ବାଲିଯାତ୍ରା ଶେଷ ସନ୍ଧ୍ୟାରେ ଦର୍ଶକଙ୍କୁ ମତୁଆଲା କରିବେ ଶ୍ରେୟା ଘୋଷାଲ୍

ଭୁବନେଶ୍ୱର: ଭୁବନେଶ୍ବରରେ ପହଞ୍ଚିଲେ ବଲିଉଡ୍ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲ୍। ବାଲିଯାତ୍ରା ଶେଷ ସନ୍ଧ୍ୟାରେ ଦର୍ଶକଙ୍କୁ ମତୁଆଲା କରିବେ। ଶ୍ରେୟା ଘୋଷାଲ ନାଇଟ୍‌କୁ ନେଇ ଦର୍ଶକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ସୃଷ୍ଟି ହୋଇଛି । ସେପଟେ ଆଉ ଦିନେ ବ୍ୟବସାୟ କରିବାର ଅତିରିକ୍ତ ସୁଯୋଗ ସୃଷ୍ଟି ହୋଇଥିବାରୁ ବ୍ୟବସାୟୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି ।

ସୂଚନା ଅନୁଯାଇ ,ଐତିହାସିକ କଟକ ବାଲିଯାତ୍ରା ନଭେମ୍ବର ୫ ତାରିଖ କାର୍ତ୍ତିକ ପୂର୍ଣ୍ଣିମାରୁ ଆରମ୍ଭ ହୋଇଥିଲା । ଆଠଦିନର ଏହି ମୁକ୍ତାକାଶ ବାଣିଜ୍ୟ ମେଳା ବୁଧବାର ଅର୍ଥାତ୍ ୧୨ତାରିଖ ସରିଥାନ୍ତା । କିନ୍ତୁ ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀମାନଙ୍କ କାରବାରକୁ ନଜରରେ ରଖି ଅବଧି ଦିନଟିଏ ବୃଦ୍ଧି କରାଯାଇଥିଲା । ଏନେଇ ବୁଧବାର ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ତରଫରୁ ପ୍ରେସ୍ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯେହେତୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁସାରେ ଦିନଟିଏ ବୃଦ୍ଧି ପାଇଛି, ତେଣୁ ବ୍ୟବସାୟୀମାନେ ପ୍ଲଟ୍ ବାବଦରେ ଅତିରିକ୍ତ ଦିନ ପାଇଁ ଆଉ କୌଣସି ଦେୟ ଦେବେ ନାହିଁ । ଗୁରୁବାର ରାତି ୧୧ଟାରେ ବାଲିଯାତ୍ରା ଶେଷ ହେବ ।

  • Related Posts

    ୨୧ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

    ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୧ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ରାଷ୍ଟ୍ରପତି ଝାରସୁଗୁଡ଼ା ଓ ରାଇରଙ୍ଗପୁରରେ ଦୁଇଟି କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି । ଓଡ଼ିଶା ପୁଲିସର ପ୍ରସ୍ତାବିତ ରାଇରଙ୍ଗପୁର ପୁଲିସ ଜିଲ୍ଲାକୁ…

    Continue reading
    ଆଜି ଛତିଶା ନିଯୋଗର ଗୁରୁତ୍ବପୂର୍ଣ୍ଣ ବୈଠକ

    ପୁରୀ: ଆସନ୍ତା ୨୦ ତାରିଖରୁ ଚନ୍ଦନଯାତ୍ରା ଆରମ୍ଭ । ଅକ୍ଷୟ ତୃତୀୟାଠାରୁ ଶ୍ରୀମନ୍ଦିରରେ ହେଉଥିବା ଏହି ପ୍ରଧାନ ପର୍ବକୁ ଶୃଙ୍ଖଳିତ ପାଳନ ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ଯୋଜନା କରିଛି । ମଙ୍ଗଳବାର ଏନେଇ ଶ୍ରୀଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ