ବାଲିଯାତ୍ରା ପ୍ଲଟ ଆବଣ୍ଟନ: ଆଜିଠୁ ପଞ୍ଜୀକରଣ

କଟକ:ଐତିହାସିକ ବାଲିଯାତ୍ରା କଟକ-୨୦୨୫ ଆସନ୍ତା ନଭେମ୍ବର ୫ରୁ ୧୨ ତାରିଖ ପର୍ୟ୍ୟନ୍ତ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ଆବଣ୍ଟିତ ହେବାକୁ ଥିବା ପ୍ଲଟ ନିଲାମ ପାଇଁ ଜିଲା ପ୍ରଶାସନ ପକ୍ଷରୁ ନିୟମ ଓ ସର୍ତ୍ତାବଳୀ ଲାଗୁ କରାଯାଇଛି। ଅତିରିକ୍ତ ଜିଲାପାଳ (ରାଜସ୍ବ) ତଥା ବାଲିଯାତ୍ରା ପ୍ଲଟ ଆବଣ୍ଟନ କମିଟି ଅଧ୍ୟକ୍ଷ ଡ. ଦିବ୍ୟଲୋଚନ ମହାନ୍ତ ଜିଲାପାଳଙ୍କ କାର୍ୟ୍ୟାଳୟରେ ଗୁରୁବାର ପ୍ରେସ୍‌ ବିବୃତିରେ ଏହି ସମ୍ବନ୍ଧୀୟ ସମସ୍ତ ସୂଚନା ଦେଇଛନ୍ତି।
ସୂଚନା ମୁତାବକ ପ୍ଲଟ ଆବଣ୍ଟନ ନିମନ୍ତେ ପଞ୍ଜୀକରଣ କାର୍ୟ୍ୟ ୨୬ ତାରିଖ (ଶୁକ୍ରବାର)ରୁ ଆରମ୍ଭ ହୋଇ ଅକ୍ଟୋବର ୬ ତାରିଖ ପର୍ୟ୍ୟନ୍ତ ଚାଲିବ। ହାଇବ୍ରିଡ ମୋଡ୍‌ (ଉଭୟ ଅନ୍‌ଲାଇନ ଓ ଅଫଲାଇନ୍‌) ଜରିଆରେ ଆବେଦନ କରାଯିବାକୁ ସ୍ଥିର ହୋଇଛି। ଆବେଦନକାରୀ ପଞ୍ଜୀକରଣ ନିମନ୍ତେ ଆବେଦନପତ୍ର ସହିତ ବାରବାଟୀ ଷ୍ଟାଡିୟମ ସନ୍ନିକଟ ବାରବାଟୀ ପ୍ୟାଲେସଠାରେ ସରକାରୀ ଛୁଟିଦିନ ବ୍ୟତୀତ ନିର୍ଦ୍ଦିଷ୍ଟ ତାରିଖ ମଧ୍ୟରେ ଦୈନିକ ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୫ଟା ମଧ୍ୟରେ ଦାଖଲ କରିପାରିବେ ଓ ପଞ୍ଜୀକରଣ ପତ୍ର ଗ୍ରହଣ କରିପାରିବେ। ଚଳିତବର୍ଷ ନିଲାମ ପ୍ରକ୍ରିୟା ସର୍ବନିମ୍ନ ୪୦ ଟଙ୍କା, ୫୦ ଟଙ୍କା ଓ ୬୦ ଟଙ୍କା ରଖାଯାଇ ଅକ୍ଟୋବର ୧୩ରୁ ଆରମ୍ଭ କରାଯିବ ବୋଲି ଅତିରିକ୍ତ ଜିଲାପାଳ ଡ. ମହାନ୍ତ ସୂଚନା ଦେଇଛନ୍ତି। ଏତଦବ୍ୟତୀତ ଛୋଟ ଛୋଟ ବ୍ୟବସାୟୀମାନଙ୍କୁ ୮୦ ବର୍ଗଫୁଟ ପର୍ୟ୍ୟନ୍ତ ଜାଗା ୧୫୦୦ ଟଙ୍କା ହିସାବରେ ଯୋଗାଇ ଦିଆଯିବାକୁ ସ୍ଥିର କରାଯାଇଥିବା ସେ କହିଛନ୍ତି।
କଟକ ସଦର ଉପଜିଲାପାଳ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ, କଟକ ସଦର ତହସିଲଦାର ଦେବଦତ୍ତ ପ୍ରଧାନ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭବାନୀ ଶଙ୍କର ଭୂୟାଁ, ଡେପୁଟି କଲେକ୍ଟର ପ୍ରଜ୍ଞା ପାରମିତା ଥାଟୋଇ ଓ ଜିଲା ସଂସ୍କୃତି ଅଧିକାରୀ ନଳିନୀକାନ୍ତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ଝାରସୁଗୁଡ଼ା ବିମାନବନ୍ଦରର ବିକାଶ ଲାଗି କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି ୨୧୦୦ କୋଟି: ପ୍ରଦୀପ ପୁରୋହିତ

    ଝାରସୁଗୁଡ଼ା: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ବିକାଶ ଓ ସମ୍ପ୍ରସାରଣ ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ଏ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ରନ୍‌ୱେ ସମ୍ପ୍ରସାରଣ ପାଇଁ ୧୬୮.୮୮ ଏକର ଜମି ଅଧିଗ୍ରହଣ ପ୍ରକ୍ରିୟା…

    Continue reading
    ପେଟାପଙ୍ଗା ପଞ୍ଚାୟତରେ ଜନଶୁଣାଣୀ ଶିବିର

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ଅନ୍ତର୍ଗତ ପେଟାପଙ୍ଗା ଗ୍ରାମ ପଞ୍ଚାୟତରେ ଜନସାଧାରଣଙ୍କ ବିଭିନ୍ନ ସମସ୍ୟାର ସମାଧାନ ନିମନ୍ତେ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ପଞ୍ଚାୟତ ଅଞ୍ଚଳର ବିଭିନ୍ନ ସମସ୍ୟାକୁ ନେଇ ମୋଟ ୧୨ଟି ଅଭିଯୋଗ ଗ୍ରହଣ କରାଯାଇଥିଲା।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ