟାହ୍ନରେ ବାତ୍ୟା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ୧୮ ତାରିଖରୁ ରାଜ୍ୟର ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ୧୯ ତାରିଖରେ ସାରା ରାଜ୍ୟରେ ବିସ୍ତୃତ ଭାବେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷକରି ୨୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।






