
ଜୋରହାଟ: ଶନିବାର ଆସାମର ଜୋରହାଟ ବାୟୁସେନା ଷ୍ଟେସନରେ ଭାରତୀୟ ବାୟୁସେନା ଏକ AN-32 ପରିବହନ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭାରତୀୟ ବାୟୁସେନା ଅନୁଯାୟୀ, AN-32 ଜୋରହାଟ ବାୟୁସେନାରେ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା । ଯେଉଁଥିରେ ପାଞ୍ଚ ଜଣ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।
ମୃତକ ମାନେ ହେଲେ ସ୍କ୍ୱାଡ୍ରନ୍ ଲିଆଡର ପ୍ରଶାନ୍ତ ସିଂହ, ଫ୍ଲାଏଟ ଲେଫ୍ଟନାଣ୍ଟ ଶୁଭମ କୁମାର, ସର୍ଜେଣ୍ଟ ଜିତେନ୍ଦ୍ର ଶର୍ମା, ଅଗ୍ନିବୀର ଭାୟୁ ଖେମାରାମ କୁମାୱତ ଏବଂ ଅଗ୍ନିବୀର ଭାୟୁ ଦାନିଶ୍ ଆଲାମ କର୍ତ୍ତବ୍ୟ ପାଳନ ସମୟରେ ସର୍ବୋଚ୍ଚ ବଳିଦାନ ଦେଇଛନ୍ତି । IAF ଶୋକସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛି ଏବଂ ଏହି ଦୁଃଖର ମୁହୂର୍ତ୍ତରେ ସେମାନଙ୍କ ସହିତ ଦୃଢ଼ ଭାବେ ଠିଆ ହୋଇଛି, ବୋଲି ଭାରତୀୟ ବାୟୁସେନା ପକ୍ଷରୁ Xରେ ଏକ ପୋଷ୍ଟ ମାଧ୍ୟମରେ ସୂଚନା ଦିଆଯାଇଛି ।
ଭାରତୀୟ ବାୟୁସେନାର ସୂଚନା ଅନୁଯାୟୀ, AN-32 ଜୋରହାଟ ବାୟୁସେନା ଷ୍ଟେସନରେ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିଲା। ସହ-ପାଇଲଟ ବଞ୍ଚିଯାଇଛନ୍ତି ଏବଂ ତାଙ୍କର ଚିକିତ୍ସା ଚାଲିଛି। ଦୁର୍ଘଟଣାର କାରଣ ନିର୍ଣ୍ଣୟ କରିବା ପାଇଁ ଭାରତୀୟ ବାୟୁସେନା କୋର୍ଟ ଅଫ୍ ଇନକ୍ୱାରୀ ନିର୍ଦ୍ଦେଶ ଦେଇଛି । ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।


