ବିଜୁ ପଟ୍ଟନାୟକଙ୍କୁ ସମ୍ମାନୀତ କଲା ରୁଷ

ନୂଆଦିଲ୍ଲୀ : ଦ୍ୱିତୀୟ ବିଶ୍ୱଯୁଦ୍ଧରେ ହିଟଲରଙ୍କ ନାଜି ସେନା ବିରୋଧରେ ତତ୍‌କାଳୀନ ସୋଭିଏତ ୟୁନିୟନ (ବର୍ତ୍ତମାନର ରୁଷ) ବିଜୟର ଅଶୀତମ ବାର୍ଷିକୀ ଉତ୍ସବ ୯ ତାରିଖରେ ପାଳନ ପୂର୍ବରୁ ଆଜି ନୂଆଦିଲ୍ଲୀରେ ରୁଷ ଦୂତାବାସରେ ଆୟୋଜିତ ହୋଇଛି ଏକ ସ୍ୱତନ୍ତ୍ର ଉତ୍ସବ। ଏହି ସ୍ୱତନ୍ତ୍ର ଉତ୍ସବରେ ବିଜୁ ପଟ୍ଟନାୟକଙ୍କ ସ୍ମରଣୀୟ ଅବଦାନକୁ ସମ୍ମାନ ଜଣାଇ ଏକ ସ୍ୱତନ୍ତ୍ର ଫଳକ ଉନ୍ମୋଚିତ ହୋଇଛି। ଏହି କାର୍ୟ୍ୟକ୍ରମରେ ଯୋଗ ଦେଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।
ପୂର୍ବରୁ କାର୍ୟ୍ୟକ୍ରମରେ ଯୋଗ ଦେବାକୁ ରୁଷର ରାଷ୍ଟ୍ରଦୂତ ଡାନିସ୍ ଆଲିପୋଭ ନବୀନ ପଟ୍ଟନାୟକଙ୍କୁ ସ୍ୱତନ୍ତ୍ର ଭାବରେ ନିମନ୍ତ୍ରଣ କରିଥିଲେ। ଏହି ନିମନ୍ତ୍ରଣ ରକ୍ଷା କରି ଗତକାଲିଠୁ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ରହିଛନ୍ତି।ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଅସୀମ ବୀରତ୍ୱ ଓ ସାହସିକତା ପ୍ରଦର୍ଶନ କରି ଷ୍ଟାଲିନ୍‌ଗ୍ରାଡ଼୍‌ ଅଭିଯାନରେ ସାମିଲ ହୋଇ ଅବରୁଦ୍ଧ ଲାଲ ବାହିନୀକୁ ଅସ୍ତ୍ରଶସ୍ତ୍ର ଯୋଗାଇ ରୁଷ ବିଜୟକୁ ସୁଗମ କରିଥିବାରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ରୁଷ ସରକାର ୯ ତାରିଖରେ ପ୍ରଦାନ କରିବେ ମରଣୋତ୍ତର ସମ୍ମାନ। ବିଜୁ ପଟ୍ଟନାୟକଙ୍କ ସୁପୁତ୍ର ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପୁରସ୍କାର ଗ୍ରହଣ କରିବେ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ