ବିଜେଡିର ୧୨ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା

ବାରିପଦା: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକ କାକବନ୍ଧ ଆଶ୍ରମରେ ବିଷାକ୍ତ ଖାଦ୍ୟ ଖାଇ ଜଣେ ଛାତ୍ରୀ ମୃତ୍ୟୁ ଓ ୧୪୬ରୁ ଅଧିକ ଅସୁସ୍ଥ ଘଟଣାରେ ଶନିବାର ବିଜେଡି ପକ୍ଷରୁ ୧୨ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା ଦିଆଯାଇଛି। ଫଳରେ ସମଗ୍ର ଜିଲାରେ ପ୍ରଭାବ ପଡିଛି । କଂଗ୍ରେସ ଦଳ ସମର୍ଥନ ଜଣାଇଥିବାବେଳେ ଉଭୟ ଦଳର କର୍ମୀଙ୍କ ପିକେଟିଂ ଯୋଗୁ ବିଭିନ୍ନ ସ୍ଥାନରେ ଯାନବାହନ, ବସ୍‌, ଟ୍ରକ ଓ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି ।

ଶୁକ୍ରବାର ସନ୍ଧ୍ୟାରେ ଏନେଇ ବିଜେଡି ପକ୍ଷରୁ ବାଇକ ରାଲି ଯୋଗେ ବାରିପଦା ସହରର ବ୍ୟବସାୟୀ ଓ ଜନସାଧାରଣଙ୍କୁ ସମର୍ଥନ ପାଇଁ ନିବେଦନ କରାଯାଇଥିଲା ।ସୂଚନାଯୋଗ୍ୟ, ଅନୁସୂଚିତ ଜାତି, ଜନଜାତି, ସଂଖ୍ୟା ଲଘୁ ଉନ୍ନୟନ ବିଭାଗରେ ପରିଚାଳିତ ମୟୂରଭଞ୍ଜ ଜିଲାର ସମସ୍ତ ଆବାସିକ ଶିକ୍ଷାନୁଷ୍ଠାନରେ ଘଟଣାର ପୁନରାବୃତ୍ତି ନ ହେବା, ଘଟଣାର ନ୍ୟାୟିକ ତଦନ୍ତ ସହିତ ଜଡ଼ିତ ଅଧିକାରୀଙ୍କ ବିରୋଧ ଦୃଷ୍ଟାନ୍ତ ମୂଳକ କାର୍ୟ୍ୟାନୁଷ୍ଠାନ, ମୃତ ଛାତ୍ରୀର ପରିବାରକୁ ୫୦ଲକ୍ଷ ଟଙ୍କା କ୍ଷତିପୂରଣ ସହାୟତା ସହିତ ବାପା କିମ୍ବା ମା’ଙ୍କୁ ସରକାରୀ ଚାକିରି ଯୋଗାଇଦେବା ନେଇ ଦୁଇ ଦଳର ଦାବି ଓ ଆଭିମୁଖ୍ୟ ସମାନ ଥିବାରୁ ଡବଲ ଇଞ୍ଜିନ ସରକାରଙ୍କ ବିରୋଧରେ ଏହି ଆନ୍ଦୋଳନ ମିଳିତ ଭାବେ ପ୍ରଦର୍ଶନ କରାଯାଉଛି ବୋଲି ଉଭୟ ଦଳର ନେତୃବୃନ୍ଦ କହିଛନ୍ତି ।

  • Related Posts

    ରାଜ୍ୟ ଯୋଜନା ବୋର୍ଡ ହେଲା ‘ସିଟି-ଓଡ଼ିଶା’

    ଭୁବନେଶ୍ୱର: ଦୀର୍ଘ ଦଶନ୍ଧି ଧରି ରାଜ୍ୟର ‘ନିତି ଓ ବିକାଶ’ର ଥିଙ୍କଟ୍ୟାଙ୍କ ପାଲଟିଥିବା ‘ଯୋଜନା ବୋର୍ଡ’ ଏବେ ଇତିହାସ। କେନ୍ଦ୍ର ସରକାରଙ୍କ ନିତି ଆୟୋଗ ଢ଼ାଂଚାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର ‘ଷ୍ଟେଟ୍ ଇନଷ୍ଟିଚ୍ୟୁଟ ଫର ଟ୍ରାନ୍ସଫର୍ମେଟିଭ ଇନିସିଏଟିଭି ବା…

    Continue reading
    ପୁଣି ଏକ ହାତୀ ମୃତ

    କନ୍ଧମାଳ:ବେଲଘର୍ ରେଞ୍ଜରେ ପୁଣି ଏକ ହାତୀର ମୃତ । କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ବେଲଘର ରେଞ୍ଜର ଝିରିପାଣି ନିକଟସ୍ତ ଶିମିଳିପଦର ଜଙ୍ଗଲରେ ହାତୀ ମୃତ ଶରୀର ମିଳିଛି। କିଛି ଦିନ ହେବ ବଲାଙ୍ଗୀର ଜଙ୍ଗଲରୁ ହାତୀଟି ଆସଥିଲା। କଲାହାଣ୍ଡି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ