
ଭୁବନେଶ୍ଵର: ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ଘଟଣା। ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି ୮ ବିଧାୟକଙ୍କ ବିରୋଧରେ କ୍ରସ୍ ଭୋଟିଂ ଅଭିଯୋଗ ଆଣିଥିଲା।
ସୂଚନା ଥାଉକି, ଚଳିତ ବର୍ଷ ମାର୍ଚ୍ଚ ମାସରେ ହୋଇଥିବା ରାଜ୍ୟସଭା ନିର୍ବାଚନରେ ବିଜେଡିର ୮ ବିଧାୟକ ସୌଭିକ୍ ବିଶ୍ଵାଳ, ଦେବୀ ରଞ୍ଜନ ତ୍ରିପାଠୀ, ଚନ୍ଦ୍ରମଣି କହଁର, ସୁବାଷିନୀ ଜେନା, ନବ କିଶୋର ମଲ୍ଲିକ, ରମାକାନ୍ତ ଭୋଇ, ସନାତନ ମହାକୁଡ଼ ଏବଂ ଅରବିନ୍ଦ ମହାପାତ୍ର କ୍ରସ୍ ଭୋଟିଂ କରିଥିଲେ। ଏହି ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବିଜେଡି ବାଚସ୍ପତିଙ୍କୁ ଭେଟି ଦାବି କରିଥିଲା। ବାଚସ୍ପତିଙ୍କ ନିକଟରେ ସମସ୍ତେ ପକ୍ଷ ରଖିଥିଲେ।


