ବିଗିଡ଼ିଯାଇଛି ମାଲକାନଗିରିରେ ପାଗ; ପୋଲ ଉପରେ ବନ୍ୟାଜଳ, ଯାତାୟାତ ଠପ୍

ମାଲକାନଗିରି: ଅର୍ଣ୍ଣବର ପ୍ରଭାବରେ ମାଲକାନଗିରି ଜିଲ୍ଲାରେ ପାଗ ସମ୍ପୂର୍ଣ୍ଣ ବିଗିଡ଼ିଯାଇଛି। ଗତକାଲି ଠାରୁ ଲଗାତାର ତୁହାକୁ ତୁହା ବର୍ଷା ଜିଲ୍ଲାବାସୀଙ୍କ ଜନଜୀବନକୁ ଅସ୍ତବ୍ୟସ୍ତ କରି ଦେଇଛି। ଅବିରତ ବର୍ଷା ଯୋଗୁଁଁ ଜିଲ୍ଲାର ବିଭିନ୍ନ ନଦୀ, ନାଳ ଓ ଜଳାଶୟରେ ଜଳସ୍ତର ବଢ଼ିବାରେ ଲାଗିଛି। ଅନେକ ତଳିଆ ଅଞ୍ଚଳରେ ପାଣି ପଶିଥିବା ବେଳେ ରାଜପଥ ଉପରେ ମଧ୍ୟ ବନ୍ୟାଜଳ ପ୍ରବାହିତ ହେଉଛି।
ବର୍ଷାର ସବୁଠାରୁ ବଡ଼ ପ୍ରଭାବ ଦେଖିବାକୁ ମିଳିଛି ଜାତୀୟ ରାଜପଥ ୩୨୬ ଉପରେ। ମାଲକାନଗିରିରୁ ହାଇଦ୍ରାବାଦ ଓ ତେଲଙ୍ଗାନା ଦିଗକୁ ଯାଉଥିବା ଏହି ରାଜପଥର ପୋଟେରୁ ପୋଲ ଉପରେ ପ୍ରାୟ ୪ ଫୁଟ୍ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ଏହି ରାସ୍ତାରେ ଯାତାୟାତ ସମ୍ପୂର୍ଣ୍ଣ ଭାବେ ବାଧାପ୍ରାପ୍ତ ହୋଇଛି।
କେବଳ ପୋଟେରୁ ନୁହେଁ, କାଲିମେଳା ବ୍ଲକ ଅନ୍ତର୍ଗତ କଙ୍ଗୁରୁକୋଣ୍ଡା ପୋଲ ଉପରେ ମଧ୍ୟ ବନ୍ୟାଜଳ ପ୍ରବାହିତ ହେଉଛି। ଦୁଇଟି ପ୍ରମୁଖ ପୋଲ ଉପରେ ପାଣି ଚାଲିବା ଯୋଗୁଁଁ ମାଲକାନଗିରି ସହ ଅନ୍ୟ ଜିଲ୍ଲା ଓ ପଡ଼ୋଶୀ ରାଜ୍ୟ ସହ ଯୋଗାଯୋଗ ପ୍ରଭାବିତ ହୋଇଛି।
ବନ୍ୟାଜଳ ଯୋଗୁଁଁ ରାସ୍ତାରେ ଯାତାୟାତ ଠପ୍ ହୋଇଯିବା ପରେ ରାଜପଥର ଉଭୟ ପାର୍ଶ୍ୱରେ ଶତାଧିକ ଗାଡ଼ି ଅଟକି ରହିଛି। ଯାତ୍ରୀବାହୀ ବସ୍‌, ଟ୍ରକ୍‌, ମାଲବାହୀ ଗାଡ଼ି ସମେତ ଅନ୍ୟାନ୍ୟ ଯାନବାହନ ରାସ୍ତାରେ ଅଟକି ରହିଥିବାରୁ ଯାତ୍ରୀ ଓ ଚାଳକମାନେ ଦୀର୍ଘ ସମୟ ଧରି ଅସୁବିଧାରେ ପଡ଼ିଛନ୍ତି।

ପାଣିର ଗତି ଓ ଗଭୀରତା ବଢ଼ୁଥିବାରୁ ବନ୍ୟାଜଳ ମଧ୍ୟରେ ଯାନବାହନ ଚଳାଚଳ ନକରିବାକୁ ପ୍ରଶାସନ ପକ୍ଷରୁ ସତର୍କ କରାଯାଇଛି।ବର୍ଷା ଓ ବନ୍ୟା ପରିସ୍ଥିତିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ନିଆଯାଇଛି। ତଳିଆ ଅଞ୍ଚଳ ଓ ବନ୍ୟାପ୍ରବଣ ଅଞ୍ଚଳରେ ରହୁଥିବା ଲୋକଙ୍କୁ ଚିହ୍ନଟ କରାଯାଇ ସୁରକ୍ଷିତ ସ୍ଥାନ ଓ ରିଲିଫ୍ କ୍ୟାମ୍ପକୁ ସ୍ଥାନାନ୍ତର କରାଯାଉଛି। ଲୋକଙ୍କୁ ଆବଶ୍ୟକ ଖାଦ୍ୟ, ପାନୀୟ ଜଳ ଓ ଅନ୍ୟାନ୍ୟ ମୌଳିକ ସୁବିଧା ଯୋଗାଇବା ଉପରେ ପ୍ରଶାସନ ଗୁରୁତ୍ୱ ଦେଇଛି। ଯେକୌଣସି ଜରୁରୀ ପରିସ୍ଥିତିରେ ତୁରନ୍ତ ଉଦ୍ଧାର କାର୍ଯ୍ୟ କରିବା ପାଇଁ ଉଦ୍ଧାରକାରୀ ଦଳକୁ ସଜାଗ ରଖାଯାଇଛି।

ସମ୍ଭାବ୍ୟ ବନ୍ୟା ଓ ଜଳବନ୍ଦୀ ପରିସ୍ଥିତିକୁ ମୁକାବିଲା ପାଇଁ ମାଥିଲି ଓ କାଲିମେଳାରେ ଦୁଇଟି ଓଡ୍ରାଫ୍ ଟିମ୍ ନିୟୋଜିତ କରାଯାଇଛି। ଆବଶ୍ୟକ ସ୍ଥଳେ ଲୋକଙ୍କୁ ଉଦ୍ଧାର କରିବା ସହ ବିପଦପୂର୍ଣ୍ଣ ଅଞ୍ଚଳରେ ତୁରନ୍ତ ସହାୟତା ପହଞ୍ଚାଇବାକୁ ଟିମ୍‌ଗୁଡ଼ିକୁ ପ୍ରସ୍ତୁତ ରଖାଯାଇଛି।
ଜିଲ୍ଲାରେ କଣ୍ଟ୍ରୋଲ୍ ରୁମ୍ ଖୋଲାଯାଇ ବର୍ଷା, ନଦୀର ଜଳସ୍ତର ଓ ବନ୍ୟା ପରିସ୍ଥିତି ଉପରେ ନିରନ୍ତର ନଜର ରଖାଯାଉଛି। ବିଭିନ୍ନ ବ୍ଲକ୍ ପ୍ରଶାସନ ସହ ସମନ୍ୱୟ ରଖି ଆବଶ୍ୟକ ସ୍ଥଳରେ ତୁରନ୍ତ ସହାୟତା ଯୋଗାଇ ଦିଆଯାଉଛି। ପରିସ୍ଥିତି ଅଧିକ ଖରାପ ହେଲେ ତଳିଆ ଅଞ୍ଚଳରୁ ଲୋକଙ୍କୁ ଆହୁରି ସୁରକ୍ଷିତ ସ୍ଥାନକୁ ନେବା ପାଇଁ ପ୍ରଶାସନ ପ୍ରସ୍ତୁତ ରହିଛି।

ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଗତକାଲିଠାରୁ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଏହି ପଦକ୍ଷେପ ନିଆଯାଇଛି। ପରିସ୍ଥିତିର ଗମ୍ଭୀରତାକୁ ନଜରରେ ରଖି ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜସିର୍କେ ନିଜେ ବିଭିନ୍ନ ବନ୍ୟା ପ୍ରଭାବିତ ଅଞ୍ଚଳରେ ପହଞ୍ଚି ପରିସ୍ଥିତିର ସମୀକ୍ଷା କରୁଛନ୍ତି। ଉଦ୍ଧାର, ରିଲିଫ୍ ଓ ଯୋଗାଯୋଗ ବ୍ୟବସ୍ଥା ନେଇ ସମ୍ପୃକ୍ତ ଅଧିକାରୀଙ୍କ ସହ ଆଲୋଚନା କରି ଆବଶ୍ୟକ ନିର୍ଦ୍ଦେଶ ଦିଆଯାଉଛି। ଲଗାତାର ବର୍ଷା ଯୋଗୁଁଁ ଜିଲ୍ଲାରେ ଆଗକୁ ପରିସ୍ଥିତି କେଉଁ ରୂପ ନେବ, ତାହା ଉପରେ ପ୍ରଶାସନର ନଜର ରହିଛି। ନଦୀ, ନାଳ ଓ ପୋଲ ନିକଟକୁ ନଯିବା ସହ ବନ୍ୟାଜଳ ପ୍ରବାହିତ ରାସ୍ତା ଅତିକ୍ରମ ନକରିବାକୁ ଜିଲ୍ଲାବାସୀଙ୍କୁ ସତର୍କ କରାଯାଇଛି।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ