ବାରବାଟୀରେ ଟି-୨୦ ମ୍ୟାଚ୍, ପ୍ରସ୍ତୁତି ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଆସନ୍ତା ଡିସେମ୍ବର ୯ ତାରିଖରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍ ଯେପରି ସୁବ୍ୟବସ୍ଥିତ ଓ ସୁନିୟନ୍ତ୍ରିତ ଭାବେ ଆୟୋଜିତ ହେବ ସେଥିପାଇଁ ସମସ୍ତ ବ୍ୟବସ୍ଥାକୁ ତୃଟିଶୂନ୍ୟ ଭାବେ କାର୍ୟ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପରାମର୍ଶ ଦେଇଛନ୍ତି। ବୁଧବାର ଲୋକସେବା ଭବନରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଟି-୨୦ ମ୍ୟାଚ୍ ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଓଡିଶା କ୍ରିକେଟ୍ ଆସୋସିଏସନ୍‌ ଓ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ ମାନଙ୍କୁ ଏହି ପରାମର୍ଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କ୍ରିକେଟ୍ ଆମ ଦେଶର ଏକ ଅତ୍ୟନ୍ତ ଲୋକପ୍ରିୟ ଖେଳ। ତେଣୁ ଏହି ମ୍ୟାଚ୍ ପ୍ରତି ସମଗ୍ର ଦେଶ ଓ ବିଶ୍ବର ନଜର ରହିବ। ତେଣୁ ଏହା ଯେପରି ତୃଟିଶୂନ୍ୟ ଭାବେ ପରିଚାଳିତ ହେବ ଏବଂ ଓଡିଶାର ମର୍ୟ୍ୟାଦା ସୁରକ୍ଷିତ ହେବ । ସେଥିପାଇଁ ସମସ୍ତେ ସଚେତନ ରହିବା ଆବଶ୍ୟକ। ବୈଠକରେ ଓସିଏ ସମ୍ପାଦକ ସଞ୍ଜୟ ବେହେରା ମ୍ୟାଚ୍‌ର ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଛନ୍ତି। ଟିକେଟ୍ କିଣାବିକା, ଦର୍ଶକ ମାନଙ୍କ ପାଇଁ ସୁବ୍ୟବସ୍ଥା, ନିରନ୍ତର ଲାଇଟିଙ୍ଗ ବ୍ୟବସ୍ଥା, ଷ୍ଟାଡିୟମ୍‌ର ଭିତ୍ତିଭୂମି ଓ ଅଗ୍ନି ନିର୍ବାପକ ବ୍ୟବସ୍ଥା, ପାର୍କିଂ ଏବଂ ଟ୍ରାଫିକ୍ ପରିଚାଳନା ଆଦି ବିଭିନ୍ନ ବିଷୟରେ ବିସ୍ତୃତ ଆଲୋଚନା ହୋଇଛି।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦିଲ୍ଲୀରେ ହୋଇଥିବା ବିସ୍ଫୋରଣ ପରିପ୍ରେକ୍ଷୀରେ ଏହି ଅନ୍ତର୍ଜାତୀୟ କ୍ରୀଡା ସମୟରେ ପୁଲିସ ପ୍ରଶାସନ ପକ୍ଷରୁ ଲୋକଙ୍କ ସୁରକ୍ଷାପ୍ରତି ଏକ ଫୁଲ୍-ପ୍ରୁଫ୍ ବ୍ୟବସ୍ଥା କରାଯିବା ଆବଶ୍ୟକ। ଏଥିପାଇଁ ପୋଲିସ୍ ଅଧିକ ସତର୍କ ରହିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅସୁସ୍ଥ ବ୍ୟକ୍ତି କିମ୍ବା ଅନ୍ୟାନ୍ୟ ଅସୁବିଧା ସ୍ଥଳରେ ଲୋକମାନଙ୍କୁ ନେବା ଆଣିବା ପାଇଁ ଏକ ସୁବ୍ୟବସ୍ଥିତ ଗ୍ରୀନ କରିଡର ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଛନ୍ତି। ଏହା ସହିତ, ଭିଡ ନିୟନ୍ତ୍ରଣ, ଟିକେଟ୍ ବିକ୍ରି, ଜରୁରୀ ଚିକିତ୍ସା ବ୍ୟବସ୍ଥା ଆଦି ସମସ୍ତ କାର୍ୟ୍ୟ ଗୁଡିକୁ ଉପଯୁକ୍ତ ଭାବେ ତଦାରଖ କରି ନିର୍ଭୁଲ ଭାବେ ପରିଚାଳନା କରିବାକୁ ସେ ପରାମର୍ଶ ଦେଇଛନ୍ତି।ବୈଠକର ସୂଚନା ଅନୁଯାୟୀ, ପ୍ରତ୍ୟେକ ଷ୍ଟାଣ୍ଡର କ୍ଷମତା ଅନୁଯାୟୀ ସେଠାରେ ନିର୍ଦ୍ଦିଷ୍ଟ ସଂଖ୍ୟକ ଦର୍ଶକଙ୍କୁ ବସିବା ପାଇଁ ବ୍ୟବସ୍ଥା କରାଯିବ। ମ୍ୟାଚ୍ ସମୟରେ ନିରନ୍ତର ଲାଇଟିଙ୍ଗ ବ୍ୟବସ୍ଥା ପାଇଁ ଅଧିକ ଜେନ୍‌ସେଟ୍ ଅଣାଯାଇଥିବା ବେଳେ ଏହାର ମନିଟରିଂ ପାଇଁ ନୂଆ ସପ୍ଟୱେୟାର୍ ମଧ୍ୟ ଇନ୍‌ଷ୍ଟଲ କରାଯାଇଛି। ଗୋଟିଏ ଜେନ୍‌ସେଟ୍ ଫେଲ୍‌ ହେଲେ ତୁରନ୍ତ ଅନ୍ୟ ଗୋଟିଏ ଜେନ୍‌ସେଟ୍‌ ଚାଲୁ ହେବ ଏବଂ ଲାଇଟିଙ୍ଗ ବ୍ୟବସ୍ଥା ନିରନ୍ତର ଭାବେ ଜାରି ରହିବ ବୋଲି ବୈଠକରେ ସୂଚନା ଦିଆଯାଇଥିଲା।

​​​​​ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, କ୍ରୀଡା ଓ ଯୁବସେବା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ, ଅନୁଗୋଳ ବିଧାୟକ ତଥା ଓସିଏ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ୍ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ବତ ମିଶ୍ର, ଓଡିଶା କ୍ରିକେଟ୍ ଆସୋସିଏସନ୍‌ ସଭାପତି ପଙ୍କଜ ଲୋଚନ ମହାନ୍ତି, ଓଡିଶା କ୍ରିକେଟ୍ ଆସୋସିଏସନ୍‌ ସମ୍ପାଦକ ସଞ୍ଜୟ ବେହେରା, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ଶାସନ ସଚିବ, କଟକ-ଭୁବନେଶ୍ବର ପୋଲିସ୍ କମିଶନର, କଟକ ଜିଲ୍ଲାପାଳ ଓ ବରିଷ୍ଠ ପଦାଧିକାରୀ ଗଣ ବୈଠକରେ ଉପସ୍ଥିତ ରହି ମ୍ୟାଚ୍ ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ।

  • Related Posts

    ଭୁବନେଶ୍ୱରରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖୁସି ଖବର। ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ଦେବା ପାଇଁ ରହିଥିବା ସର୍ବାଧିକ ୬ଟି ସୁଯୋଗକୁ ଉଠାଇ ଦିଆଯିବ। ଏହି ପରୀକ୍ଷା ଦେବା ପାଇଁ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ସୁଯୋଗ ମିଳିବ। ୮୦ତମ ସ୍ୱାଧୀନତା…

    Continue reading
    ଗଡମାଣତୀର ପଞ୍ଚାୟତରେ ପତାକା ଉତ୍ତୋଳନ କଲେ ଜେନ-ଜୀ

    ବେଗୁନିଆ : ଗଡମାଣତୀର ପଞ୍ଚାୟତର ସରପଞ୍ଚ କରୁଣାକର ଦଳସିଂହରାୟ ସ୍ୱାଧୀନତା ଦିବସ ଅବସରରେ ଏକ ଅଭିନବ ପ୍ରୟାସ କରିଛନ୍ତି । ସମ୍ପ୍ରତି ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ଜେନ-ଜୀଙ୍କୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଯୁକ୍ତ ଦୁଇର ଛାତ୍ର ଶୁଭାଶିଷ ସାମନ୍ତରାୟଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ