ବାରରେ ଡ୍ୟାନ୍ସ ନୁହେଁ, ଅର୍କେଷ୍ଟ୍ରା ବାଜିବ: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ପୁଣି ଖୋଲିବ ଡ୍ୟାନ୍ସବାର। ଆଉ ପୁଣି ରଙ୍ଗୀନ ଆସର ଜମିବା ସହ ନାଚିବେ ଯୁବତୀ। ୨୦୨୪-୨୫ ଆର୍ଥିକବର୍ଷର ଅବକାରୀ ନୀତିରେ ଡ୍ୟାନ୍ସବାର ଉପରେ ସରକାର କଟକଣା ଲଗାଇଥିବା ବେଳେ ତାହାକୁ କୋହଳ କରିଛନ୍ତି। ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ‘ଓଡ଼ିଶା ଅବକାରୀ (ସଂଶୋଧନ) ରୁଲସ-୨୦୨୪’ ବିଜ୍ଞପ୍ତି ଜାରି ହୋଇଛି। ଏଥିରେ କିଛି କଡ଼ା ନିୟମ ସହ ପୁଣିଥରେ ଡ୍ୟାନ୍ସବାର ଚାଲିବା ପାଇଁ ଅନୁମତି ଦେବାକୁ ନିଷ୍ପତ୍ତି ନେଇଛନ୍ତି । ତେବେ ବାରରେ ଡ୍ୟାନ୍ସ ନୁହେଁ ସଙ୍ଗୀତ ଓ ଅର୍କେଷ୍ଟ୍ରା ପରିବେଷଣ ହୋଇପାରିବ । ଏନେଇ ନୂଆ ନିୟମ ଅଣାଯାଇଛି ବୋଲି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ।
ସେ କହିଛନ୍ତି ଯେ ବାରମାଲିକାମାନେ ଏନେଇ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିଲେ ।  ବାରରେ ଡ୍ୟାନ୍ସ ହେବନି, ନ୍ୟାୟାଳୟକୁ ମଧ୍ୟ ଏନେଇ ଅବଗତ କରାଯିବ । ଅଶ୍ଳୀଳତାକୁ ପ୍ରଶ୍ରୟ ଦିଆଯିବନି । ସଙ୍ଗୀତ ଓ ଅର୍କେଷ୍ଟ୍ରା ପରିବେଷଣ ହେବ ବୋଲି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ