ବିଏସ୍‌ଇ, ସିଏଚ୍‌ଏସ୍‌ଇ ମିଶ୍ରଣକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: ସ୍କୁଲ ଶିକ୍ଷାକୁ ସୁଦୃଢ଼ ଓ ଉନ୍ନତ କରିବା ପାଇଁ ରାଜ୍ୟରେ ଗୋଟିଏ ବୋର୍ଡ ରଖାଯିବ । ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ) ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ)କୁ ମିଶାଇ ଗୋଟିଏ ବୋର୍ଡ ଗଠନ କରାଯିବ । କେବଳ ଏତିକି ନୁହେଁ ଦଶମ ଶ୍ରେଣୀ ପର୍ୟ୍ୟନ୍ତ ସବୁ ପିଲାଙ୍କୁ ମାଗଣା ପାଠ୍ୟପୁସ୍ତକ ପ୍ରଦାନ କରାଯିବ । ଆସନ୍ତା ୩ ବର୍ଷରେ ୪୪ ହଜାର ୪୩୩ଟି ପ୍ରାଥମିକ ଶିକ୍ଷକ ପଦବିରେ ନିଯୁକ୍ତି ଦିଆଯିବ । ଏଥିରୁ ୪୦ ହଜାର ନୂଆ ଶିକ୍ଷକ ପଦବି ସୃଷ୍ଟି କରାଯିବ । ଗତ ଅଗଷ୍ଟ ୨୧ରେ ରାଜ୍ୟରେ ଗୁଣାତ୍ମକ ଶିକ୍ଷା ପାଇଁ ଏପରି ନିଷ୍ପତ୍ତି ନେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶୁକ୍ରବାର ଏହାକୁ ଅନୁମୋଦନ ଦେଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ୪୫ ହଜାର ୨୯୨ଟି ପ୍ରାଥମିକ ସ୍କୁଲରେ ୧ ଲକ୍ଷ ୬୦ ହଜାର ୩୧୯ଟି ଶିକ୍ଷକ ପଦବି ରହିଛି । ନୂତନ ଶିକ୍ଷାନୀତି ଅନୁଯାୟୀ ଆଉ ୩୯ ହଜାର ୩୬୬ଟି ପଦବି ସୃଷ୍ଟି କରାଯିବ । ଆସନ୍ତା ଡିସେମ୍ବର ମାସ ସୁଦ୍ଧା ଖାଲି ହେବାକୁ ଥିବା ୫ ହଜାର ୬୭ଟି ପଦବିକୁ ମିଶାଇ ଆସନ୍ତା ୩ ବର୍ଷରେ ୪୪ ହଜାର ୪୩୩ଟି ଶିକ୍ଷକ ପଦବି ପୂରଣ କରାଯିବ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ପିଲାଙ୍କୁ ମାଗଣା ପାଠ୍ୟପୁସ୍ତକ ଦିଆଯାଉଥିବା ବେଳେ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ନବମ ଓ ଦଶମ ଛାତ୍ରଛାତ୍ରୀଙ୍କୁ ମାଗଣା ବହି ଦିଆଯାଉଥିଲା । କିନ୍ତୁ ଏବେ ସମସ୍ତ ବର୍ଗର ପିଲାଙ୍କୁ ଦଶମ ଶ୍ରେଣୀ ଯାଏ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇ ଦିଆଯିବ । ଏନ୍‌ସିଇଆର୍‌ଟି ଢାଞ୍ଚାରେ ଏସ୍‌ସିଇଆର୍‌ଟିକୁ ବିକଶିକ କରାଯିବ । ପାଠ୍ୟପୁସ୍ତକ ପ୍ରକାଶନ ନିର୍ଦ୍ଦେଶାଳୟ ସଂସ୍ଥାର ସୃଦୃଢ଼ୀକରଣ ହେବ ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ