ବାତ୍ୟା , ୨୦ ପର୍ଯ୍ୟନ୍ତ ବେଳାଭୂମି ପର୍ଯ୍ୟଟନ ବନ୍ଦ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଅକଭାନ’ ନେଇ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ । ୧୯ ଓ ୨୦ ପାଇଁ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ୨୦ ପର୍ଯ୍ୟନ୍ତ ବେଳାଭୂମି ପର୍ଯ୍ୟଟନ ବନ୍ଦ ରଖାଯାଇଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସତର୍କ ସୂଚନାକୁ ଦୃଷ୍ଟିରେ ରଖି SRCଙ୍କ ପକ୍ଷରୁ ପର୍ଯ୍ୟଟନ ବିଭାଗ, ବାଣିଜ୍ୟ ଓ ପରିବହନ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।
ଆସନ୍ତା ନଭେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବ । ପ୍ରବଳ ପବନ, ଭାରୀ ବର୍ଷା ଏବଂ ଉପକୂଳବର୍ତ୍ତୀ ଅଞ୍ଚଳରେ ଜଳମଗ୍ନ ହେବାର ଆଶଙ୍କା ରହିଛି । ତେଣୁ ପର୍ଯ୍ୟଟକ, ପରିଦର୍ଶକ, ପର୍ଯ୍ୟଟନ କର୍ମଚାରୀ ଏବଂ ସାଧାରଣ ଜନତାଙ୍କ ସୁରକ୍ଷା ନିମନ୍ତେ ତୁରନ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଛି । ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକରେ ଜିଲ୍ଲାପାଳ, ପୁଲିସ ଏବଂ ସ୍ଥାନୀୟ ପ୍ରଶାସନ ସହ ସମନ୍ୱୟ ରକ୍ଷା କରି ସମସ୍ତ ପର୍ଯ୍ୟଟନ କର୍ତ୍ତୃପକ୍ଷ, ଟୁର ଅପରେଟର, ହୋଟେଲ ଓ ରିସର୍ଟଗୁଡ଼ିକୁ କଟକଣା କଡ଼ାକଡ଼ି ଭାବେ ପାଳନ କରିବାକୁ କୁହାଯାଇଛି । ସମ୍ବେଦନଶୀଳ ବେଳାଭୂମିରେ ପର୍ଯ୍ୟଟନ ସମେତ ସମୁଦ୍ର ସ୍ନାନ, ବୋଟିଂ, ୱାଟର ସ୍ପୋର୍ଟସ୍, ପ୍ଲେଜର କ୍ରୁଜ୍ ଏବଂ ଅନ୍ୟାନ୍ୟ ସାମୁଦ୍ରିକ ପର୍ଯ୍ୟଟନ କାର୍ଯ୍ୟକଳାପକୁ ପରିସ୍ଥିତି ସ୍ୱାଭାବିକ ହେବା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ବନ୍ଦ ରଖାଯିବ ।ଅସୁରକ୍ଷିତ ବେଳାଭୂମି, ଜେଟି, ଉପକୂଳବର୍ତ୍ତୀ ଭ୍ୟୁଇଂ ପଏଣ୍ଟ ଏବଂ ଅନ୍ୟାନ୍ୟ ବିପଦସଙ୍କୁଳ ପର୍ଯ୍ୟଟନ ସ୍ଥଳୀକୁ ସାଧାରଣ ଲୋକଙ୍କ ପ୍ରବେଶ ଉପରେ କଟକଣା ଲଗାଯିବ । ଏଥିପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ସହାୟତାରେ ବ୍ୟାରିକେଡ୍ ଓ ସତର୍କତା ସୂଚନା ଫଳକ ଲଗାଯିବାର ବ୍ୟବସ୍ଥା କରାଯିବ ।

ଉପକୂଳବର୍ତ୍ତୀ ଅଞ୍ଚଳର ସମସ୍ତ ହୋଟେଲ, ରିସର୍ଟ ଓ ଟୁର ଅପରେଟରମାନେ ଅତିଥିମାନଙ୍କୁ ସତର୍କ କରାଇବା ସହ ବାହାରକୁ ବୁଲିବା କାର୍ଯ୍ୟକ୍ରମ ବାତିଲ କରିବେ । ଏହା ସହ ସ୍ଥାନାନ୍ତର କିମ୍ବା ଆଶ୍ରୟସ୍ଥଳୀ ସମ୍ବନ୍ଧୀୟ ପ୍ରଶାସନିକ ନିର୍ଦ୍ଦେଶ ପାଳନ କରିବା ଏବଂ ଜରୁରୀକାଳୀନ ଯୋଗାଯୋଗ ନମ୍ବର ଓ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସରକାରୀ ମାଧ୍ୟମ ଏବଂ ପର୍ଯ୍ୟଟନ ପ୍ରତିଷ୍ଠାନଗୁଡ଼ିକ ଜରିଆରେ ବିଭିନ୍ନ ଭାଷାରେ ସ୍ପଷ୍ଟ ସୁରକ୍ଷା ପରାମର୍ଶବଳୀ ପ୍ରଚାର କରାଯିବ । ଏହା ସହିତ ଜିଲ୍ଲା ଜରୁରୀକାଳୀନ ପରିଚାଳନା କେନ୍ଦ୍ର (DEOC) ଏବଂ ରାଜ୍ୟ ଜରୁରୀକାଳୀନ ପରିଚାଳନା କେନ୍ଦ୍ର (SEOC) ସହ ନିରନ୍ତର ସମନ୍ୱୟ ରଖାଯିବ ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ପବନ, ଜଳବନ୍ଦୀ ସମସ୍ୟା ଏବଂ ଦୃଶ୍ୟମାନତା ହ୍ରାସ ପାଇବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ଯାତ୍ରୀବାହୀ ଓ ମାଲବାହୀ ଯାନବାହନର ନିରାପଦ ଚଳାଚଳ, ବିଶେଷକରି ରାତ୍ରିକାଳୀନ ଯାତ୍ରାକୁ ସୁରକ୍ଷିତ କରିବା ପାଇଁ ସ୍ୱତନ୍ତ୍ର ରିଲିଫ୍ କମିଶନର, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ଜରୁରୀକାଳୀନ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

  • Related Posts

    ୨୪ ହଜାର ୧୫୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ବିଧାନସଭାରେ ଉପସ୍ଥାପିତ

    ଭୁବନେଶ୍ବର: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ଆସିଛି ଅତିରିକ୍ତ ବଜେଟ୍। ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୪ ହଜାର ୧୫୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ବିଧାନସଭାରେ ଉପସ୍ଥାପିତ କରିଛନ୍ତି। ଅତିରିକ୍ତ ବଜେଟରେ କୃଷି ଓ କୃଷକଙ୍କ କଲ୍ୟାଣ…

    Continue reading
    ବାତ୍ୟା ‘ଅର୍ଣ୍ଣବ’ କ୍ଷୟକ୍ଷତି ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ଦକ୍ଷିଣାଞ୍ଚଳ ଆର୍‌ଡିସି

    ଇନ୍ଦ୍ରଗଡ଼ ପଞ୍ଚାୟତ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକରେ ବାତ୍ୟା ‘ଅର୍ଣ୍ଣବ’ ଯୋଗୁଁ ଘଟିଥିବା ବ୍ୟାପକ କ୍ଷୟକ୍ଷତି ଏବଂ ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସହ ଆଗାମୀ ବାତ୍ୟା ଆକଭନ ର ପ୍ରସ୍ତୁତ ସମ୍ପର୍କରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !