ବିଜୁବାବୁଙ୍କ ପ୍ରତିମୂର୍ତ୍ତୀ ପୋଡି ଘଟଣା: ଦୃଢ କାର୍ୟ୍ୟାନୁଷ୍ଠାନ ନିଆଯିବ

ଭୁବନେଶ୍ୱର: ବଲାଙ୍ଗିର ଜିଲ୍ଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀ ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି ।ଏ ଘଟଣାରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ ଓ ରୁଗ୍‍ଣ ମାନସିକତାର ବ୍ୟକ୍ତି ହୋଇଥିବେ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏ ଘଟଣାରେ ଦୃଢ କାର୍ୟ୍ୟାନୁଷ୍ଠାନ ନେବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ଏ ଘଟଣାରେ ଜଣେ ବ୍ୟକ୍ତି ଗିରଫ ମଧ୍ୟ ହୋଇ ସାରିଛନ୍ତି । ଯଦି ଏହି ଘଟଣା ପଛରେ କିଛି ଷଡଯନ୍ତ୍ର ଥାଏ, ତେବେ ଏହାର ମଧ୍ୟ ପର୍ଦ୍ଦାଫାସ୍ କରିବାକୁ ମୁଖ୍ୟମନ୍ତ୍ରୀ ଦୃଢ ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ସମସ୍ତ ବରପୁତ୍ରଙ୍କୁ ରାଜ୍ୟ ସରକାର ସମ୍ମାନ ଦେବାରେ ବିଶ୍ୱାସ କରନ୍ତି ଓ ପୂଜ୍ୟପୂଜା ପାଇଁ ସମସ୍ତ ପଦକ୍ଷେପ ନେଇ ଆସୁଛନ୍ତି । ବିଜୁବାବୁଙ୍କ ପ୍ରତି ତାଙ୍କର ବ୍ୟକ୍ତିଗତ ଭାବେ ଗଭୀର ସମ୍ମାନ ରହି ଆସିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନିକଟରେ ମାର୍ଚ୍ଚ ୫ ତାରିଖରେ ବିଜୁବାବୁଙ୍କ ଜୟନ୍ତୀକୁ ରାଜ୍ୟ ସ୍ତରରେ ବିପୁଳ ଉତ୍ସାହର ସହ ପାଳନ କରାଯାଇଥିଲା । ସେଥିରେ ସେ ନିଜେ ଯୋଗ ଦେଇ ବିଜୁବାବୁଙ୍କ ସ୍ମୃତିଚାରଣ କରିଥିଲେ । ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ ମଧ୍ୟ ଏପ୍ରଲ ୧୭ ତାରିଖରେ ପାଳନ କରାଯିବ ।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ