ବାଲୁକା କଳା ଉତ୍ସବ ପାଇଁ ସଜେଇ ହେଉଛି ଚନ୍ଦ୍ରଭାଗା ବେଳାଭୂମି

ରାତି ପାହିଲେ ଚନ୍ଦ୍ରଭାଗା ବେଳାଭୂମିରେ ଆୟୋଜନ ହେବ ୧୪ତମ ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବ। ସେଥିପାଇଁ ସଜେଇ ହୋଇଛି ଚନ୍ଦ୍ରଭାଗା। ଚକାଚକ୍‌ ହୋଇଛି ରାସ୍ତା ଘାଟ। ଆଉ ବେଳାଭୂମିରେ ପ୍ରତିଯୋଗୀଙ୍କ ପାଇଁ ଗଦା ହୋଇଛି ବାଲି। ଚଳିତବର୍ଷ ୮ ଜଣ ବିଦେଶୀ ବାଲୁକା ଶିଳ୍ପୀ ସାମିଲ୍‌ ହେବେ। ସେଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଡିସେମ୍ବର ୧ ତାରିଖଠାରୁ ୫ ତାରିଖ ପର୍ଯ୍ୟନ୍ତ ୫ ଦିନ ଧରି ଚନ୍ଦ୍ରଭାଗାର ସ୍ୱର୍ଣ୍ଣାଭ ବେଳାଭୂମିରେ ଆୟୋଜିତ ହେବାକୁ ଯାଉଛି ୧୪ତମ ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବ। ସେଥିପାଇଁ ଚନ୍ଦ୍ରଭାଗା ବେଳାଭୂମି ବେଶ ଉତ୍ସବ ମୁଖର ହୋଇଛି। ଦେଶ ବିଦେଶର ବାଲୁକା କଳା ଶିଳ୍ପୀମାନେ ଆସିଲେଣି। ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଓ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସମର୍ଥ ବର୍ମା ବିଦେଶୀ ଶିଳ୍ପୀମାନଙ୍କୁ ସ୍ୱାଗତ କରିଛନ୍ତି। ପର୍ଯ୍ୟଟନ ବିଭାଗର ଭବ୍ୟ ଆୟୋଜନ ଓ ଚନ୍ଦ୍ରଭାଗାର ବାଲୁକା ରାଶି ଦେଖି ଭାବବିହ୍ଵଳ ହୋଇଛନ୍ତି ଦେଶ ବିଦେଶର ବାଲୁକା ଶିଳ୍ପୀ।
ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବରେ ଆଠ ଜଣ ବିଦେଶୀ ବାଲୁକା ଶିଳ୍ପୀଙ୍କ ସମେତ ରାଜ୍ୟ ଓ ରାଜ୍ୟ ବାହାରୁ ୧୨୯ ଜଣ ବାଲୁକା ଶିଳ୍ପୀଙ୍କ ଦ୍ଵାରା ୩୫ଟି ଷ୍ଟଲରେ ଭିନ୍ନ ଭିନ୍ନ ଚିତାକର୍ଷକ ବାଲୁକା କଳା ପ୍ରଦର୍ଶନ କରିବେ। ଚଳିତ ବର୍ଷ ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବରେ ୟୁକେ, ଜର୍ମାନୀ, ସ୍ପେନ୍‌, ମେକ୍ସିକୋ, ଶ୍ରୀଲଙ୍କା ଓ ଜାପାନ ଭଳି ଆଠଟି ଦେଶରୁ ଆଠ ଜଣ ବିଦେଶୀ ଶିଳ୍ପୀ ଚନ୍ଦ୍ରଭାଗାରରେ ପହଞ୍ଚିଛନ୍ତି। ଏହି ବାଲୁକା କଳା ଉତ୍ସବ ଦେଖିବା ପାଇଁ ବହୁ ସଂଖ୍ୟାରେ ପର୍ଯ୍ୟଟକଙ୍କ ଭିଡ଼ ହେବାର ସମ୍ଭାବନା ରହିଛି।

  • Related Posts

    ଖୁବଶୀଘ୍ର ଭୁବନେଶ୍ୱର-ଜୟପୁର ବିମାନସେବା:ଅପରାଜିତା

    ଭୁବନେଶ୍ୱର : ଖୁବଶୀଘ୍ର ଭୁବନେଶ୍ୱର-ଜୟପୁର ବିମାନସେବା। ଏଥିସହିତ ଭୁବନେଶ୍ୱର ବିମାନ ବନ୍ଦର ତୃତୀୟ ଏୟାର ଟର୍ମିନାଲ କୁ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ କରାଯିବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଙ୍କ ସହିତ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦର ର…

    Continue reading
    ତେଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

    ସୁବର୍ଣ୍ଣପୁର: ସୁବର୍ଣ୍ଣପୁରରେ ଭୟାବହ ଅଗ୍ନିକାଣ୍ଡ। ଉଲୁଣ୍ଡା ବ୍ଲକ ସାହାଣୀଡିହ ଶ୍ରୀ ଜଗଦମ୍ବା ତେଲ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି । ଏନେଇ ଖବର ପାଇ ନିଆଁକୁ ଆୟତ୍ତ କରିବା ପାଇଁ ବିନିକା ଅଗ୍ନିଶମ ବିଭାଗ ଉଦ୍ୟମ ଜାରି ରଖିଛି । ଫ୍ୟାକ୍ଟ୍ରିରେ ନିଆଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ