ବାହୁଡ଼ିବ ମୌସୁମି

ଭୁବନେଶ୍ବର : ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଦୁର୍ବଳ ରହିଛି। ସେପ୍ଟେମ୍ବର ୩୦ରେ ମୌସୁମି ଋତୁ ଶେଷ ହେଉଥିବା ବେଳେ ଅକ୍ଟୋବର ପ୍ରଥମ ସପ୍ତାହ ଶେଷ ସୁଦ୍ଧା କିମ୍ବା ଦ୍ବିତୀୟ ସପ୍ତାହ ପ୍ରାରମ୍ଭରୁ ଓଡ଼ିଶାରୁ ମୌସୁମି ବାୟୁ ପ୍ରତ୍ୟାବର୍ତ୍ତନ କରିବା ନିମନ୍ତେ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି।
ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୧.୧ ମି.ମି. ବର୍ଷା ରେକର୍ଡ କରାଯାଇଛି। କଟକର ବାଙ୍କୀ-ଡମପଡ଼ା ବ୍ଲକ୍‌ରେ ସର୍ବାଧିକ ୪୫ମି.ମି. ବର୍ଷା ରେକର୍ଡ ହୋଇଥିବା ବେଳେ ୧୨ଟି ବ୍ଲକ୍‌ରେ ୧୦ମି.ମି.ରୁ ଅଧିକ ବର୍ଷା ହୋଇଛି। ଜିଲା ହାରାହାରି ବର୍ଷା ମଧ୍ୟରେ କଟକରେ ସର୍ବାଧିକ ୯.୫ମି.ମି, ପୁରୀରେ ୬.୩ମି.ମି, ଗଜପତିରେ ୪.୯ମି.ମି, ଖୋରଧାରେ ୨.୯ ମି.ମି, ଢେଙ୍କାନାଳରେ ୨.୫ମି.ମି, କୋରାପୁଟରେ ୨.୪ମି.ମି ଏବଂ ମାଲକାନଗିରିରେ ୧.୯ମି.ମି ବର୍ଷା ହୋଇଛି। ସେପ୍ଟେମ୍ବର ୧ରୁ ୨୯ ପର୍ଯ୍ୟନ୍ତ ରାଜ୍ୟରେ ସମୁଦାୟ ୩୧୬.୨ ମି.ମି ବର୍ଷା ହୋଇଛି। ଏହି ସମୟର ସ୍ୱାଭାବିକ ହାରାହାରି ବର୍ଷା ୨୩୩.୪ମି.ମି. ତୁଳନାରେ ଏହା ୩୫.୫%ଅଧିକ ବୋଲି ଏସ୍ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋରଧା ଏବଂ ନୟାଗଡ଼ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ନେଇ ୟେଲୋୱାର୍ଣ୍ଣିଂ ଦିଆଯାଇଛି।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ