
ଭୁବନେଶ୍ବର: ମାର୍ଚ୍ଚ ୫ ଅର୍ଥାତ ଆଜି ଓଡ଼ିଶାର ବରପୁତ୍ର ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ବିଜୁ ପଟ୍ଟନାୟକଙ୍କ ଜୟନ୍ତୀଙ୍କୁ ମହାସମାରୋହରେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର । ଆଜି ଜୟଦେବ ଭବନରେ ଆୟୋଜନ ହେବ ରାଜ୍ୟସ୍ତରୀୟ କାର୍ୟ୍ୟକ୍ରମ । ଏପଟେ ଭୂମିପୁତ୍ରକୁ ମନେ ପକାଉଛି ଓଡ଼ିଶା । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୁ ପଟ୍ଟନାୟକଙ୍କୁ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଏକ୍ସ ପୋଷ୍ଟରେ ଲେଖିଛନ୍ତି, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି। ଲୋକଙ୍କ କଲ୍ୟାଣ ତଥା ରାଜ୍ୟ ବିକାଶକୁ ନୂଆ ଦିଗ ଦେବାରେ ତାଙ୍କ ଅବଦାନ ସର୍ବଦା ପ୍ରେରଣାଦାୟୀ। ଜଣେ ରାଜନେତା, ସ୍ବାଧୀନତା ସଂଗ୍ରାମୀ ଏବଂ ରାଷ୍ଟ୍ରବାଦୀ ନେତା ଭାବେ ସେ ଚିରସ୍ମରଣୀୟ ।’


