ବାରବାଟୀରେ ଟିକେଟ ପାଇଁ ଠେଲାପେଲା

କଟକ : ବାରବାଟୀ ବ୍ୟାଟେଲର କ୍ରେଜ୍ ଭିତରେ ଟିକେଟ୍ ଖଣ୍ଡିଏ ପାଇବା ପାଇଁ ଭିଡ଼ ଭିତରେ ଜଣେ ଯୁବକ ଅଚେତ ହୋଇ ପଡିଥିବାର ମଧ୍ୟ ସୂଚନା ଆସୁଛି । ସ୍ଥିତି ଏମିତି ଉପୁଜିଛି ଯେ ଚାଲି ଚାଲି ଟିକେଟ୍ ଆଣିବାକୁ ଯାଇଥିବା ଲୋକ ଧାଡିରେ ଛିଡ଼ା ହୋଇଥିବା ଲୋକଙ୍କ କାନ୍ଧରେ ଚଢି ଆସୁଛନ୍ତି । ବାରବାଟୀ ଦିନିକିଆ ଟିକେଟ ପାଇବା ପାଇଁ ହୋଇଛି ଠେଲାପେଲା। ଭିଡ ନିୟନ୍ତ୍ରଣ କରିବାରେ ବିଫଳ ପୋଲିସ। ଶହ ଶହ ଟିକେଟ ଆଶାୟୀ ହୋଇଛନ୍ତି ନୟାନ୍ତ। ପ୍ରବଳ ଠେଲାପେଲାରୁ କିଛି ବ୍ୟକ୍ତି ଅସୁସ୍ଥ ହୋଇଥିବା ସୂଚନା ମିଳିଛି। ଲାଇନରେ ହଜାର ହଜାର ଲୋକ ଠିଆ ହୋଇଛନ୍ତି ହେଲେ ପ୍ରକୃତ କ୍ରିକେଟପ୍ରେମୀ ଟିକେଟ ପାଇବା ନେଇ ସୃଷ୍ଟି ହୋଇଛି ପ୍ରଶ୍ନବାଚୀ। ରାତି ୯ଟାରୁ ଲାଇନରେ ଠିଆ ହୋଇଥିବା ମହିଳାଙ୍କୁ ନେଇ ପ୍ରଶ୍ନ ଉଠିଛି। ଅଧିକାଂଶ ମହିଳା ଜାଣୁନାହାନ୍ତି କାହା ସହ କାହାର ମ୍ୟାଚ ରହିଛି। ତଥାପି ଲାଇନରେ ଠିଆ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ପ୍ରକୃତ କ୍ରିକେଟପ୍ରେମୀ ବା ଖେଳ ଦେଖିବାକୁ ଆଗ୍ରହୀ ତାହାକୁ ନେଇ ପ୍ରଶ୍ନ ଉଠିଛି। ଠିଆ ହୋଇଥିବା ମହିଳା ଯଦି ଟିକେଟ ପାଆନ୍ତି ତେବେ ସବୁ ଟିକେଟ ସରିବା ଆଶଙ୍କା ସୃଷ୍ଟି ହୋଇଛି। ଯୋଜନବଦ୍ଧ ଭାବେ ଟିକେଟ ହାତେଇବା ଲାଗି ଉଦ୍ୟମ ହୋଇଥିବା ଅଭିଯୋଗ ଉଠୁଛି। ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ। ସମୟ ଯେତିକି ପାଖେଇ ଆସୁଛି,ମ୍ୟାଚକୁ ନେଇ ଉତ୍କଣ୍ଠା ବଢ଼ି ବଢ଼ି ଚାଲିଛି । ଆଜିଠୁ କାଉଣ୍ଟରରେ ଅଫଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ ହୋଇଛି। ଗତକାଲି ରାତିରୁ କ୍ରିକେଟ ପ୍ରେମୀ ଲାଇନ୍ ଲଗାଇଛନ୍ତି। ଟିକେଟ ପାଇଁ ରାତି ସାରା ଧାଡି ବାନ୍ଧି ଉଜାଗର ରହିଛନ୍ତି। ରାଜ୍ୟର ବିଭିନ୍ନ ସ୍ଥାନରୁ ଆସି ଟିକେଟ ପାଇଁ ଧାଡ଼ି ଲମ୍ଵାଇଛନ୍ତି। ଷ୍ଟାଡିୟମ ନିକଟରେ ୪ଟି କାଉଣ୍ଟରର ବ୍ୟବସ୍ଥା ହୋଇଛି । ଟିକେଟ୍‌ ବିକ୍ରିକୁ ଶୃଙ୍ଖଳିତ କରିବା ପାଇଁ ବ୍ୟାରିକେଡ ବନ୍ଧା ଯାଇଛି । ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ମୋଟ ୧୭ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

    ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ