ବାଲିଯାତ୍ରା, ରାତି ୧୧ଟା ଯାଏ ମଞ୍ଚରେ ସାଉଣ୍ଡ ଅନୁମତି

କଟକ: ଆସନ୍ତା ୫ ରୁ ୧୨ ତାରିଖ ପର୍ୟ୍ୟନ୍ତ ଐତିହାସିକ ବାଲିଯାତ୍ରା ଆୟୋଜିତ ହେବ । ଏହି ଅବସରରେ ଚଳିତ ବର୍ଷ ଗଣକବି ବୈଷ୍ଣବ ପାଣି ମଞ୍ଚ, ଅକ୍ଷୟ ମହାନ୍ତି ମଞ୍ଚ, କଟକ ଇନ୍‌ କଟକ ମଞ୍ଚରେ ବିଭିନ୍ନ ସାଂସ୍କୃତିକ କାର୍ୟ୍ୟକ୍ରମ ପରିବେଷଣ କରାଯିବାର କାର୍ୟ୍ୟକ୍ରମ ରହିଛି । ବିଭିନ୍ନ ଦେଶ, ରାଜ୍ୟ ଓ ରାଜ୍ୟ ବାହାରୁ ଏବଂ ବିଭିନ୍ନ ସାଂସ୍କୃତିକ ଦଳ ଓ ପ୍ରତିଷ୍ଠିତ କଳାକାରମାନେ ସେମାନଙ୍କର ପ୍ରଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି । ଏହି ମହୋତ୍ସବ ଦେଖିବା ପାଇଁ ବହୁ ସଂଖ୍ୟାରେ ଭିଆଇପି, ଭିଭିଆଇପି ଯୋଗଦେବାର ଆଶା କରାଯାଉଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ସାଧାରଣ ଜନତାଙ୍କ ବୃହତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଗଣକବି ବୈଷ୍ଣବ ପାଣି ମଞ୍ଚ ଏବଂ ଅକ୍ଷୟ ମହାନ୍ତି ମଞ୍ଚରେ ରାତି ୧୧ଟା ପର୍ୟ୍ୟନ୍ତ ଲାଉଡସ୍ପିକର/ ସାଉଣ୍ଡ୍‌ ସିଷ୍ଟମ ବ୍ୟବହାର କରିବାକୁ ଆବଶ୍ୟକୀୟ ଅନୁମତି ପ୍ରଦାନ କରିଛନ୍ତି ।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ