ବାତ୍ୟା ‘ମୁରାସୁ’, ରାତି ସୁଦ୍ଧା ନେଇପାରେ ଗଭୀର ଅବପାତ ରୂପ

ଭୁବନେଶ୍ବର : ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିଛି ଭୀଷଣ ସାମୁଦ୍ରିକ ଝଡ଼ ‘ମୁରାସୁ’ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଭୀଷଣ ବାତ୍ୟା ଆଜି ଭୋର ସମୟରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିଛି । ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ନେଲ୍ଲୋର ଓ ନରସାପୁର ମଧ୍ୟବର୍ତ୍ତୀ ଅଞ୍ଚଳରେ ଓଙ୍ଗୋଲ ନିକଟରେ ସ୍ଥଳଭାଗ ଛୁଇଁଛି ବାତ୍ୟା । ଆଜି (ମଙ୍ଗଳବାର) ଭୋର ୩ଟା ୩୦ରୁ ୫ଟା ୩୦ ମିନିଟ ମଧ୍ୟରେ ଏହା ସ୍ଥଳଭାଗ ଅତିକ୍ରମ କରିଥିବା ଭାରତୀୟ ପାଣିପାଗ ବିଭାଗ(IMD) ପକ୍ଷରୁ ସୂଚନା ଦିଆଯାଇଛି ।
ସ୍ଥଳଭାଗ ଅତିକ୍ରମ ସମୟରେ ବାତ୍ୟାର ପ୍ରଭାବ ଅତ୍ୟନ୍ତ ତୀବ୍ର ରହିଥିଲା । ଘଣ୍ଟାପ୍ରତି ୧୦୦ରୁ ୧୧୦ କିଲୋମିଟର ବେଗରେ ପବନ ବହିଥିବା ବେଳେ ଝଟକା ପବନର ବେଗ ୧୨୦ କିଲୋମିଟର ପର୍ଯ୍ୟନ୍ତ ରହିଥିଲା । ବାତ୍ୟାର ଗତି ଓ ପବନର ତୀବ୍ରତାକୁ ଦୃଷ୍ଟିରେ ରଖି ଉପକୂଳବର୍ତ୍ତୀ ଅଞ୍ଚଳରେ ସତର୍କତା ଜାରି ରହିଛି । ତେବେ ସ୍ଥଳଭାଗ ଅତିକ୍ରମ ପରେ ବାତ୍ୟାର ପରବର୍ତ୍ତୀ ଗତିପଥ ଓ ପ୍ରଭାବ ଉପରେ ପାଣିପାଗ ବିଭାଗର ନଜର ରହିଛି ।
ଏହା ଉତ୍ତର-ଉତ୍ତରପଶ୍ଚିମ ଆଡକୁ ଗତି କରି ଧୀରେ ଧୀରେ ଦୁର୍ବଳ ହୋଇଯିବ । ଆଜି ମଧ୍ୟାହ୍ନ ସୁଦ୍ଧା ଏହା ଘୂର୍ଣ୍ଣିଝଡ଼ (ପବନର ବେଗ ଘଣ୍ଟା ପ୍ରତି ୮୦ରୁ ୯୦ କିଲୋମିଟରରୁ ୧୦୦ କିଲୋମିଟର ପର୍ଯ୍ୟନ୍ତ) ଏବଂ ଆଜି ( ୩ ନଭେମ୍ବର, ୨୦୨୬) ମଧ୍ୟରାତ୍ର ସୁଦ୍ଧା ଏହା ଗଭୀର ଅବପାତ (ପବନର ବେଗ ଘଣ୍ଟା ପ୍ରତି ୫୫ରୁ ୭୫ କିଲୋମିଟର ପର୍ଯ୍ୟନ୍ତ) ରେ ପରିଣତ ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ବାତ୍ୟାର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ଅପେକ୍ଷାକୃତ କମ୍ ରହିବାର ସମ୍ଭାବନା ଥିଲେ ମଧ୍ୟ ଦକ୍ଷିଣ ଓଡ଼ିଶା ଓ ଉପକୂଳବର୍ତ୍ତୀ ଅଞ୍ଚଳରେ ବର୍ଷା ଓ ପବନର ପ୍ରଭାବ ଅଧିକ ରହିପାରେ । ତେଣୁ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସତର୍କ ରହିଛନ୍ତି ।

ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁସାରେ, ବାତ୍ୟା ମୁରାସୁ ପ୍ରଭାବ ଏବଂ ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏବଂ ସ୍ୱତନ୍ତ୍ର ରିଲିଫ୍ କମିଶନର କାର୍ଯ୍ୟାଳୟ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଦକ୍ଷିଣ ଓଡ଼ିଶାର ପ୍ରଭାବିତ ଜିଲ୍ଲାଗୁଡ଼ିକରେ ସ୍ଥାନାନ୍ତରଣ ଓ ରିଲିଫ୍ କାର୍ଯ୍ୟ ଜାରି ରହିଛି।
ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ ଏବଂ କନ୍ଧମାଳ ଜିଲ୍ଲାରୁ ମୋଟ ୧,୬୦,୦୨୧ ଜଣ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି । ବିପଦସଙ୍କୁଳ ଅଞ୍ଚଳରୁ ମୋଟ ୩,୩୩,୭୫୨ ଜଣଙ୍କୁ ସ୍ଥାନାନ୍ତର କରିବା ପାଇଁ ଲକ୍ଷ୍ୟ ରଖାଯାଇଛି ।ସବୁଠାରୁ ଅଧିକ ଗଞ୍ଜାମ ଜିଲ୍ଲାରୁ ୧,୫୧,୪୩୪ ଜଣଙ୍କୁ ଅଣାଯାଇଛି। ଏହି ସବୁ ଜିଲ୍ଲାରେ ଲୋକଙ୍କ ରହଣି ପାଇଁ ରାଜ୍ୟରେ ମୋଟ ୨,୪୪୧ଟି ଆଶ୍ରୟସ୍ଥଳୀ ପ୍ରସ୍ତୁତ କରାଯାଇଥିବାବେଳେ ସେଥିମଧ୍ୟରୁ ୫୫୨ଟି ଆଶ୍ରୟସ୍ଥଳୀ ବର୍ତ୍ତମାନ କାର୍ଯ୍ୟକ୍ଷମ ରହିଛି।

ସ୍ୱତନ୍ତ୍ର ପଦକ୍ଷେପ ସ୍ୱରୂପ ବିଭିନ୍ନ ଜିଲ୍ଲାରୁ ମୋଟ ୧,୦୬୮ ଜଣ ଗର୍ଭବତୀ ମହିଳାଙ୍କୁ ଚିହ୍ନଟ କରାଯାଇ ସୁରକ୍ଷିତ ଭାବେ ଡାକ୍ତରଖାନା କିମ୍ବା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଛି। ସମସ୍ତ ସମ୍ପୃକ୍ତ ଜିଲ୍ଲାରେ ଜିଲ୍ଲା ଜରୁରୀକାଳୀନ କାର୍ଯ୍ୟାଳୟ ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ରହିଛି ଏବଂ ପରିସ୍ଥିତି ଉପରେ କଡ଼ା ନଜର ରଖିବା ପାଇଁ ବରିଷ୍ଠ ଅଧିକାରୀମାନଙ୍କୁ ମଧ୍ୟ ମୁତୟନ କରାଯାଇଛି।

ଦକ୍ଷିଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଥିବାବେଳେ ସ୍ଥିତିକୁ ଦୃଷ୍ଟିରେ ରଖି ବିପଦପୂର୍ଣ୍ଣ ଜିଲ୍ଲାଗୁଡ଼ିକରେ ସ୍କୁଲ, କଲେଜ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।ପ୍ରଶାସନ ପକ୍ଷରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନରେ ରହିବାକୁ ଏବଂ ସରକାରୀ ନିର୍ଦ୍ଦେଶାବଳୀକୁ ମାନିବାକୁ ଅନୁରୋଧ କରାଯାଇଛି ।

  • Related Posts

    ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି : ବେସରକାରୀ ଅନୁଦାନପ୍ରାପ୍ତ ଅଧ୍ୟକ୍ଷମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭେଟି

    ସ୍ଥାନ ଓ ପୋଷ୍ଟିଂ ଅନୁଯାୟୀ ମିଳିବ ୫ ହଜାରରୁ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ମାସିକ ପ୍ରୋତ୍ସାହନ ରାଶି ୬୪୧ ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ପାଇବେ ୬ କୋଟି ଟଙ୍କାର ପ୍ରୋତ୍ସାହନ ରାଶି ଭୁବନେଶ୍ୱର ୪ ନଭେମ୍ୱର ୨୦୨୬ ରାଜ୍ୟର ବିଭିନ୍ନ…

    Continue reading
    ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲ୍ଲାର ୩୦ରୁ ଅଧିକ ବିଦ୍ୟାଳୟର ୧୦୦୦ ରୁ ଅଧିକ ଛାତ୍ରଛାତ୍ରୀ ଏବଂ ଗୋଷ୍ଠୀ ଅଂଶୀଦାରମାନେ ଏଥିରେ ନିୟୋଜିତ ହୋଇଛନ୍ତି ସୁନ୍ଦରଗଡ଼ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ଭି.ଏ.ଏମ୍.ଏଲ୍ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ କାର୍ଯ୍ୟକ୍ରମ ସ୍କୁଲ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି